ପିପିଲିରେ ୬୮ କୋଟି ଟଙ୍କାର ପ୍ରକଳ୍ପ ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ପିପିଲିରେ ଆଜି ଭର୍ଚୁଆଲ ମାଧ୍ୟମରେ ଏକ ସମାବେଶକୁ ସମ୍ବୋଧନ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ପିପିଲିରେ ଉପନିର୍ବାଚନ ପୂର୍ବରୁ ମୁଖ୍ୟମନ୍ତ୍ରୀଙ୍କ ଏହା ପ୍ରଥମ ମେଗା କାର୍ଯ୍ୟକ୍ରମ। ପ୍ରଗତି ପଥେ ପିପିଲି କାର୍ଯ୍ୟକ୍ରମରେ ପିପିଲି ବ୍ଲକ୍ ଓ ପିପିଲି ପୌରାଞ୍ଚଳ ପାଇଁ ୬୮ କୋଟି ଟଙ୍କାର ବିଭିନ୍ନ ଭିତ୍ତିଭୂମି ଉନ୍ନୟନ ପ୍ରକଳ୍ପର ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ। ଏହି ଅବସରରେ ସ୍ୱର୍ଗତ ବିଧାୟକ ପ୍ରଦୀପ ମହାରଥୀଙ୍କ ଉଦ୍ଦେଶ୍ୟରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଭୀର ସମବେଦନା ଜ୍ଞାପନ […]

cmo1

cmo1

Ranjit Kumar Jena
  • Published: Tuesday, 23 February 2021
  • Updated: 23 February 2021, 07:09 PM IST

Sports

Latest News

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ପିପିଲିରେ ଆଜି ଭର୍ଚୁଆଲ ମାଧ୍ୟମରେ ଏକ ସମାବେଶକୁ ସମ୍ବୋଧନ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ପିପିଲିରେ ଉପନିର୍ବାଚନ ପୂର୍ବରୁ ମୁଖ୍ୟମନ୍ତ୍ରୀଙ୍କ ଏହା ପ୍ରଥମ ମେଗା କାର୍ଯ୍ୟକ୍ରମ। ପ୍ରଗତି ପଥେ ପିପିଲି କାର୍ଯ୍ୟକ୍ରମରେ ପିପିଲି ବ୍ଲକ୍ ଓ ପିପିଲି ପୌରାଞ୍ଚଳ ପାଇଁ ୬୮ କୋଟି ଟଙ୍କାର ବିଭିନ୍ନ ଭିତ୍ତିଭୂମି ଉନ୍ନୟନ ପ୍ରକଳ୍ପର ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ।

ଏହି ଅବସରରେ ସ୍ୱର୍ଗତ ବିଧାୟକ ପ୍ରଦୀପ ମହାରଥୀଙ୍କ ଉଦ୍ଦେଶ୍ୟରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଭୀର ସମବେଦନା ଜ୍ଞାପନ କରିଥିଲେ। ସେପଟେ ଉପର୍ନିବାଚନ ପୂର୍ବରୁ ଏଭଳି କାର୍ଯ୍ୟକ୍ରମ ନେଇ ରାଜନୈତିକ ମହଲରେ ଚର୍ଚ୍ଚା ହେଉଥିବା ବେଳେ କାର୍ଯ୍ୟକ୍ରମରେ ପୂର୍ବତନ ବିଧାୟକ ପ୍ରଦୀପ ମହାରଥୀଙ୍କ ପତ୍ନୀ ପ୍ରତିଭା ମହାରଥୀ କିମ୍ବା ପୁଅ ରୁଦ୍ର ମହାରଥୀ ଉପସ୍ଥିତ ନଥିଲେ।

ଏହି ଅବସରରେ ପିପିଲିଠାରେ ୧୭୬୧ ଜଣଙ୍କୁ ରାସନ କାର୍ଡ, ୩୦୫୯ ଜଣଙ୍କୁ ଭତ୍ତା ଏବଂ ଭିନ୍ନକ୍ଷମ ମାନଙ୍କୁ ସହାୟତା ପ୍ରଦାନ କରାଯାଇଥିଲା। ସେହିପରି ଡେଲାଙ୍ଗଠାରେ ୩୨୦ ଜଣଙ୍କୁ ରାସନ କାର୍ଡ, ୧୨୩୦ ଜଣଙ୍କୁ ଭତ୍ତା ଏବଂ ୨୦ ଜଣ ଭିନ୍ନକ୍ଷମଙ୍କୁ ଟ୍ରାଇ ସାଇକେଲ ବଣ୍ଟନ କରାଯାଇଥିଲା। ପିପିଲି ବଡକଣ୍ଟି ଗ୍ରାମର ହିତାଧିକାରୀ ପ୍ରମୋଦିନୀ ମାଝୀ ଏବଂ ଡେଲାଙ୍ଗର ପ୍ରମୋଦ ଭୋଇ ହିତାଧିକାରୀଙ୍କ ପକ୍ଷରୁ ମୁଖ୍ୟମନ୍ତ୍ରୀଙ୍କୁ ଧନ୍ୟବାଦ ଜଣାଇଥିଲେ।

ମୁଖ୍ୟମନ୍ତ୍ରୀଙ୍କ ୫ଟି ସଚିବ ଭି କେ  ପାଣ୍ଡିଆନ କାର୍ଯ୍ୟକ୍ରମ ସଞ୍ଚାଳନ କରିଥିଲେ। ଅନ୍ୟମାନଙ୍କ ମଧ୍ୟରେ ପୁରୀ ସାଂସଦ ପିନାକୀ ମିଶ୍ର, ବିଧାୟକ ପ୍ରଣବ ପ୍ରକାଶ ଦାସ, ପ୍ରତାପ କେଶରୀ ଦେବ, ଉମାକାନ୍ତ ସାମନ୍ତରାୟ, ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର ଓ ବରିଷ୍ଠ ଅଧିକାରୀମାନେ କାର୍ଯ୍ୟକ୍ରମରେ ଉପସ୍ଥିତ ଥିଲେ। ପିପିଲି-ଡେଲାଙ୍ଗ ନିର୍ବାଚନ ମଣ୍ଡଳୀର ବିକାଶ ସମ୍ପର୍କୀତ ଏକ ଭିଡିଓ ମଧ୍ୟ ପ୍ରଦର୍ଶିତ ହୋଇଥିଲା।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos