କେନ୍ଦୁଝର (ପ୍ରଣୟ ପାଣି): ରାଗିଂ ଅଭିଯୋଗ ପାଇଁ ୮୨ ଜଣ ଛାତ୍ରଙ୍କୁ ୧୦୦୦ ଟଙ୍କା ଲେଖାଏଁ ଜରିମାନା କରାଯାଇଛି। ଏଥିସହ ଲାଇବ୍ରେରୀରୁ ବହି ନନେବାକୁ ଓଡ଼ିଶା ସ୍କୁଲ୍ ଅଫ୍ ମାଇନିଂ ଇଞ୍ଜିନିୟରିଂ( ଓଏସ୍ଏମ୍ଇ) କର୍ତ୍ତୃପକ୍ଷ ନିର୍ଦ୍ଦେଶ ଦେଇଛନ୍ତି। ଏପରି ଅଭିଯୋଗ କେନ୍ଦୁଝର ଜିଲ୍ଲାରୁ ଆସିଛି।
ଓଡ଼ିଶା ସ୍କୁଲ୍ ଆଫ୍ ମାଇନିଂ ଇଞ୍ଜିନିୟରିଂର ଖଣ୍ଡାଧାର ଛାତ୍ରାବାସରେ କେତେକ ଦ୍ୱିତୀୟ ବର୍ଷର ଛାତ୍ରଙ୍କୁ ତୃତୀୟ ବର୍ଷର ଛାତ୍ରମାନେ ରାଗିଂ କରୁଥିଲେ। ଏନେଇ ଅଭିଯୋଗ ହେବା ପରେ ବିଦ୍ୟାଳୟ କର୍ତ୍ତୃପକ୍ଷ ତଦନ୍ତ କମିଟି ଦ୍ଵାରା ଘଟଣାର ଅନୁଧ୍ୟାନ କରିଥିଲେ। ଏହାର ସତ୍ୟାସତ୍ୟ ଜଣାପଡ଼ିବା ପରେ ତୃତୀୟ ବର୍ଷର ୮୨ ଜଣ ଛାତ୍ରଙ୍କୁ ୧୦୦୦ ଟଙ୍କା ଲେଖାଏଁ ଜରିମାନା କରାଯାଇଛି। ଏଥିସହ ପଞ୍ଚମ ଓ ଫାଇନାଲ୍ ସେମିଷ୍ଟାର୍ ପାଇଁ ସେମାନଙ୍କୁ କୌଣସି ବହି ନଦେବାକୁ କଲେଜ ଲାଇବ୍ରେରୀକୁ ନିର୍ଦ୍ଦେଶ ଦିଆଯାଇଛି। ଛାତ୍ରମାନେ ପୁନର୍ବାର ଏଭଳି ଆଚରଣ କରିବେ ନାହିଁ ବୋଲି ଲିଖିତ ଭାବେ କଲେଜ କର୍ତ୍ତୃପକ୍ଷଙ୍କୁ ପ୍ରଦାନ କରିଛନ୍ତି। ଏଭଳି ଆଚରଣ କଲେ, ଛାତ୍ରମାନଙ୍କୁ ବିଦ୍ୟାଳୟରୁ ବାହାର କରିଦିଆଯିବ ବୋଲି କଲେଜ କର୍ତ୍ତୃପକ୍ଷ କହିଛନ୍ତି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
ସରକାରୀ ଚାକିରି ବେପାର କରୁଥିଲେ 420 ଦମ୍ପତି
ରାଉରକେଲା ଟିମ୍ବର କୋଲୋନୀର ଲକ୍ଷ୍ମୀ ତନ୍ତି ଓ ତାଙ୍କ ସ୍ଵାମୀ ସଂଗ୍ରାମ ସାହୁ ପାଠଶାଠ କମ୍ ପଢ଼ିଛନ୍ତି। ତଥାପି ସରକାରୀ ଚାକିରି ବାଣ୍ଟୁଥିଲେ। ମାସର ଥରେ ବେକରେ ଆଇକାର୍ଡ ପକାଇ ରାଉରକେଲା କୋର୍ଟକୁ ଯାଉଥିଲେ।
Politics
କାଉଣ୍ଟର କଲା ବିଜେପି; ନବ ଦାସଙ୍କ ହତ୍ୟା ବେଳେ କାହିଁକି ଚୁପ୍ ଥିଲେ ଦୀପାଳି-ଆକାଶ?
ଦୀପାଳି କହିଛନ୍ତି, ଅନାସ୍ଥା ଯେତେବେଳେ ଆସିଲା ସେତେବେଳ ପ୍ରଶାସନ ଟାଳଟୁଳ ନୀତି ଅବଲମ୍ବନ କଲା। ଆମେ ହାଇକୋର୍ଟରୁ ନିର୍ଦ୍ଦେଶ ଆଣିଲୁ। ଅନାସ୍ଥା ପାଇଁ ତାରିଖ ଦିଆଗଲା ୧୦ ଜାନୁଆରୀ।
Special
ପ୍ଲାଷ୍ଟିକ୍ ବିରୋଧରେ ବଡ଼ ଲଢେଇ; ମାଗଣାରେ ଯୋଗାଇ ଦିଆଯାଉଛି ଷ୍ଟିଲ୍ ପ୍ଲେଟ, ଗ୍ଲାସ୍
ପରିବେଶ ସୁରକ୍ଷା ପାଇଁ ନୂଆପଡା ଜିଲ୍ଲା ଖରିଆର ରୋଡ୍ର ୨୦ ଜଣ ଯୁବକ ଓ ଯୁବତୀ ମିଶି ଗଢ଼ିଛନ୍ତି ‘ପହଲ’ ଅନୁଷ୍ଠାନ। ଏହି ଅନୁଷ୍ଠାନ ପଲିଥିନ୍ ଓ ପ୍ଲାଷ୍ଟିକ ବିରୋଧରେ ଲଢ଼େଇ ଆରମ୍ଭ କରିଛି।
Weather
୩ ଦିନ ପରେ ବଢ଼ିବ ଶୀତ, କଲବଲ କରିବ ଘନ କୁହୁଡ଼ି!
ଶୀତ ପରେ ରାଜ୍ୟବାସୀଙ୍କୁ କୁହୁଡି କଲବଲ କରିବ। ୧୧ ତାରିଖରୁ ୧୪ ତାରିଖ ପର୍ଯ୍ୟନ୍ତ ସୁନ୍ଦରଗଡ଼, କେନ୍ଦୁଝର, ଢେଙ୍କାନାଳ, ଅନୁଗୋଳ, କଟକ, ଖୋର୍ଦ୍ଧା, ନୟାଗଡ଼, କନ୍ଧମାଳ ଓ କୋରାପୁଟ ଜିଲ୍ଲାରେ ଗୋଟିଏରୁ ଦୁଇଟି ସ୍ଥାନରେ ଘନ କୁହୁଡି ହେବାର ସମ୍ଭାବନା ରହିଛି।
Accident
ତଳକୁ ଝୁଲି ରହିଥିଲା ୧୧ କେଭି ବିଦ୍ୟୁତ୍ ତାର, ଉଠାଇବା ବେଳେ ୨ ଗୁରୁତର
ବିଲ ଦେଇ ଯାଇଥିବା ୧୧କେଭି ବିଦ୍ୟୁତ୍ ତାର ତଳକୁ ଝୁଲି ରହିଥିଲା । କୌଣସି ଅଘଟଣ ଆଶଙ୍କାରେ ତାହାକୁ ଉପରକୁ ଉଠାଇଥିଲେ ଧାନ କଟା ମେସିନ୍ର ଡ୍ରାଇଭର ଓ ହେଲପର ।