ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ବିଜେଡି ନେତା ତଥା ପୂର୍ବତନ ମନ୍ତ୍ରୀ ରଘୁନାଥ ମହାନ୍ତିଙ୍କୁ ନୂଆ ଦାୟିତ୍ୱ ଦେଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ତାଙ୍କୁ ରାଜ୍ୟ ଉଠା ଜଳସେଚନ ନିଗମର ଅଧ୍ୟକ୍ଷ କରାଯାଇଛି। ତା’ସହିତ ତାଙ୍କୁ କ୍ୟାବିନେଟ ପାହ୍ୟା ମିଳିଛି।
ଏହା ପୂର୍ବରୁ ଗତ ମାର୍ଚ୍ଚ ମାସରେ ରଘୁଙ୍କୁ ବିଜେଡିର ଉପ-ସଭାପତି ଦାୟିତ୍ୱ ଦିଆଯାଇଥିଲା। ତା’ସହିତ ଢେଙ୍କାନାଳ ଜିଲ୍ଲା ବିଜେଡିର ପର୍ଯ୍ୟବେକ୍ଷକ ଭାବେ ଦାୟିତ୍ୱ ଦିଆଯାଇଥିଲା।
ବାଲେଶ୍ୱର ଜିଲ୍ଲାର ଏହି ଟାଣୁଆ ବିଜେଡି ନେତା ରଘୁନାଥ ମହାନ୍ତି ୨୦୧୩ରେ ବୋହୂ ବର୍ଷା ସୋନୀ ଯୌତୁକ ନିର୍ଯାତନା ମାମଲାରେ ଛନ୍ଦି ହେବା ପରେ ତାଙ୍କୁ ମନ୍ତ୍ରୀ ପଦରୁ ବିଦା ହେବାକୁ ପଡ଼ିଥିଲା। ସେ ଜେଲ୍ ବି ଯାଇଥିଲେ। ୨୦୧୪ ନିର୍ବାଚନରେ ଟିକେଟ୍ ପାଇବାରୁ ବି ବଞ୍ଚିତ ହୋଇଥିଲେ।
୨୦୧୬ ମସିହା ମାର୍ଚ୍ଚ ୨୫ ତାରିଖରେ ବର୍ଷା ସୋନୀ ଓ ରଘୁନାଥଙ୍କ ପରିବାର ଭିତରେ ଥିବା ତିକ୍ତତାର ଅନ୍ତ ହେଲା। ଏକାଠି ହେଲେ ରଘୁନାଥଙ୍କ ପୁଅ ରାଜାଶ୍ରୀ ଓ ବୋହୂ ବର୍ଷା ସୋନୀ । ଏବେ ତାଙ୍କ ପୁଅବୋହୂ ଏକାଠି ରହୁଛନ୍ତି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
ମନ୍ତ୍ରୀ ନବ ଦାସ ହତ୍ୟା ମାମଲା: ଅଡ଼ୁଆରେ ମୋହନ ସରକାର, ଆଗରେ ୯ଟି ପ୍ରଶ୍ନ
ପୁଲିସ ଜରିଆରେ ତାଙ୍କ ପିତାଙ୍କୁ ହତ୍ୟା କରାଯାଇଛି ବୋଲି ଦୀପାଳି ଗତ ୩ ଦିନ ତଳେ କହିଲେ, କିନ୍ତୁ ସେତେବେଳେ କିଏ ସେ ତୃତୀୟ ମହଲାର ଆଇପିଏସ୍ ଅଫିସର ଯିଏ ପୁଲିସକୁ ନିୟନ୍ତ୍ରଣରେ ରଖିଥିଲେ ଓ ତାଙ୍କ ଭୂମିକା ଏହି ହତ୍ୟାକାଣ୍ଡରେ କ’ଣ ଥିଲା କାହିଁକି ତାହା ଯାଂଚ କ୍ରାଇମବ୍ରାଂଚ କଲାନି କି ବର୍ତ୍ତମାନର ବିଜେପି ସରକାର କରୁନାହାନ୍ତି?
Miscellaneous
ଉଦୟଗିରି ଓ ରତ୍ନଗିରିରେ ଏକାଠୀ ହେଲେ ୧୭ ଦେଶର ୧୫୦୦ ବୌଦ୍ଧ ଧର୍ମାବଲମ୍ବୀ
ଆସନ୍ତା ୧୬ ତାରିଖରେ ଏହି କାର୍ଯ୍ୟକ୍ରମ ଉଦ୍ଯାପିତ ହେବ। ଏଥିରେ ବାଚସ୍ପତି ସୁରମା ପାଢୀ ଓ ଉପମୁଖ୍ୟ ମନ୍ତ୍ରୀ ପ୍ରଭାତୀ ପରିଡା ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି।
Entertainment
ମଞ୍ଚରେ ଚଢ଼ିବେନି ସାହୁ ଭାଉଜ, ନିଶା ମହାରଣାଙ୍କ ଭଳି ନୃତ୍ୟାଙ୍ଗନା
ଯାତ୍ରା ମହାକୁମ୍ଭରେ ହେବନି ଅଶ୍ଲୀଳ ନୃତ୍ୟ। ଆଜି ଖଣ୍ଡଗିରି ଥାନା ପରିସରରେ ବସିଥିବା ବୈଠକରେ ଏଭଳି ନିଷ୍ପତ୍ତି ନିଆଯାଇଛି। ବାରମ୍ବାର ଅଭିଯୋଗ ପରେ ମଧ୍ୟ ଯାତ୍ରା ଜଗତକୁ କଳଙ୍କିତ କରୁଥିଲେ କିଛି ନୃତ୍ୟଶିଳ୍ପୀ।