Advertisment

ଅଟୋ-ବାଇକ୍‌ ମୁହାଁମୁହିଁ ଧକ୍କା;ଜଣେ ମୃତ, ୨ଗୁରୁତର

ଆହତଦ୍ୱୟଙ୍କୁ ଭୁବନେଶ୍ୱର ସ୍ଥାନାନ୍ତର କରାଯାଇଛି।

author-image
Tapaswini Nayak
ଅଦ୍ୟତନ ହୋଇଛି
Accident

Accident

ପୁରୀ ଜିଲ୍ଲା କାକଟପୁର ଥାନା ଅନ୍ତର୍ଗତ କୁଣ୍ଢେଇ ତିନିଛକ ନିକଟରେ ଗତକାଲି ବିଳମ୍ବିତ ରାତିରେ ସଡ଼କ ଦୁର୍ଘଟଣା ଘଟିଛି। ଅଟୋ-ବାଇକ୍‌ ମୁହାଁମୁହିଁ ଧକ୍କା ହେବା ଫଳରେ ଜଣେ ବାଇକ୍ ଆରୋହୀଙ୍କ ମୃତ୍ୟୁ ଘଟିଥିବା ବେଳେ ୨ ଜଣ ଗୁରୁତର ଆହତ ହୋଇଛନ୍ତି। ମୃତ ଯୁବକ ଜଣଙ୍କ ହେଲେ ମୁନା ସାହୁ। ତାଙ୍କ ଘର କାକଟପୁର ଥାନା ଅନ୍ତର୍ଗତ ଶ୍ରୀ ଚନ୍ଦନପୁର ଅଞ୍ଚଳରେ। ଆହତଦ୍ୱୟଙ୍କୁ ଭୁବନେଶ୍ୱର ସ୍ଥାନାନ୍ତର କରାଯାଇଛି।

Advertisment

ଗତକାଲି ବିଳମ୍ବିତ ରାତିରେ ଏକ ବାଇକରେ ୨ଜଣ ଯୁବକ ଘରକୁ ଫେରୁଥିଲେ। ଏହି ସମୟରେ ତିନିଛକ ନିକଟରେ ବିପରୀତ ଦିଗରୁ ଆସୁଥିବା ଅଟୋ ସହ ମୁହାଁମୁହିଁ ଧକ୍କା ହୋଇଥିଲା। ଘଟଣାସ୍ଥଳରେ ଜଣେ ବାଇକ୍ ବାଇକ ଆରୋହୀଙ୍କ ମୃତ୍ୟୁ ଘଟିଥିବା ବେଳେ ଜଣେ ଗୁରୁତର ଆହତ ହୋଇଥିଲେ। ଦୁର୍ଘଟଣାରେ ଅଟୋ ଡ୍ରାଇଭର ଆହତ ହୋଇଥିଲେ। ପୁଲିସ ଆହତମାନଙ୍କୁ ଉଦ୍ଧାର କରି ବାଙ୍ଗୁରିଗାଁ ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରିଥିଲେ। ପରେ ସେମାନଙ୍କ ଅବସ୍ଥା ଗୁରୁତର ହେବାରୁ ଭୁବନେଶ୍ୱର ସ୍ଥାନାନ୍ତର କରାଯାଇଛି।

ପୁଲିସ ମୃତଦେହକୁ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ ପଠାଇଛି। ଏହାସହ ଦୁର୍ଘଟଣାଗ୍ରସ୍ତ ଅଟୋ ଓ ବାଇକ୍‌କୁ ଜବତ କରି ଘଟଣାର ତଦନ୍ତ କରୁଛି।

Advertisment
Odisha Police Puri Road Accident