ରାୟଗଡା: ରାୟଗଡ଼ା ଜିଲ୍ଲା ବିଷମକଟକ ଥାନା କଣା ଗାଁରେ ଗୁଣିଗାରେଡ଼ି ସନ୍ଦେହରେ ଜଗବନ୍ଧୁ କଲକା ନାମକ ଜଣେ ବ୍ୟକ୍ତିଙ୍କୁ ପିଟିପିଟି ହତ୍ୟା କରାଯାଇ ପୋଡିଦିଆଯିବା ଘଟଣାରେ ବୁଧବାର ସାଇଣ୍ଟିଫିକ୍ ଟିମ୍ ଘଟଣାସ୍ଥାଳରେ ପହଞ୍ଚି ନମୁନା ସଂଗ୍ରହ କରିଛି। ଅଧିକ ତଦନ୍ତ ପାଇଁ କୋରାପୁଟରୁ ୪ ଜଣିଆ ସାଇଣ୍ଟିଫିକ୍ ଟିମ୍ ଘଟଣାସ୍ଥଳକୁ ଯାଇ ମୃତକଙ୍କ ଘର ଓ ଶ୍ମଶାନରୁ ରକ୍ତ ନମୁନା, ମାଟି, ପାଉଁସ ଓ ହାଡ଼ ନମୁନା ସଂଗ୍ରହ କରି ଫେରିଛନ୍ତି। ଏହି ଘଟଣାରେ ୩ ନାବାଳକ ସମେତ ୧୦ଜଣଙ୍କୁ ପୋଲିସ ଗିରଫ କରିଛି ।
ମୃତ ଜଗବନ୍ଧୁ ବହୁଦିନ ଧରି ଗୁଣିଗାରେଡ଼ି କରୁଥିବା ସନ୍ଦେହରେ ଗାଁ ଲୋକେ ତାଙ୍କୁ ଏଥିରୁ ନିବୃତ ରହିବାକୁ ତାଗିଦ କରିଥିଲେ। ତେବେ ଜଗବନ୍ଧୁ ଗାଁ ଲୋକଙ୍କ କଥା ନଶୁଣିବାରୁ ଶେଷରେ ତାଙ୍କୁ ଜୀବନରୁ ମାରିଦେଇଥିବା ଅଭିଯୁକ୍ତମାନେ କହିଛନ୍ତି। ଗିରଫ ଅଭିଯୁକ୍ତଙ୍କୁ ଆଜି କୋର୍ଟ ଚାଲାଣ କରାଯିବ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
ବିଦ୍ୟୁତ୍ ଆଘାତରେ ୩ ହାତୀ ମୃତ୍ୟୁ ଘଟଣା; ୩ କ୍ଷେତ୍ର ବନ କର୍ମଚାରୀ ସସପେଣ୍ଡ
ଗତକାଲି ସମ୍ବଲପୁର ନାକଟିଦେଉଳ ରେଂଜ ବୁରମାଲ ଜଙ୍ଗଲରେ ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ୩ ଟି ହାତୀଙ୍କ ମୃତ୍ୟୁ ଘଟିଥିଲା।
Accident
ଗଛରେ ପିଟିହେଲା କାର୍; ଡ୍ରାଇଭର ଗୁରୁତର
ରାତିସାରା ଆଦିତ୍ୟ ଗୁରୁତର ଅବସ୍ଥାରେ କାର୍ ଭିତରେ ପଡ଼ି ରହିଥିଲେ।
Accident
ଓଲଟିଲା ଗୋରୁ ବୋଝେଇ ପିକଅପ୍ ଭ୍ୟାନ୍, ଲାଗିଗଲା ନିଆଁ
ରାସ୍ତା କଡ଼କୁ ଏକ ଗୋରୁ ବୋଝେଇ ପିକଅପ୍ ଭ୍ୟାନ୍ ଓଲଟି ପଡ଼ିବାରୁ ଗୋଟିଏ ଗୋରୁ ଜୀବନ୍ତ ଦଗ୍ଧ ହୋଇ ଯାଇଛି।
Politics
ଆମ୍ବ ଟାକୁଆ ମୃତ୍ୟୁ: ପୁଣି ବିଜେଡି-ବିଜେପି ମୁହାଁମୁହିଁ, ଆରଡିସି ତଦନ୍ତ ରିପୋର୍ଟକୁ ଅପେକ୍ଷା
ଆମ୍ବ ଟାକୁଆ ଖାଇ କଟକ ବଡ଼ମେଡିକାଲରେ ଚିକିତ୍ସାଧୀନ ଥିବା ଦାରିଙ୍ଗିବାଡ଼ି ବ୍ଲକର ମାଣ୍ଡିପଙ୍କା ଗାଁର ଜିତା ମାଝୀଙ୍କର ଆଜି ମୃତ୍ୟୁ ହେବାପରେ ରାଜନୀତି ସରଗରମ ହୋଇଛି ।
Miscellaneous
୨୩ରେ ମନ୍ତ୍ରିମଣ୍ଡଳ ଓ ମନ୍ତ୍ରିପରିଷଦ ବୈଠକ, ଅତିରିକ୍ତ ଚିଠା ବଜେଟକୁ ମିଳିବ ମଞ୍ଜୁରୀ
ମୁଖ୍ୟମନ୍ତ୍ରୀ ତଥା ଅର୍ଥମନ୍ତ୍ରୀ ମୋହନ ଚରଣ ମାଝୀ ଆସନ୍ତା ୨୬ତାରିଖରେ ବିଧାନସଭାରେ ୨୦୨୫-୨୬ ଆର୍ଥିକ ବର୍ଷର ପ୍ରଥମ ଅତିରିକ୍ତ ବଜେଟ ଉପସ୍ଥାପନ କରିବେ ।