ଅଦ୍ୟତନ ହୋଇଛି
puri-temple-1
Advertisment
ପୁରୀ(ଓଡ଼ିଶା ରିପୋର୍ଟର): ଶ୍ରୀମନ୍ଦିରରେ ଅଭାବନୀୟ ସ୍ଥିତି। ଭିତରକାଠ ନିକଟରେ ରକ୍ତ ଛିଟା ପଡ଼ିବାରୁ ଶ୍ରୀଜିଉଙ୍କର ହୋଇଛି ମହାସ୍ନାନ। ଶ୍ରୀଜଗନ୍ନାଥ ଟେମ୍ପୁଲ ପୁଲିର ଦୁଇ କର୍ମଚାରୀ ଗଙ୍ଗା ପ୍ରଧାନ ଓ ମନୋଜ ପାଣିଗ୍ରାହୀଙ୍କ ଭିତରେ କଥା କଟାକଟି ଓ ଥଟ୍ଟା ମଜା ବେଳେ ଏହି ଗଣ୍ଡଗୋଳ ହୋଇଥିଲା। ମାରପିଟ୍ ବେଳେ ମନୋଜ ପାଣିଗ୍ରାହୀଙ୍କ ମୁଣ୍ଡ ଫାଟିଯିବାରୁ ଭିତରକାଠ ସମ୍ମୁଖରେ ରକ୍ତ ଛିଟା ପଡ଼ିଥିଲା ।
Advertisment
ଆଜି ମଧ୍ୟାହ୍ନ ଧୂପ ପରେ ଏହି ଗଣ୍ଡଗୋଳ ହୋଇଥିବା ସୂଚନା ମିଳିଛି। ଆହତ ମନୋଜଙ୍କୁ ପୁରୀ ବଡ଼ ଡାକ୍ତରଖାନାରେ ଚିକିତ୍ସା କରାଯାଇଛି। ତେବେ ଏନେଇ ଥାନାରେ କୌଣସି ଅଭିଯୋଗ ହୋଇନଥିବା ଜଣାପଡ଼ିଛି।
/odisha-reporter/media/agency_attachments/2025/09/10/2025-09-10t082211800z-640x480-or-sukant-rout-2025-09-10-13-52-11.png)
Follow Us/odisha-reporter/media/post_attachments/uploads/2020/12/puri-temple-1.jpg)