ଆଳି (ବନମାଳୀ ସାହୁ): ମହାମାରୀ ‘କରୋନା’ ଆକ୍ରାନ୍ତ ଚିହ୍ନଟ ହେବା ପରେ କରାଯାଉନି ସାନିଟାଇଜ୍। ଏପରିକି ଅଳିଆ ଆବର୍ଜନା ଉଠା ଯାଉଛି। ଏନେଇ ଅଭିଯୋଗ କଲେ ମଧ୍ୟ କେହି ଶୁଣୁନାହାନ୍ତି। ଏନେଇ ଅଭିଯୋଗ ଆସିଛି କେନ୍ଦ୍ରାପଡ଼ା ଜିଲ୍ଲାରୁ।
ଆଳି ବ୍ଲକ ଅନ୍ତର୍ଗତ ନିଆଳ ପଞ୍ଚାୟତର ଜାଭିୟର୍ ଇଣ୍ଟର ନ୍ୟାସନାଲ ସ୍କୁଲରେ ଏକ ସଙ୍ଗରୋଧ କେନ୍ଦ୍ର କରାଯାଇଛି। ଏହି କେନ୍ଦ୍ରରେ ୫୦ଜଣ ପ୍ରବାସୀ ରହିଛନ୍ତି। ଆଜି ସେମାନଙ୍କ ଭିତରୁ ଦୁଇ ଜଣଙ୍କୁ ‘କରୋନା’ ହୋଇଥିବା ସ୍ପଷ୍ଟ ହୋଇଛି। ରିପୋର୍ଟ ପଜିଟିଭ୍ ଆସିବା ପରେ ସେମାନଙ୍କୁ କୋଭିଡ୍ ହସ୍ପିଟାଲ୍କୁ ସ୍ଥାନାନ୍ତରିତ କରାଯାଇଛି। ହେଲେ ଉକ୍ତ ସଙ୍ଗରୋଧ କେନ୍ଦ୍ରକୁ ସାନିଟାଇଜ୍ କରାଗଲା ନାହିଁ। ସେହିପରି ସଂଗରୋଧ କେନ୍ଦ୍ରରେ ଆଜକୁ ୪ଦିନ ହେଲା ଅଇଁଠା ପତ୍ର କୁଢ଼କୁଢ଼ ହୋଇ ପଡ଼ିଛି। ଆଜି ପର୍ଯ୍ୟନ୍ତ ସେହି ଅଳିଆପତ୍ରକୁ ଉଠା ଯାଉନାହିଁ। ଯାହାକୁ ନେଇ ପ୍ରବାସୀଙ୍କ ମଧ୍ୟରେ ଅସନ୍ତୋଷ ପ୍ରକାଶ ପାଇଛି। ଏନେଇ ସରପଞ୍ଚ ଓ ବିଡ଼ିଓଙ୍କୁ ବାରମ୍ବାର ଜଣାଇ ଆସୁଥିଲେ ମଧ୍ୟ କେହି ଶୁଣୁ ନଥିବା ପ୍ରବାସୀମାନେ ଅଭିଯୋଗ କରିଛନ୍ତି। ଏନେଇ ପ୍ରଶାସନର କୌଣସି ପତିକ୍ରିୟା ମିଳିପାରି ନାହିଁ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Events & Festivals
ଗଙ୍ଗା ସାଗର ମେଳା ଆରମ୍ଭ, ଲକ୍ଷାଧିକ ଶ୍ରଦ୍ଧାଳୁଙ୍କ ସମାଗମ
ଉତ୍ତରପ୍ରଦେଶର ପ୍ରୟାଗରାଜରେ ମହାକୁମ୍ଭ ମେଳା ଆରମ୍ଭ ହୋଇଥିବା ବେଳେ ପଶ୍ଚିମବଙ୍ଗ ଦକ୍ଷିଣ ୨୪ ପ୍ରଗଣା ଜିଲ୍ଲା ସାଗରଦୀପ ଗଙ୍ଗା ଓ ସାଗର ସଙ୍ଗମ ସ୍ଥଳରେ ଆରମ୍ଭ ହୋଇଛି ଗଙ୍ଗା ସାଗର ମେଳା ।
Events & Festivals
ଆଜି ପୌଷ ପୂର୍ଣ୍ଣିମା, ସୁନା ବେଶରେ ଦର୍ଶନ ଦେବେ ଶ୍ରୀଜିଉ
ଆଜି ପୌଷ ପୂର୍ଣ୍ଣିମା । ଏହି ଅବସରରେ ଶ୍ରୀମନ୍ଦିରରେ ଶ୍ରୀବଳଭଦ୍ର, ଶ୍ରୀଜଗନ୍ନାଥ, ଦେବୀ ସୁଭଦ୍ରା ସୁନା ବେଶ ବା ରାଜ ରାଜେଶ୍ୱର ବେଶରେ ବିଭୂଷିତ ହେବେ।
Science & Environment
ମନ ଜିଣିଥିଲା ମହେନ୍ଦ୍ର, ୬୬ ବର୍ଷରେ ଆଖି ବୁଜିଲା
ମୟୂରଭଞ୍ଜ ଜିଲ୍ଲା ଶିମିଳିପାଳ ଅଭୟାରଣ୍ୟରେ ଆଖି ବୁଜିଲା ପୋଷା ଦନ୍ତା ହାତୀ ‘ମହେନ୍ଦ୍ର’। ମୃତ୍ୟୁ ବେଳକୁ ତାକୁ ୬୬ ବର୍ଷ ବୟସ ହୋଇଥିଲା। ସେ ଗତ କିଛି ଦିନ ହେବ ଅସୁସ୍ଥ ଥିବା ବେଳେ ତା’ ସ୍ୱାସ୍ଥ୍ୟାବସ୍ଥାରେ ଅବନତି ହେଉଥିଲା।
Crime
ପୁଣି ଶ୍ରୀମନ୍ଦିର ଭିତର ଫଟୋ ଭାଇରାଲ୍
ଶ୍ରୀମନ୍ଦିର ପରିସର କୀର୍ତ୍ତନ ଚକଡ଼ା ଫଟୋ ଭାଇରାଲ୍ ହୋଇଛି। ଶ୍ରୀମନ୍ଦିର ଭିତରେ ଫଟୋ ଉଠାଇ ସୋଶାଲ୍ ମିଡିଆରେ ଭାଇରାଲ୍ କରିଛନ୍ତି ଗୌରବ କୁମାର ସାହୁ ନାମକ ଯୁବକ।
Miscellaneous
‘ଆୟୁଷ୍ମାନ ଭାରତ’ ଯୋଜନା ପାଇଁ କାଲି MOU; ଦିଲ୍ଲୀ ଯିବେ ମୁଖ୍ୟମନ୍ତ୍ରୀ ଓ ସ୍ୱାସ୍ଥ୍ୟମନ୍ତ୍ରୀ
ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଏବଂ ସ୍ୱାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ ଆସନ୍ତାକାଲି ଦୁଇ ଦିନିଆ ଦିଲ୍ଲୀ ଗସ୍ତରେ ଯିବେ। କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀ ଜେପି ନଡ୍ଡାଙ୍କ ଉପସ୍ଥିତିରେ ଏହି ଏମଓୟୁ ସ୍ୱାକ୍ଷରିତ ହେବାର କାର୍ଯ୍ୟକ୍ରମ ରହିଛି।