ପୁରୀ (ଓଡ଼ିଶା ରିପୋର୍ଟର): ୪ ମାସର ବ୍ୟବଧାନ ପରେ ଆସନ୍ତାକାଲିଠୁ ସର୍ବସାଧାରଣଙ୍କ ଲାଗି ଖୋଲୁଛି ଶ୍ରୀମନ୍ଦିର। କୋଭିଡ୍ ଗାଇଡ୍ ଲାଇନ୍ ଅନୁଯାୟୀ ଶ୍ରଦ୍ଧାଳୁମାନେ କାଲିଠୁ ଶ୍ରୀମନ୍ଦିର ଭିତରେ ଶ୍ରୀଜିଉଙ୍କୁ ଦର୍ଶନ କରିବାର ସୁଯୋଗ ପାଇବେ।
ଆର୍ଟିପିସିଆର୍ ନେଗେଟିଭ କିମ୍ବା ଓ ଦୁଇଟି ଡୋଜ୍ ଟିକାକରଣ ରିପୋର୍ଟ ସହ ଆଧାର କାର୍ଡ ପ୍ରମାଣପତ୍ର ଦେଖାଇ ଶ୍ରୀମନ୍ଦିର ଭିତରକୁ ଯାଇପାରିବେ ଭକ୍ତ।
ଶୃଙ୍ଖଳିତ ଦର୍ଶନ ପାଇଁ ସ୍ୱତନ୍ତ୍ର ବ୍ୟାରିକେଡ ଓ ୮ଟି କିଓସ୍କୋ ସ୍ଥାପନ କରାଯାଇଥିବା ବେଳେ ସୁରକ୍ଷା ପାଇଁ ୧୦ ପ୍ଲାଟୁନ୍ରୁ ଅଧିକ ପୁଲିସ ଫୋର୍ସ ମୁତୟନ ହେବେ।
ଶୃଙ୍ଖଳିତ ଦର୍ଶନ ପାଇଁ ସିଂହ ପଟେ ପ୍ରବେଶ ଓ ଉତ୍ତର ଦ୍ୱାର ପଟେ ପ୍ରସ୍ଥାନର ବ୍ୟବସ୍ଥା କରାଯାଇଛି। ବୃଦ୍ଧ ଓ ଦିବ୍ୟାଙ୍ଗ ଭକ୍ତଙ୍କ ପାଇଁ ସ୍ୱତନ୍ତ୍ର ଦର୍ଶନର ବ୍ୟବସ୍ଥା କରାଯାଇଛି। ସକାଳ ୭ଟାରୁ ସଂଧ୍ୟା ୭ଟା ପର୍ଯ୍ୟନ୍ତ ଚାଲିବ ଦର୍ଶନ ବ୍ୟବସ୍ଥା।
ପୂର୍ବରୁ ପୁରୀ ବାସିନ୍ଦାଙ୍କୁ ଦର୍ଶନ ସୁଯୋଗ ମିଳିଥିଲା। ୫ଦିନ ଭିତରେ ପ୍ରାୟ ୫୧ ହଜାର ଭକ୍ତ ଦର୍ଶନ କରିଥିଲେ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
ପୁଣି ଶ୍ରୀମନ୍ଦିର ଭିତର ଫଟୋ ଭାଇରାଲ୍
ଶ୍ରୀମନ୍ଦିର ପରିସର କୀର୍ତ୍ତନ ଚକଡ଼ା ଫଟୋ ଭାଇରାଲ୍ ହୋଇଛି। ଶ୍ରୀମନ୍ଦିର ଭିତରେ ଫଟୋ ଉଠାଇ ସୋଶାଲ୍ ମିଡିଆରେ ଭାଇରାଲ୍ କରିଛନ୍ତି ଗୌରବ କୁମାର ସାହୁ ନାମକ ଯୁବକ।
Miscellaneous
ଏବେ 'ଟୁଇନ୍ ସିଟି' ନୁହେଁ, 'ଟ୍ରାଇ ସିଟି'ର ବିକାଶ କରିବେ ସରକାର
ପୁରୀ, କଟକ ଓ ଭୁବନେଶ୍ୱରକୁ ନେଇ ଟ୍ରାଇ ସିଟି ଗଠନ କରାଯିବ। ସହରାଞ୍ଚଳରେ ଟ୍ରାଫିକ ସମସ୍ୟା ଦୂର ପାଇଁ ନିର୍ମାଣ ହେବ ଅଧିକ ନୂଆ ରିଂ ରୋଡ୍ ଏବଂ ଓଭର ବ୍ରିଜ।
Miscellaneous
ଆସୁଛନ୍ତି ରାଷ୍ଟ୍ରପତି; ପୁରୀରେ ସୁରକ୍ଷା ବ୍ୟବସ୍ଥା ଅନୁଧ୍ୟାନ କଲେ ଡିଜିପି
ସୁରକ୍ଷା ଦାୟିତ୍ୱରେ ୮୦ ପ୍ଲାଟୁନ ପୁଲିସ୍ ଫୋର୍ସ ସହ ୩୦୦ ବରିଷ୍ଠ ଅଧିକାରୀ ମୁତୟନ ହେବେ। କଡା ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି କହିଲେ ଡିଜିପି ୱାଇ.ବି ଖୁରାନିଆ।
Miscellaneous
ଏଥର ପଞ୍ଚୁକ ଚାରିଦିନ, ଶୃଙ୍ଖଳିତ ଦର୍ଶନକୁ ଗୁରୁତ୍ୱ
ଚଳିତ ବର୍ଷ ପଞ୍ଚୁକ ପାଞ୍ଚଦିନ ପରିବର୍ତ୍ତେ ଚାରିଦିନ ପଡୁଥିବାରୁ ପୁରୀରେ ଜମିବ ଅସମ୍ଭାଳ ଭିଡ଼। ଶୃଙ୍ଖଳିତ ଦର୍ଶନ ଏବଂ ଟ୍ରାଫିକ ପରିଚାଳନା ପାଇଁ ସ୍ୱତନ୍ତ୍ର ପଦକ୍ଷେପ ନେଇଛି ପୁରୀ ପ୍ରଶାସନ।
Miscellaneous
ପୁରୀ ବେଳାଭୂମିରୁ ମଣିଷ କଙ୍କାଳ ଉଦ୍ଧାର
ଏହା ଜଣେ ପୁରୁଷ କଙ୍କାଳ ବୋଲି ସେଠାରେ ମିଳିଥିବା ସାର୍ଟରୁ ଅନୁମାନ କରାଯାଉଛି।