debasnana-purnima
ପୁରୀ(ଓଡ଼ିଶା ରିପୋର୍ଟର): ଦେବସ୍ନାନ ପୂର୍ଣ୍ଣିମା ପାଇଁ ଶ୍ରୀକ୍ଷେତ୍ରରେ ଜୋରଦାର ପ୍ରସ୍ତୁତି ଆରମ୍ଭ ହୋଇଛି। ଆସନ୍ତା ୨୪ରେ ଶ୍ରୀଜିଉଙ୍କ ସ୍ନାନ ଯାତ୍ରା ପଡୁଥିବାରୁ ମନ୍ଦିର ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଜୋରସୋରରେ ଚାଲିଛି । ସେପଟେ ରାଘବଦାସ ମଠ ଓ ଗୋପାଳତୀର୍ଥ ମଠ ପକ୍ଷରୁ ହାତୀ ବେଶର ପ୍ରସ୍ତୁତି ଆରମ୍ଭ ହୋଇଛି । ଏହି ଦୁଇ ମଠ ପକ୍ଷରୁ ଶ୍ରୀଜିଉମାନଙ୍କ ହାତୀ ବେଶ ଏବଂ ମହାପ୍ରଭୁଙ୍କ ପହଣ୍ଡି ପାଇଁ ଟାହିଆ ପ୍ରସ୍ତୁତ କରାଯାଇଥାଏ ।
ଅନ୍ୟପଟେ ଗତକାଲି ଶ୍ରୀଜୀଉଙ୍କ ସ୍ନାନ ଓ ରଥଯାତ୍ରାର ନୀତି ନିର୍ଘଣ୍ଟ କରାଯାଇଥିଲା । ଛତିଶା ନିଯୋଗ ବୈଠକରେ ସ୍ନାନଯାତ୍ରାରୁ ନୀଳାଦ୍ରି ବିଜେ ପର୍ଯ୍ୟନ୍ତ ସମସ୍ତ ନୀତି ନିର୍ଘଣ୍ଟ ସ୍ଥିର ହୋଇସାରିଛି । କୋଭିଡ୍ ସଂକ୍ରମଣକୁ ଦେଖି ଗତବର୍ଷ ଭଳି ଏ ବର୍ଷ ବି ଘୋଷଯାତ୍ରା ବିନା ଭକ୍ତରେ ହେବାକୁ ଯାଉଛି। ମହାପ୍ରଭୁ ୧୦୮ ଗରା ପାଣିରେ ଗୋଧୋଇବେ । କିନ୍ତୁ ମହାବାହୁଙ୍କ ଏହି ଅପୂର୍ବ ଦୃଶ୍ୟ ଦେଖିବାକୁ ପାଇପାରିବେନି ସାଧାରଣ ଭକ୍ତ । କରୋନା ଭାଇରସ ମହାମାରୀ ଯୋଗୁଁ ଗତବର୍ଷ ଭଳି ଚଳିତ ଥର ମଧ୍ୟ ବିନାଭକ୍ତରେ ଶ୍ରୀଜିଉଙ୍କର ଦେବସ୍ନାନ ପୂର୍ଣ୍ଣିମା କାର୍ଯ୍ୟକ୍ରମ ଅନୁଷ୍ଠିତ ହେବ ।
ଆସନ୍ତା ଜୁଲାଇ ୧୨ ତାରିଖରେ ଶ୍ରୀକ୍ଷେତ୍ରରେ ପବିତ୍ର ରଥଯାତ୍ରା ଅନୁଷ୍ଠିତ ହେବ । ରାଜ୍ୟର ଅନ୍ୟ କୌଣସି ସ୍ଥାନରେ ରଥଯାତ୍ରା ହୋଇପାରିବ ନାହିଁ ବୋଲି ପୂର୍ବରୁ ରାଜ୍ୟ ସରକାର ଘୋଷଣା କରିସାରିଛନ୍ତି । ଅନ୍ୟ ଜଗନ୍ନାଥ ମନ୍ଦିର ଭିତରେ କେବଳ ରଥଯାତ୍ରା ନୀତି ଅନୁଷ୍ଠିତ ହେବ ।
/odisha-reporter/media/agency_attachments/2025/09/10/2025-09-10t082211800z-640x480-or-sukant-rout-2025-09-10-13-52-11.png)
Follow Us/odisha-reporter/media/post_attachments/uploads/2021/06/debasnana-purnima.jpg)