ନୂଆଦିଲ୍ଲୀ: ରାଜ୍ୟସଭାକୁ ଯିବେ ଓଡ଼ିଶାର ସୁବିଖ୍ୟାତ ଭାସ୍କର୍ଯ୍ୟ ଶିଳ୍ପୀ ପଦ୍ମବିଭୂଷଣ ରଘୁନାଥ ମହାପାତ୍ର। ଭାରତର ରାଷ୍ଟ୍ରପତି ରାମନାଥ କୋବିନ୍ଦ ତାଙ୍କୁ ମନୋନୀତ କରିଛନ୍ତି। ଆଜି ରାଷ୍ଟ୍ରପତି ଭବନ ପକ୍ଷରୁ ଏ ସଂପର୍କରେ ଘୋଷଣା କରାଯାଇଛି। ରାଜ୍ୟସଭା ପାଇଁ ରାଷ୍ଟ୍ରପତି ୪ ଜଣ ବିଶିଷ୍ଟ ବ୍ୟକ୍ତିକୁ ମନୋନୀତ କରିଛନ୍ତି। ସେମାନେ ହେଲେ ରଘୁନାଥ ମହାପାତ୍ର, ବିଶିଷ୍ଟ ନୃତ୍ୟାଙ୍ଗନା ସୋନାଲ୍ ମାନସିଂହ, କୃଷକ ନେତା ରାମ୍ ସାକାଲ ଓ ସ୍ତମ୍ଭକାର ରାକେଶ ସିହ୍ନା।
ପୁରୀ ଜିଲ୍ଲାରେ ଜନ୍ମିତ ପଦ୍ମବିଭୂଷଣ ରଘୁନାଥ ମହାପାତ୍ର ଜଣେ ପ୍ରତିଷ୍ଠିତ ଭାସ୍କର୍ଯ୍ୟ ଶିଳ୍ପୀ। ନିଜର ପଥର କାମ ପାଇଁ ସେ ସାରା ଦେଶରେ ପରିଚିତ। ଭାରତୀୟ କଳା ଜଗତକୁ ତାଙ୍କର ଅବଦାନ ପାଇଁ ଭାରତ ସରକାର ତାଙ୍କୁ ମର୍ଯ୍ୟାଦାଜନକ ‘ପଦ୍ମଶ୍ରୀ’, ‘ପଦ୍ମଭୂଷଣ’ ଓ ପଦ୍ମ ବିଭୂଷଣ ଉପାଧି ପ୍ରଦାନ କରିଛନ୍ତି। ସେହିପରି ମୁମ୍ୱାଇରେ ଜନ୍ମିତ ସୋନାଲ୍ ମାନସିଂହ ଶାସ୍ତ୍ରୀୟ ନୃତ୍ୟ ଭାରତନାଟ୍ୟମ୍ ଓ ଓଡ଼ିଶୀରେ ବେଶ୍ ପାରଙ୍ଗମ। ଏଥିପାଇଁ ତାଙ୍କୁ ମିଳିଛି ଅନେକ ସଫଳତା। ଏହାଛଡ଼ା ସେ ଜଣେ ସଫଳ କୋରିଓଗ୍ରାଫର, ଶିକ୍ଷୟିତ୍ରୀ ଓ ସାମାଜିକ କର୍ମୀ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Politics
କେବଳ ଲୋକସଭା ନିର୍ବାଚନ ପାଇଁ ଗଠନ ହୋଇଥିଲା 'ଇଣ୍ଡିଆ' ମେଣ୍ଟ: ଶରଦ ପାୱାର
ରାଜ୍ୟ ଓ ଆଞ୍ଚଳିକ ନିର୍ବାଚନରେ ଏକାଠି ଲଢ଼ିବାକୁ ଆଲୋଚନା ହୋଇନଥିଲା ବୋଲି କହିଲେ ଶରଦ ପାୱାର।
National
‘ପ୍ୟାରିସ୍ ଭଳି ଦିଲ୍ଲୀ’ କହି କେଜ୍ରିୱାଲଙ୍କୁ ରାହୁଲଙ୍କ କଟାକ୍ଷ, ଦେଖନ୍ତୁ ଭିଡିଓ
ଇଣ୍ଡି ବ୍ଲକ୍ ମଧ୍ୟରେ ସବୁ କିଛି ଠିକ୍ଠାକ୍ ଚାଲି ନଥିବା ବେଳେ ଉଭୟ ଆପ୍ ଓ କଂଗ୍ରେସ ସଦସ୍ୟଙ୍କ ମଧ୍ୟରେ କାନ୍ଦୁଆ ଫିଙ୍ଗାଫିଙ୍ଗି ବଢ଼ିଯାଇଛି। ଏମିତିକି ଅନ୍ୟ ଦଳ ସହିତ ଆଲୋଚନା କଲା ପରେ କଂଗ୍ରେସକୁ ଇଣ୍ଡି ବ୍ଳକ୍ରୁ ବାହାର କରି ଦେବାକୁ ଧମକ ଦେଇଛି ଆପ୍।
Crime
ଦିଲ୍ଲୀରେ ୪୦୦ ସ୍କୁଲକୁ ବୋମା ଧମକ ଦେଇଥିଲା ନାବାଳକ, ଆପ୍-ବିଜେପି ମୁହାଁମୁହିଁ
ଗତ ୮ତାରିଖରେ ମିଳିଥିବା ମେଲକୁ ଟ୍ରାକ୍ କରି ଜଣେ ଯୁକ୍ତ୨ ଛାତ୍ରକୁ ଧରିଛି ପୁଲିସ। ଛାତ୍ର ଓ ଏହାର ଅଭିଭାବକ ଏକ ଏନଜିଓ ସହ ଜଡ଼ିତ। ଏନଜିଓ ଏକ ରାଜନୈତିକ ଦଳ ସହ ଜଡ଼ିତ ବୋଲି କହିଛି ପୁଲିସ।
National
କୁମ୍ଭମେଳାରେ ଅସୁସ୍ଥ ହୋଇ ପଡ଼ିଲେ ଷ୍ଟିଭ୍ ଜବ୍ସଙ୍କ ପତ୍ନୀ
ପ୍ରଥମ ଥର ପାଇଁ କୁମ୍ଭମେଳାରେ ଭାଗ ନେବାକୁ ଆସିଥିବା ଲରେନ୍ ପାୱେଲ ପୂର୍ବରୁ କେବେ ଏପରି ଭିଡ଼ ଦେଖିନଥିଲେ। ରବିବାର ରାତିରୁ ସେ ପ୍ରୟାଗରାଜରେ ସ୍ୱାମୀ କୈଳାଶନନ୍ଦ ଗିରିଙ୍କ ଶିବିରରେ ରହୁଛନ୍ତି।
National
ମା' ବିକି ଦେଲା ବୁଲେଟ୍, ନିଜକୁ ଗୁଳି କରିଦେଲା ପୁଅ
ନବମ ଶ୍ରେଣୀ ଛାତ୍ର ଜଣକ ରାଗରେ ନିଜକୁ ଗୁଳି କରି ଆତ୍ମହତ୍ୟା କରିଥିବା ଅଭିଯୋଗ ହୋଇଛି।