ଏଣିକି ଭୁବନେଶ୍ୱରରୁ ଜଗଦଲପୁର ଓ ଜୁନାଗଡ଼କୁ ୨ଟି ପୃଥକ୍ ଟ୍ରେନ ଚାଲିବ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଭବାନୀପାଟଣା ଓ ଜୁନାଗଡ଼ ଅଞ୍ଚଳବାସୀଙ୍କ ଦୀର୍ଘଦିନର ଦାବିକୁ କେନ୍ଦ୍ର ସରକାର ଗ୍ରହଣ କରିଛନ୍ତି। ଏଣିକି ଭୁବନେଶ୍ୱରରୁ ଜୁନାଗଡ଼ ଏବଂ ଭୁବନେଶ୍ୱରରୁ ଜଗଦଲପୁରକୁ ୨ଟି ପୃଥକ୍ ଟ୍ରେନ୍ ଚଳାଚଳ କରିବ। କେନ୍ଦ୍ର ରେଳମନ୍ତ୍ରୀ ପୀୟୂଷ ଗୋଏଲ ଏନଇ କେନ୍ଦ୍ର ପେଟ୍ରୋଲିୟମ ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କୁ ଚିଠି ଲେଖି ଅବଗତ କରାଇଛନ୍ତି। ଏହାପରେ କେନ୍ଦ୍ର ରେଳମନ୍ତ୍ରୀ ଶ୍ରୀ ଗୋଏଲଙ୍କୁ କୃତଜ୍ଞତା ଜଣାଇବା ସହ କେନ୍ଦ୍ରମନ୍ତ୍ରୀ ଶ୍ରୀ ପ୍ରଧାନ ଏହି ବ୍ୟବସ୍ଥା ରେଳ ଯାତ୍ରୀଙ୍କୁ ସୁବିଧା ଯୋଗାଇବାରେ ଗୁରୁତ୍ୱପୂର୍ଣ୍ଣ […]

train

Manoranjan Sial
  • Published: Monday, 19 August 2019
  • , Updated: 19 August 2019, 07:36 PM IST

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଭବାନୀପାଟଣା ଓ ଜୁନାଗଡ଼ ଅଞ୍ଚଳବାସୀଙ୍କ ଦୀର୍ଘଦିନର ଦାବିକୁ କେନ୍ଦ୍ର ସରକାର ଗ୍ରହଣ କରିଛନ୍ତି। ଏଣିକି ଭୁବନେଶ୍ୱରରୁ ଜୁନାଗଡ଼ ଏବଂ ଭୁବନେଶ୍ୱରରୁ ଜଗଦଲପୁରକୁ ୨ଟି ପୃଥକ୍ ଟ୍ରେନ୍ ଚଳାଚଳ କରିବ। କେନ୍ଦ୍ର ରେଳମନ୍ତ୍ରୀ ପୀୟୂଷ ଗୋଏଲ ଏନଇ କେନ୍ଦ୍ର ପେଟ୍ରୋଲିୟମ ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କୁ ଚିଠି ଲେଖି ଅବଗତ କରାଇଛନ୍ତି। ଏହାପରେ କେନ୍ଦ୍ର ରେଳମନ୍ତ୍ରୀ ଶ୍ରୀ ଗୋଏଲଙ୍କୁ କୃତଜ୍ଞତା ଜଣାଇବା ସହ କେନ୍ଦ୍ରମନ୍ତ୍ରୀ ଶ୍ରୀ ପ୍ରଧାନ ଏହି ବ୍ୟବସ୍ଥା ରେଳ ଯାତ୍ରୀଙ୍କୁ ସୁବିଧା ଯୋଗାଇବାରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ନେବ ବୋଲି କହିଛନ୍ତି।

ଉଲ୍ଲେଖଯୋଗ୍ୟ, ଭବାନୀପାଟଣା ଓ ଜୁନାଗଡ଼ ଅଞ୍ଚଳବାସୀଙ୍କ ଦାବି ଆଧାରରେ କେନ୍ଦ୍ରମନ୍ତ୍ରୀ ଶ୍ରୀ ପ୍ରଧାନ ଗତ ୧୮ତାରିଖରେ ରେଳମନ୍ତ୍ରୀଙ୍କୁ ଚିଠି ଲେଖି ଭୁବନେଶ୍ୱରରୁ ଜଗଦଲପୁର ଏବଂ ଭୁବନେଶ୍ୱରରୁ ଜୁନାଗଡ଼କୁ ଦୁଇଟି ପୃଥକ ପୃଥକ ଟ୍ରେନ୍ ଚଳାଚଳ କରିବା ଲାଗି ଅନୁରୋଧ କରିଥିଲେ। ଏବେ ରେଳବାଇ ମନ୍ତ୍ରଣାଳୟର ନିଷ୍ପତ୍ତି ଅନୁସାରେ ୧୮୪୩୭ /୧୮୪୩୮ ଭୁବନେଶ୍ୱର-ଜୁନାଗଡ ରୋଡ୍ ଏକ୍ସପ୍ରେସ ଭୁବନେଶ୍ୱର ଓ ଜୁନାଗଡ଼ ମଧ୍ୟରେ ଏବଂ ଟ୍ରେନ୍ ନମ୍ବର ୧୮୪୪୭/୧୮୪୪୮ ଭୁବନେଶ୍ୱର-ଜଗଦଲପୁର ହୀରାଖଣ୍ଡ ଏକ୍ସପ୍ରେସ୍ ଭୁବନେଶ୍ୱର ଜଗଦଲପୁର ମଧ୍ୟରେ ପୃଥକ ପୃଥକ ଭାବେ ଚଳାଚଳ କରିବ।

ସୂଚନାଯୋଗ୍ୟ, ଏବେ ଭୁବନେଶ୍ୱରରୁ ଯାଉଥିବା ଟ୍ରେନରୁ ୧୦ଟି ବଗି ରାୟଗଡ଼ା ଷ୍ଟେସନରେ ଅଲଗା ହୋଇ ଜୁନାଗଡ଼ ଅଭିମୁଖେ ଯାଉଛି। ଅବଶିଷ୍ଟ ୧୨ଟି ବଗି ଜଗଦଲପୁର ଅଭିମୁଖେ ଯାତ୍ରା କରୁଛି। ଫେରିବା ସମୟରେ ଉଭୟ ଜଗଦଲପୁର ଏବଂ ଜୁନାଗଡ଼ରୁ ଆସୁଥିବା ଭିନ୍ନ ଭିନ୍ନ ଟ୍ରେନ୍ ରାୟଗଡ଼ା ଷ୍ଟେସନରେ ଗୋଟିଏ ଇଞ୍ଜିନରେ ଯୋଡ଼ି ହୋଇ ଭୁବନେଶ୍ୱର ଅଭିମୁଖେ ଯାତ୍ରା କରୁଛି। ଏହି ବ୍ୟବସ୍ଥା କଳାହାଣ୍ଡିର ଟ୍ରେନ ଯାତ୍ରୀଙ୍କ ପାଇଁ ସମସ୍ୟା ସୃଷ୍ଟି କରୁଛି। ତେବେ କେନ୍ଦ୍ରମନ୍ତ୍ରୀ ଶ୍ରୀ ପ୍ରଧାନଙ୍କ ହସ୍ତକ୍ଷେପ ପରେ କଳାହାଣ୍ଡିବାସୀଙ୍କ ଦୀର୍ଘଦିନର ଦାବି ପୂରଣ ହୋଇଛି ବୋଲି କୁହାଯାଇଛି।

Related story