Advertisment

ପିପିଲିରେ ୬୮ କୋଟି ଟଙ୍କାର ପ୍ରକଳ୍ପ ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ପିପିଲିରେ ଆଜି ଭର୍ଚୁଆଲ ମାଧ୍ୟମରେ ଏକ ସମାବେଶକୁ ସମ୍ବୋଧନ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ପିପିଲିରେ ଉପନିର୍ବାଚନ ପୂର୍ବରୁ ମୁଖ୍ୟମନ୍ତ୍ରୀଙ୍କ ଏହା ପ୍ରଥମ ମେଗା କାର୍ଯ୍ୟକ୍ରମ। ପ୍ରଗତି ପଥେ ପିପିଲି କାର୍ଯ୍ୟକ୍ରମରେ ପିପିଲି ବ୍ଲକ୍ ଓ ପିପିଲି ପୌରାଞ୍ଚଳ ପାଇଁ ୬୮ କୋଟି ଟଙ୍କାର ବିଭିନ୍ନ ଭିତ୍ତିଭୂମି ଉନ୍ନୟନ ପ୍ରକଳ୍ପର ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ। ଏହି ଅବସରରେ ସ୍ୱର୍ଗତ ବିଧାୟକ ପ୍ରଦୀପ ମହାରଥୀଙ୍କ ଉଦ୍ଦେଶ୍ୟରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଭୀର ସମବେଦନା ଜ୍ଞାପନ […]

ଅଦ୍ୟତନ ହୋଇଛି
ପିପିଲିରେ ୬୮ କୋଟି ଟଙ୍କାର ପ୍ରକଳ୍ପ ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

cmo1

Advertisment

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ପିପିଲିରେ ଆଜି ଭର୍ଚୁଆଲ ମାଧ୍ୟମରେ ଏକ ସମାବେଶକୁ ସମ୍ବୋଧନ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ପିପିଲିରେ ଉପନିର୍ବାଚନ ପୂର୍ବରୁ ମୁଖ୍ୟମନ୍ତ୍ରୀଙ୍କ ଏହା ପ୍ରଥମ ମେଗା କାର୍ଯ୍ୟକ୍ରମ। ପ୍ରଗତି ପଥେ ପିପିଲି କାର୍ଯ୍ୟକ୍ରମରେ ପିପିଲି ବ୍ଲକ୍ ଓ ପିପିଲି ପୌରାଞ୍ଚଳ ପାଇଁ ୬୮ କୋଟି ଟଙ୍କାର ବିଭିନ୍ନ ଭିତ୍ତିଭୂମି ଉନ୍ନୟନ ପ୍ରକଳ୍ପର ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ।

Advertisment

ଏହି ଅବସରରେ ସ୍ୱର୍ଗତ ବିଧାୟକ ପ୍ରଦୀପ ମହାରଥୀଙ୍କ ଉଦ୍ଦେଶ୍ୟରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଭୀର ସମବେଦନା ଜ୍ଞାପନ କରିଥିଲେ। ସେପଟେ ଉପର୍ନିବାଚନ ପୂର୍ବରୁ ଏଭଳି କାର୍ଯ୍ୟକ୍ରମ ନେଇ ରାଜନୈତିକ ମହଲରେ ଚର୍ଚ୍ଚା ହେଉଥିବା ବେଳେ କାର୍ଯ୍ୟକ୍ରମରେ ପୂର୍ବତନ ବିଧାୟକ ପ୍ରଦୀପ ମହାରଥୀଙ୍କ ପତ୍ନୀ ପ୍ରତିଭା ମହାରଥୀ କିମ୍ବା ପୁଅ ରୁଦ୍ର ମହାରଥୀ ଉପସ୍ଥିତ ନଥିଲେ।

ଏହି ଅବସରରେ ପିପିଲିଠାରେ ୧୭୬୧ ଜଣଙ୍କୁ ରାସନ କାର୍ଡ, ୩୦୫୯ ଜଣଙ୍କୁ ଭତ୍ତା ଏବଂ ଭିନ୍ନକ୍ଷମ ମାନଙ୍କୁ ସହାୟତା ପ୍ରଦାନ କରାଯାଇଥିଲା। ସେହିପରି ଡେଲାଙ୍ଗଠାରେ ୩୨୦ ଜଣଙ୍କୁ ରାସନ କାର୍ଡ, ୧୨୩୦ ଜଣଙ୍କୁ ଭତ୍ତା ଏବଂ ୨୦ ଜଣ ଭିନ୍ନକ୍ଷମଙ୍କୁ ଟ୍ରାଇ ସାଇକେଲ ବଣ୍ଟନ କରାଯାଇଥିଲା। ପିପିଲି ବଡକଣ୍ଟି ଗ୍ରାମର ହିତାଧିକାରୀ ପ୍ରମୋଦିନୀ ମାଝୀ ଏବଂ ଡେଲାଙ୍ଗର ପ୍ରମୋଦ ଭୋଇ ହିତାଧିକାରୀଙ୍କ ପକ୍ଷରୁ ମୁଖ୍ୟମନ୍ତ୍ରୀଙ୍କୁ ଧନ୍ୟବାଦ ଜଣାଇଥିଲେ।

Advertisment

ମୁଖ୍ୟମନ୍ତ୍ରୀଙ୍କ ୫ଟି ସଚିବ ଭି କେ  ପାଣ୍ଡିଆନ କାର୍ଯ୍ୟକ୍ରମ ସଞ୍ଚାଳନ କରିଥିଲେ। ଅନ୍ୟମାନଙ୍କ ମଧ୍ୟରେ ପୁରୀ ସାଂସଦ ପିନାକୀ ମିଶ୍ର, ବିଧାୟକ ପ୍ରଣବ ପ୍ରକାଶ ଦାସ, ପ୍ରତାପ କେଶରୀ ଦେବ, ଉମାକାନ୍ତ ସାମନ୍ତରାୟ, ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର ଓ ବରିଷ୍ଠ ଅଧିକାରୀମାନେ କାର୍ଯ୍ୟକ୍ରମରେ ଉପସ୍ଥିତ ଥିଲେ। ପିପିଲି-ଡେଲାଙ୍ଗ ନିର୍ବାଚନ ମଣ୍ଡଳୀର ବିକାଶ ସମ୍ପର୍କୀତ ଏକ ଭିଡିଓ ମଧ୍ୟ ପ୍ରଦର୍ଶିତ ହୋଇଥିଲା।

Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe