ପୁରୀ(ଓଡ଼ିଶା ରିପୋର୍ଟର) କୋଭିଡ କଟକଣା ଭିତରେ ଚନ୍ଦନଯାତ୍ରା ପ୍ରସ୍ତୁତି ଆରମ୍ଭ ହୋଇଛି। ଶ୍ରୀ ନଅର ସମ୍ମୁଖ ରଥଖଳାକୁ ପ୍ରସ୍ତୁତ କରାଯାଉଛି। ନରେନ୍ଦ୍ର ପୁଷ୍କରଣୀକୁ ମଧ୍ୟ ପ୍ରସ୍ତୁତ କରାଯାଇଛି। ଡଙ୍ଗାକୁ ପାଣି କଢାଯାଇ ଚାପ ପ୍ରସ୍ତୁତ କରାଯାଉଛି। ଆଗାମୀ ୧୨ତାରିଖରୁ କରାଯିବ ଚନ୍ଦନଯାତ୍ରା ଏବଂ ରଥ ର୍ନିମାଣରେ ସାମିଲ ସେବାୟତଙ୍କ କୋଭିଡ ଟେଷ୍ଟ କରାଯିବା ନେଇ ନିଷ୍ପତ୍ତି ହୋଇଛି ।
ଯେଉଁ ମାନଙ୍କର ରିପୋର୍ଟ ନେଗେଟିଭ ରହିବ ସେମାନେ ଏହି ଯାତ୍ରାରେ ସାମିଲ ହୋଇପାରିବେ । ଏବେ କରୋନା ମହାମାରୀ ଏକ ବଡ଼ ଚ୍ୟାଲେଞ୍ଜ ସୃଷ୍ଟି କରିଥିବାରୁ କଟକଣା ଭିତରେ କିଭଳି ମହାପ୍ରଭୁଙ୍କ ଚନ୍ଦନଯାତ୍ରା ଶେଷ ହେବ ସେନେଇ ଗୁରୁତ୍ୱ ଦିଆଯାଇଛି।
ଏଥିପାଇଁ ବିନାଭକ୍ତରେ ଚନ୍ଦନଯାତ୍ରା କରିବାକୁ ଶ୍ରୀମନ୍ଦିର ପ୍ରଶାସନ ନିଷ୍ପତ୍ତି ନେଇଥିବାବଳେ ସେବାୟତ ସଂଖ୍ୟା ବି ସୀମିତ କରିବାକୁ ସ୍ଥିର ହୋଇଛି। ଏଥିପାଇଁ ନୀତି ସଂପୃକ୍ତ ସେବାୟତଙ୍କ ତାଲିକା ପ୍ରସ୍ତୁତି ଚାଲିଛି। ବିଭିନ୍ନ ନିଯୋଗର ପ୍ରାୟ ଦେଢ଼ଶହ ସେବାୟତରେ ନୀତିକାନ୍ତି ସଂପୂର୍ଣ୍ଣ କରିବାକୁ ମନ୍ଦିର ପ୍ରଶାସନ ଲକ୍ଷ୍ୟ ରଖିଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Miscellaneous
ଆସୁଛନ୍ତି ରାଷ୍ଟ୍ରପତି; ପୁରୀରେ ସୁରକ୍ଷା ବ୍ୟବସ୍ଥା ଅନୁଧ୍ୟାନ କଲେ ଡିଜିପି
ସୁରକ୍ଷା ଦାୟିତ୍ୱରେ ୮୦ ପ୍ଲାଟୁନ ପୁଲିସ୍ ଫୋର୍ସ ସହ ୩୦୦ ବରିଷ୍ଠ ଅଧିକାରୀ ମୁତୟନ ହେବେ। କଡା ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି କହିଲେ ଡିଜିପି ୱାଇ.ବି ଖୁରାନିଆ।
Miscellaneous
ଏଥର ପଞ୍ଚୁକ ଚାରିଦିନ, ଶୃଙ୍ଖଳିତ ଦର୍ଶନକୁ ଗୁରୁତ୍ୱ
ଚଳିତ ବର୍ଷ ପଞ୍ଚୁକ ପାଞ୍ଚଦିନ ପରିବର୍ତ୍ତେ ଚାରିଦିନ ପଡୁଥିବାରୁ ପୁରୀରେ ଜମିବ ଅସମ୍ଭାଳ ଭିଡ଼। ଶୃଙ୍ଖଳିତ ଦର୍ଶନ ଏବଂ ଟ୍ରାଫିକ ପରିଚାଳନା ପାଇଁ ସ୍ୱତନ୍ତ୍ର ପଦକ୍ଷେପ ନେଇଛି ପୁରୀ ପ୍ରଶାସନ।
Miscellaneous
ପୁରୀ ବେଳାଭୂମିରୁ ମଣିଷ କଙ୍କାଳ ଉଦ୍ଧାର
ଏହା ଜଣେ ପୁରୁଷ କଙ୍କାଳ ବୋଲି ସେଠାରେ ମିଳିଥିବା ସାର୍ଟରୁ ଅନୁମାନ କରାଯାଉଛି।
Crime
ସ୍ୱାମୀଙ୍କୁ ପିଟି କଣ୍ଟାବୁଦାକୁ ଫିଙ୍ଗି ଦେଲେ, ସ୍ତ୍ରୀଙ୍କୁ ଦୁଷ୍କର୍ମ କଲେ
ଗତକାଲି ରାତି ସାଢ଼େ ୧୦ଟା ବେଳେ ଏହି ଘଟଣା ଘଟିଛି।
Crime
ସାକ୍ଷୀଗୋପୀନାଥଙ୍କ ପାର୍ଶ୍ଵରେ ଥିବା ମଦନମୋହନ ମନ୍ଦିରରୁ ଚୋରି, ୨ ଗିରଫ
ମନ୍ଦିରର ଦକ୍ଷିଣ ଦ୍ୱାର ଦେଇ ଚୋର ପ୍ରବେଶ କରିଥିବା ବେଳେ ରୋଷଶାଳା ପାଚେରୀ ଦେଇ ଫେରାର ହୋଇଯାଇଥିବା ଜଣାପଡ଼ିଛି।