Advertisment

ସୁନା ବେଶରେ ଦର୍ଶନ ଦେବେ ମହାପ୍ରଭୁ; ଚାଲିଛି ପ୍ରକ୍ରିୟା

ବିଶ୍ୱାସ ଅଛି- ରଥରେ ସୁନାବେଶ ଦର୍ଶନ କଲେ କୋଟି ଜନ୍ମର ପୁଣ୍ୟ ମିଳିଥାଏ। ମହାପ୍ରଭୁଙ୍କ ଏହି ଅନନ୍ୟ ବେଶ ଦର୍ଶନ କରିବା ପାଇଁ ଶ୍ରୀକ୍ଷେତ୍ରରେ ଲକ୍ଷ ଲକ୍ଷ ଭକ୍ତଙ୍କ ସମାଗମ ହୋଇଛି।

ଅଦ୍ୟତନ ହୋଇଛି
Puri

Puri

Advertisment

ଆଜି ପବିତ୍ର ଆଷାଢ ଶକ୍ଳ ଏକାଦଶୀ ତିଥି। ଆଜି ରଥ ଉପରେ ସୁନାବେଶରେ ଦର୍ଶନ ଦେବେ ଶ୍ରୀଜିଉ। ମହଣ ମହଣ ସ୍ୱର୍ଣ୍ଣାଳଙ୍କାରରେ ବିଭୂଷିତ ହେବେ ତିନି ଠାକୁର। ସେଥିପାଇଁ ଚାଲିଛି ଶ୍ରୀବିଗ୍ରହମାନଙ୍କୁ ସୁନାବେଶ ବିଭୂଷଣ ପ୍ରକ୍ରିୟା। ବିଶ୍ୱାସ ଅଛି- ରଥରେ ସୁନାବେଶ ଦର୍ଶନ କଲେ କୋଟି ଜନ୍ମର ପୁଣ୍ୟ ମିଳିଥାଏ। ମହାପ୍ରଭୁଙ୍କ ଏହି ଅନନ୍ୟ ବେଶ ଦର୍ଶନ କରିବା ପାଇଁ ଶ୍ରୀକ୍ଷେତ୍ରରେ ଲକ୍ଷ ଲକ୍ଷ ଭକ୍ତଙ୍କ ସମାଗମ ହୋଇଛି। ସୁନାବେଶକୁ ଶୃଙ୍ଖଳିତ କରିବା ପାଇଁ ପ୍ରଶାସନ ପକ୍ଷରୁ ବ୍ୟପକ ସୁରକ୍ଷା ବ୍ୟବସ୍ଥା କରାଯାଇଛି।

Advertisment

ବିଳମ୍ବିତ ରାତି ପର୍ଯ୍ୟନ୍ତ ଭକ୍ତ ମହାପ୍ରଭୁଙ୍କ ସୁନାବେଶ ଦେଖିପାରିବେ। ବେଶ ଓଲାଗି ପରେ ବଡସିଂହାର ବେଶ ଓ ରାତ୍ର ପହୁଡ ହେବ। ସୁନାବେଶ ପାଇଁ ଶ୍ରୀକ୍ଷେତ୍ରରେ ସୁରକ୍ଷା ବ୍ୟବସ୍ଥା କଡାକଡି କରାଯାଇଥିବା ବେଳେ ମାର୍କେଟ ଛକରୁ ବ୍ୟାରିକେଡ୍‌ କରାଯାଇଛି। ଲୋକମାନେ ମାର୍କେଟ ଛକରୁ ବ୍ୟାରିକେଡ଼ରେ ଆସି ବେଶ ଦେଖିବା ପରେ ତିନିରଥ ପଛପଟ ରାସ୍ତା ଦେଇ ପ୍ରସ୍ତାନ କରିବାର ବ୍ୟବସ୍ତା କରାଯାଇଛି। ଶ୍ରୀଜିଉଙ୍କର ସମସ୍ତ ଚିତ୍ତାକର୍ଷକ ବେଶ ମଧ୍ୟରେ ସୁନାବେଶ ଅର୍ଥାତ ବଡତଢାଉ ବେଶ ଅନ୍ୟତମ।

ଶ୍ରୀବଳଭଦ୍ର ଶ୍ରୀପୟର, ଶ୍ରୀଭୁଜ, କିରିଟି, ଘାଗଡାମାଳି, କଦମ୍ବମାଳି, କାନ କୁଣ୍ଡଳ, କମରପଟି, ଆଡକାନି, ଚନ୍ଦ୍ରିକା, ସେବତୀ ମାଳି, ବାଘନଖ ମାଳି, ବାହାଡାମାଳି, ଅସ୍ତ୍ରହଳ ଓ ମୁଷଳ, ତିଳକ, ତ୍ରୀଖଣ୍ଡିକା ଓ ଝୋବାକଣ୍ଠି, ଆଦି ପରିଧାନ କରୁଛନ୍ତି। ଦେବୀ ସୁଭଦ୍ରାଙ୍କୁ କିରିଟି, ଓଡ଼ିଆଣୀ, କାନ, ଚନ୍ଦ୍ରସୂର୍ଯ୍ୟ, ଦୁଇଟି ତଗଡି,ସେବତୀ ମାଳି, ଘାଗଡାମାଳି, କଦମ୍ବମାଳି ଆଦି ପରିଧାନ କରୁଛନ୍ତି। ସେହିଭଳି ମହାପ୍ରଭୁ ଶ୍ରୀଜଗନ୍ନାଥ ଶ୍ରୀପୟର, ଶ୍ରୀଭୁଜ, କିରିଟି, ଆଦି ଅନେକ ସୁନା ଅଳଙ୍କାର ସହ ସ୍ୱର୍ଣ୍ଣଚକ୍ର, ରୌପ୍ୟ ଶଙ୍ଖ, କମରପଟି, କର୍ଣ୍ଣକୁଣ୍ଡଳ, ଚନ୍ଦ୍ରସୂର୍ଯ୍ୟ, ଆଡ଼କାନି, ଘାଗଡାମାଳି, କଦମ୍ବମାଳି, ତିଳକତ୍ରୀଖଣ୍ଡିକା, ସେବତୀମାଳି, ଝୋବା କଣ୍ଠି, ତାବିଜ ମାଳି ଓ ବାହାଡା ମାଳି ପରିଧାନ କରି ଭକ୍ତଙ୍କୁ ରଥ ଉପରେ ଦର୍ଶନ ଦେବେ।

Advertisment

୧୩୮ ପ୍ରକାରର ସ୍ୱର୍ଣ୍ଣ ଅଳଙ୍କାରରେ ଝଲସିବେ ଶ୍ରୀଜିଉ। ଏହି ମନମୁଗ୍ଧକର ବେଶ ବର୍ଷକରେ ଥରେ ରଥ ଉପରେ ଅନୁଷ୍ଠିତ ହେଉଥିବା ବେଳେ ଏହି ବେଶରେ ଦର୍ଶନ କଲେ ଅଶେଷ ପୁଣ୍ୟ ପ୍ରାପ୍ତି ହୋଇଥାଏ ବୋଲି ବିଶ୍ୱାସ ରହିଛି।

Puri Shreemandir Lord Jagannath Suna Besha
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe