Advertisment

ଶ୍ରୀଜିଉଙ୍କ ଖସାପଡ଼ା ନୀତି, ଆଜି ୫ଘଣ୍ଟା ଦର୍ଶନ ବନ୍ଦ

ଅପରାହ୍ନ ୫ଟାରୁ ରାତ୍ର ୧୦ଟା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ।

author-image
Tapaswini Nayak
puri temple

puri temple

ଆଜି ପବିତ୍ର ଚୈତ୍ରମାସ କୃଷ୍ଣପକ୍ଷ ଚତୁର୍ଦ୍ଦଶୀ ତିଥି। ଏ ଅବସରରେ ଶ୍ରୀମନ୍ଦିରରେ ଅନୁଷ୍ଠିତ ହେବ ଶ୍ରୀଜିଉଙ୍କ ଖସାପଡା ନୀତି। ମଧ୍ୟାହ୍ନ ଧୂପ ପରେ ଦଇତାପତି ସେବକମାନେ ରତ୍ନସିଂହାସନ ଉପରେ ପ୍ରାୟ ପାଞ୍ଚଘଣ୍ଟା ଧରି ମହାପ୍ରଭୁଙ୍କ ଏହି ଗୁପ୍ତନୀତି ସମ୍ପାଦନ କରିବେ। ଏଣୁ ଅପରାହ୍ନ ୫ଟାରୁ ରାତ୍ର ୧୦ଟା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ।

Advertisment

ଖସାପଡା ନୀତି ଶ୍ରୀଜିଉଙ୍କର ଶ୍ରୀପୟର ସୁରକ୍ଷା ଲାଗି କରାଯାଇଥାଏ। ଏହି ନୀତିରେ ମହାପ୍ରଭୁଙ୍କ ଶ୍ରୀପୟରକୁ ଧଳା କପଡାରେ ଘୋଡାଇ ଦିଆଯାଏ। ବର୍ଷରେ ଦୁଇରୁ ତିନିଥର ଏହି ନିତି ସମ୍ପାଦନ କରାଯାଏ।

ଯେହେତୁ ଦେବସ୍ନାନ ପୁର୍ଣ୍ଣମୀ ଓ ଶ୍ରୀଗୁଣ୍ଡିଚା ଯାତ୍ରା ଆଦିରେ ମହାପ୍ରଭୁଙ୍କ ପହଣ୍ଡି  କରାଯାଇଥାଏ। ତେଣୁ ଏହା ପୁର୍ବରୁ ଖସାପଡ଼ା ନୀତି କରାଯାଇଥାଏ। ଆଗକୁ ଦେବସ୍ନାନ ପୂର୍ଣ୍ଣିମା ଓ ବିଶ୍ୱପ୍ରସିଦ୍ଧ ଘୋଷଯାତ୍ରା ରହିଥିବାରୁ ଶ୍ରୀଜିଉଙ୍କ ପହଣ୍ଡି ହେବ। ଏଣୁ ଏହାପୂର୍ବରୁ ଅର୍ଥାତ ଆଜି ପୁନର୍ବାର ଖସାପଡ଼ା ନୀତି ଅନୁଷ୍ଠିତ ହେବ ବୋଲି ଦଇତାପତି ସେବାୟତ ସୂଚନା ଦେଇଛନ୍ତି।

Advertisment
Puri Shreemandir Puri