Advertisment

ଦେବସ୍ନାନ ପୂର୍ଣ୍ଣିମା ପାଇଁ ଷ୍ଟେକ୍ ହୋଲ୍ଡରଙ୍କ ସହ ଆଲୋଚନା

ପୁରୀ (ଓଡ଼ିଶା ରିପୋର୍ଟର): କରୋନା ମହାମାରୀ କଟକଣା ଭିତରେ କିଭଳି ମହାପ୍ରଭୁଙ୍କ ଦେବସ୍ନାନ ପୂର୍ଣ୍ଣିମା ନୀତି ସମ୍ପନ୍ନ ହେବ, ସେ ନେଇ ବିଭିନ୍ନ ଷ୍ଟେକ ହୋଲଡରଙ୍କ ସହ ଆଲୋଚନା କରାଯାଇଛି। ପରବର୍ତ୍ତୀ ସମୟରେ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଛତିଶା ନିଯୋଗ ବୈଠକ କରାଯାଇ ଏହା ଉପରେ ନିଷ୍ପତ୍ତି ନିଆଯିବ ବୋଲି କହିଛନ୍ତି ଜିଲ୍ଲାପାଳ ସମର୍ଥ ବର୍ମା। ଗତ ବର୍ଷ କୋଭିଡ କଟକଣା ଭିତରେ ବିନା ଭକ୍ତରେ ସାନ୍ନ ପୂର୍ଣ୍ଣିମା ନୀତି ବିଧିବିଧାନ ମୁତାବକ କରାଯାଇଥିଲା। ଏଥର ମଧ୍ୟ […]

ଦେବସ୍ନାନ ପୂର୍ଣ୍ଣିମା ପାଇଁ ଷ୍ଟେକ୍ ହୋଲ୍ଡରଙ୍କ ସହ ଆଲୋଚନା

debasnana-purnima

Advertisment

ପୁରୀ (ଓଡ଼ିଶା ରିପୋର୍ଟର): କରୋନା ମହାମାରୀ କଟକଣା ଭିତରେ କିଭଳି ମହାପ୍ରଭୁଙ୍କ ଦେବସ୍ନାନ ପୂର୍ଣ୍ଣିମା ନୀତି ସମ୍ପନ୍ନ ହେବ, ସେ ନେଇ ବିଭିନ୍ନ ଷ୍ଟେକ ହୋଲଡରଙ୍କ ସହ ଆଲୋଚନା କରାଯାଇଛି। ପରବର୍ତ୍ତୀ ସମୟରେ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଛତିଶା ନିଯୋଗ ବୈଠକ କରାଯାଇ ଏହା ଉପରେ ନିଷ୍ପତ୍ତି ନିଆଯିବ ବୋଲି କହିଛନ୍ତି ଜିଲ୍ଲାପାଳ ସମର୍ଥ ବର୍ମା।

Advertisment

ଗତ ବର୍ଷ କୋଭିଡ କଟକଣା ଭିତରେ ବିନା ଭକ୍ତରେ ସାନ୍ନ ପୂର୍ଣ୍ଣିମା ନୀତି ବିଧିବିଧାନ ମୁତାବକ କରାଯାଇଥିଲା। ଏଥର ମଧ୍ୟ କରୋନା କଟକଣା ଭିତରେ ଦେବସ୍ନାନ ପୂର୍ଣ୍ଣିମା ଅନୁଷ୍ଠିତ ହେବ। ଆସନ୍ତା ଜୁନ୍ ୨୪ ତାରିଖରେ ଦେବସ୍ନାନ ପୂର୍ଣ୍ଣିମା ପଡ଼ୁଛି। ଏହା ପୂର୍ବରୁ ହାତରେ କମ୍ ସମୟ ରହିଛି। ଏଥର ମଧ୍ୟ ଦେବସ୍ନାନ ପୂର୍ଣ୍ଣିମାରେ ଭକ୍ତଙ୍କ ଦର୍ଶନ ଉପରେ କଟକଣା ଲଗାଯିବ।

ସୂଚନାଯୋଗ୍ୟ, ପବିତ୍ର ଅକ୍ଷୟ ତୃତୀୟା ଠାରୁ ରଥନିର୍ମାଣ କାର୍ଯ୍ୟ ଆରମ୍ଭ ହୋଇଛି। ତେବେ ଏହି ପୁରୀ ରଥଖଳାରୁ ଆଉ ୧୮ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୧୨ ଜଣ ମହାରଣା ହୋଇଥିବା ବେଳେ ୬ ଜଣ ହେଉଛନ୍ତି ଭୋଇ ସେବାୟତ।

Advertisment

କରୋନା ସଂକ୍ରମିତଙ୍କ ସଂଖ୍ୟା ବଢୁଥିବାରୁ ବାୟୋ ବବଲ୍ ସୁରକ୍ଷା ବଳୟ ଭିତରେ ପୁରୀ ରଥଖଳାରେ ରଥ ନିର୍ମାଣ କାର୍ଯ୍ୟ ଚାଲିଛି। ରଥଖଳାକୁ ସମ୍ପୂର୍ଣ୍ଣ ନିଷିଦ୍ଧାଞ୍ଚଳ ଘୋଷଣା କରାଯାଇଥିବା ବେଳେ କେବଳ ରଥକାମରେ ନିୟୋଜିତ ରଥ ସେବାୟତ ମାନଙ୍କୁ ପ୍ରବେଶର ଅଧିକାର ରହିଛି। ଜିଲ୍ଲାପାଳ ଓ ଏସପି ଆଜି ରଥଖଳାରେ ପହଞ୍ଚି ସୁରକ୍ଷା ବ୍ୟବସ୍ଥାର ଯାଞ୍ଚ କରିଛନ୍ତି।

Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe