Advertisment

ଆଜିଠୁ ଗଡ଼ିବ ପୁରୀ-ହାୱଡା ବନ୍ଦେ ଭାରତ ଏକ୍ସପ୍ରେସ୍, ଶୁଭାରମ୍ଭ କରିବେ ପ୍ରଧାନମନ୍ତ୍ରୀ

ଆଜିଠୁ ଗଡ଼ିବ ପୁରୀ-ହାୱଡା ବନ୍ଦେ ଭାରତ ଏକ୍ସପ୍ରେସ୍। ଭର୍ଚୁଆଲ ମୋଡରେ ଏହି ସେମି ହାଇସ୍ପିଡ୍ ଟ୍ରେନର ଶୁଭାରମ୍ଭ କରିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି।

VANDE BHARAT EXPRESS

VANDE BHARAT EXPRESS

Advertisment

ଆଜିଠୁ ଗଡ଼ିବ ପୁରୀ-ହାୱଡା ବନ୍ଦେ ଭାରତ ଏକ୍ସପ୍ରେସ୍। ଭର୍ଚୁଆଲ ମୋଡରେ ଏହି ସେମି ହାଇସ୍ପିଡ୍ ଟ୍ରେନର ଶୁଭାରମ୍ଭ କରିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି।

Advertisment

ଏହି କାର୍ଯ୍ୟକ୍ରମରେ ରାଜ୍ୟପାଳ ଗଣେଶୀ ଲାଲ, ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ, କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ପ୍ରମୁଖ ଉପସ୍ଥିତ ରହିବେ। ବନ୍ଦେ ଭାରତ ଏକ୍ସପ୍ରେସ କେବଳ ଗୁରୁବାରକୁ ଛାଡ଼ି ସପ୍ତାହର ଅନ୍ୟ ସବୁ ଦିନ ଚାଲିବ।

ପୁରୀରୁ ଏହି ଟ୍ରେନ୍ ଦିନ ୧ଟା ୫୦ରେ ଛାଡ଼ିବ ଓ ସନ୍ଧ୍ୟା ସାଢ଼େ ୮ଟାରେ ହାୱଡାରେ ପହଞ୍ଚିବ। ସେହିଭଳି ହାୱଡ଼ାରୁ ସକାଳ ୬ଟା ୧୦ରେ ବାହାରି ୧୨ଟା ୩୫ରେ ପୁରୀରେ ପହଞ୍ଚିବ।

Advertisment

ଆଜି ପୁରୀ ଓ କଟକ ରେଲୱେ ଷ୍ଟେସନର ନବୀକରଣ କାର୍ଯ୍ୟ ପାଇଁ ଭିତ୍ତିପ୍ରସ୍ତର ସ୍ଥାପନ କରିବେ ପ୍ରଧାନମନ୍ତ୍ରୀ। ଆଜି ମୋଟ ୮ହଜାର କୋଟି ଟଙ୍କା ପ୍ରକଳ୍ପର ଶିଳାନ୍ୟାସ ଓ ଲୋକାର୍ପଣ କରିବେ ମୋଦି ।

ତା’ପୂର୍ବରୁ ଉଭୟ ଷ୍ଟେସନର ଆସିଛି ପ୍ରସ୍ତାବିତ ପ୍ରକଳ୍ପ ଡିଜାଇନ। ଆଜି ମୋଦି ଉଦଘାଟନ କରିବା ପୂର୍ବରୁ ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ବିଳମ୍ବିତ ରାତି ୧୧ଟା ୫୫ ମିନିଟରେ ପୁରୀ ଷ୍ଟେସନରେ ପହଞ୍ଚି ଷ୍ଟେସନର ନିରୀକ୍ଷଣ କରିଥିଲେ।

Puri PM Modi Railway Minister Vande Bharat Express
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe