ରଥଯାତ୍ରାରେ ଚାଲିବ ସ୍ୱତନ୍ତ୍ର ଟ୍ରେନ୍‌; ପଢ଼ନ୍ତୁ ପୂରା ତାଲିକା

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ରଥଯାତ୍ରା ପାଇଁ ପୂର୍ବତଟ ରେଳପଥ ପକ୍ଷରୁ ସ୍ୱତନ୍ତ୍ର ଟ୍ରେନ ଚଳାଚଳର ବ୍ୟବସ୍ଥା କରାଯାଇଛି। ରଥଯାତ୍ରା ଅବଧି ମଧ୍ୟରେ ପୁରୀକୁ ଓ ପୁରୀରୁ ୨୦୫ଟି ସ୍ୱତନ୍ତ୍ର ଟ୍ରେନ ଚାଲିବ। ଯାତ୍ରୀମାନଙ୍କ ସୁବିଧା ପାଇଁ ଗଡ଼ିବ ଉଭୟ ସଂରକ୍ଷିତ ଓ ଅଣସଂରକ୍ଷିତ ଟ୍ରେନ। ଶାଲିମାର, ଜଗଦଲପୁର, ବିଶାଖାପାଟଣା ମଧ୍ୟରେ ଗଡ଼ିବ ସ୍ୱତନ୍ତ୍ର ଟ୍ରେନ୍‌। ଗୁଣ୍ଡିଚା ଦିନ ମଧ୍ୟ ରାଜ୍ୟର ବିଭିନ୍ନ ସ୍ଥାନରୁ ୧୦ ଯୋଡ଼ା ଟ୍ରେନ୍ ଚଳାଚଳ କରିବ। ଗୁଣ୍ଡିଚା ଦିନ ପାରାଦୀପ, କଟକ, ମହୀପୁର, ବ୍ରହ୍ମପୁର, […]

train

train

Manoranjan Sial
  • Published: Monday, 27 June 2022
  • Updated: 27 June 2022, 08:39 PM IST

Sports

Latest News

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ରଥଯାତ୍ରା ପାଇଁ ପୂର୍ବତଟ ରେଳପଥ ପକ୍ଷରୁ ସ୍ୱତନ୍ତ୍ର ଟ୍ରେନ ଚଳାଚଳର ବ୍ୟବସ୍ଥା କରାଯାଇଛି। ରଥଯାତ୍ରା ଅବଧି ମଧ୍ୟରେ ପୁରୀକୁ ଓ ପୁରୀରୁ ୨୦୫ଟି ସ୍ୱତନ୍ତ୍ର ଟ୍ରେନ ଚାଲିବ। ଯାତ୍ରୀମାନଙ୍କ ସୁବିଧା ପାଇଁ ଗଡ଼ିବ ଉଭୟ ସଂରକ୍ଷିତ ଓ ଅଣସଂରକ୍ଷିତ ଟ୍ରେନ। ଶାଲିମାର, ଜଗଦଲପୁର, ବିଶାଖାପାଟଣା ମଧ୍ୟରେ ଗଡ଼ିବ ସ୍ୱତନ୍ତ୍ର ଟ୍ରେନ୍‌। ଗୁଣ୍ଡିଚା ଦିନ ମଧ୍ୟ ରାଜ୍ୟର ବିଭିନ୍ନ ସ୍ଥାନରୁ ୧୦ ଯୋଡ଼ା ଟ୍ରେନ୍ ଚଳାଚଳ କରିବ। ଗୁଣ୍ଡିଚା ଦିନ ପାରାଦୀପ, କଟକ, ମହୀପୁର, ବ୍ରହ୍ମପୁର, କେନ୍ଦୁଝର ମଧ୍ୟରେ ଚାଲିବ। ୧୦ ତାରିଖ ସୁନାବେଶ ଦିନ ମଧ୍ୟ ୧୧ ଯୋଡ଼ା ସ୍ୱତନ୍ତ୍ର ଟ୍ରେନ୍ ଚାଲିବ। ସୁନାବେଶ ଦିନ ପାରାଦୀପ, ମହୀପୁର, କଟକ, ଭଦ୍ରକ, କେନ୍ଦୁଝର ମଧ୍ୟରେ ଚାଲିବ। ସୁନାବେଶ ପରଦିନ ପୁରୀରୁ ୬ ଯୋଡ଼ା ସ୍ୱତନ୍ତ୍ର ଟ୍ରେନ୍ ବିଭିନ୍ନ ସ୍ଥାନକୁ ଯିବ। ସୁନାବେଶ ପରଦିନ ଗୁଣପୁର, ରାୟଗଡ଼ା, ଭଦ୍ରକ, ବିଶାଖାପାଟଣା, କେନ୍ଦୁଝରକୁ ଯିବ ଟ୍ରେନ୍‌।

 02837/02838 ଶାଲିମାର-ପୁରୀ-ଶାଲିମାର ରଥ ଯାତ୍ରୀ ସ୍ପେଶାଲ ଏକ୍ସପ୍ରେସ ଶାଲିମାରଠାରୁ 29.06.2022 ଅପରାହ୍ନ ୧୨ଘ.୪୫ମି.ରେ ଛାଡି ସେହିଦିନ ରାତ୍ରି ୧୦ଘ.୩୦ମି.ରେ ପୁରୀରେ ପହଞ୍ଚିବ। ଫେରିବା ମାର୍ଗରେ ଏହା 30.06.2022 ସକାଳ ୦୫ଘ.୩୦ମି.ରେ ପୁରୀ ଛାଡିବ।  

02827/002828 ଶାଲିମାର-ପୁରୀ-ଶାଲିମାର ରଥ ଯାତ୍ରା ସ୍ପେଶାଲ ଏକ୍ସପ୍ରେସ 29.06.2022 ରାତ୍ରି ୯ଘ.୪୦ମି.ରେ ଛାଡି 30.06.2022 ସକାଳ ୦୭ଘଟିକାରେ ପୁରୀରେ ପହଞ୍ଚିବ। ଫେରିବା ମାର୍ଗରେ ଏହା 30.06.2022 ରାତ୍ରି ୧୧ଘ.୦୫ମି.ରେ ପୁରୀରୁ ଛାଡିବ।

08907/08908 ବିଶାଖାପାଟନମ୍‌-ପୁରୀ- ବିଶାଖାପାଟନମ୍ ରଥ ଯାତ୍ରା ସ୍ପେଶାଲ୍ ବିଶାଖାପାଟନମ୍‌ଠାରୁ 30.06.2022 ଅପରାହ୍ନ ୨ଘ.୩୦ମି.ରେ ଛାଡି ରାତ୍ରି ୧ଘ.୧୫ମି.ରେ (01.07.୨୦୧୨) ପୁରୀରେ ପହଞ୍ଚିବ। ଫେରିବା ମାର୍ଗରେ ଏହା 01.07.2022 ରାତ୍ରି ୧୧ଘ.୧୫ମି.ରେ ପୁରୀରୁ ଛାଡିବ। ଏହି ଟ୍ରେନରେ ଗୋଟିଏ ଏସି -3 ଟାୟାର, ଛଅଟି ସ୍ଲିପର୍ କ୍ଲାସ୍, ତିନିଟି ଜେନେରାଲ୍ ଦ୍ୱିତୀୟ ଶ୍ରେଣୀ ଏବଂ ଦୁଇଟି ଗାର୍ଡ ତଥା ଦ୍ୱିତୀୟ ଶ୍ରେଣୀ ସିଟିଂ କୋଚ୍ ଅଛି। ଏହି ଟ୍ରେନ୍ ଖୋର୍ଦ୍ଧା ରୋଡ୍ ଷ୍ଟେସନକୁ ନଯାଇ ଅରୁଗୋଳ-ହରିପୁରଗ୍ରାମ ମାର୍ଗଦେଇ ଯାତାୟାତ କରିବ।

08911/08912 ଜୁନାଗଡ଼ ରୋଡ଼-ପୁରୀ- ଜୁନାଗଡ଼ ରୋଡ଼ ରଥ ଯାତ୍ରା ସ୍ପେଶାଲ୍ ଏକ୍ସପ୍ରେସ୍ ଭାୟା ସମ୍ବଲପୁର ଏବଂ ତାଳଚେର ରୋଡ୍ ଜୁନାଗଡ଼ ରୋଡ଼ଠାରୁ 30.06.2022 ପୂର୍ବାହ୍ନ ୧୧ଘଟିକାରେ। ଫେରିବା ମାର୍ଗରେ ଏହି ଟ୍ରେନ୍ ପୁରୀଠାରୁ 02.07.2022 ମଧ୍ୟ ରାତ୍ରି ୧୨ଘ.୧୫ମି.ରେ (01.07.2022 ର ମଧ୍ୟରାତ୍ରି) ରେ ଛାଡିବ।

08418/08417 ଗୁଣୁପୁର-ପୁରୀ-ଗୁଣୁପୁର ରଥ ଯାତ୍ରା ସ୍ପେଶାଲ ଏକ୍ସପ୍ରେସ 30.06.2022 ରେ ଗୁଣୁପୁରଠାରୁ ରାତ୍ରି ୧୧ଘ.୩୦ମି.ରେ ଛାଡିବ ଏବଂ ଫେରିବା ମାର୍ଗରେ ଏହା ପୁରୀଠାରୁ 02.07.2022 ରାତ୍ରି ୦୧ଘ.୪୫ମି.ରେ (01.07.2022 ର ମଧ୍ୟରାତ୍ରି)ରେ ଛାଡି ଗୁଣୁପୁର ଯାତ୍ରା କରିବ। ଏହି ଟ୍ରେନରେ ଗୋଟିଏ ଏସି -3 ଟାୟାର, 06 ଟି ସ୍ଲିପର୍ କ୍ଲାସ୍ କୋଚ୍ ଏବଂ 03 ଟି ସେକେଣ୍ଡ୍ କ୍ଲାସ୍ ସିଟିଂ ଏବଂ 02 ଗାର୍ଡ ତଥା ଲଗେଜ୍ ଭ୍ୟାନ୍ ଉପଲବ୍ଧ ଅଛି। ଏହି ଟ୍ରେନ୍ ଖୋର୍ଦ୍ଧା ରୋଡ୍ ଷ୍ଟେସନକୁ ନଯାଇ ଅରୁଗୁଳ-ହରିପୁରଗ୍ରାମ ମାର୍ଗଦେଇ ଯାତାୟାତ କରିବ। 

0/08910 ଜଗଦଳପୁର-ପୁରୀ-ଜଗଦଳପୁର ରଥ ଯାତ୍ରା ବିଶେଷ ଟ୍ରେନ୍‌ ଭାୟା ବିଜୟନଗରମ ଓ ରାୟଗଡା; ଜଗଦଳପୁରଠାରୁ 30.06.2022 ସନ୍ଧ୍ୟା ୬ଘ.୩୦ମି.ରେ ଛାଡିବ। ଫେରିବା ମାର୍ଗରେ ଏହା 01.07.2022 ରାତ୍ରି ୮ଘ.୦୫ମି.ରେ ପୁରୀ ଛାଡିବ। ଏହି ଟ୍ରେନରେ ଗୋଟିଏ AC-3 ଟାୟାର, 09 ସ୍ଲିପର୍ କ୍ଲାସ୍, 04 ଟି ସେକେଣ୍ଡ୍ କ୍ଲାସ୍ ସିଟିଂ ଏବଂ 02 ଟି ଗାର୍ଡ ତଥା ଲଗେଜ୍ ଭ୍ୟାନ୍ ଉପଲବ୍ଧ ଅଛି। ଏହି ଟ୍ରେନ୍‌ ଖୋର୍ଦ୍ଧା ରୋଡ୍ ଷ୍ଟେସନକୁ ନଯାଇ ଅରୁଗୋଳ-ହରିପୁରଗ୍ରାମ ମାର୍ଗଦେଇ ଯାତାୟାତ କରିବ।

02891/02810 ଭୁବନେଶ୍ୱର-ପୁରୀ- ଭୁବନେଶ୍ୱର ରଥ ଯାତ୍ରା ସ୍ପେଶାଲ 1 ଜୁଲାଇ ଠାରୁ 11 ଜୁଲାଇ ମଧ୍ୟରେ ଭୁବନେଶ୍ୱର ଠାରୁ ପୂର୍ବାହ୍ନ ୧୦ଘ.୦୫ମି.ରେ ଛାଡିବାକୁ ଥିବାବେଳେ ପୁରୀ ଠାରୁ ଏହା ଅପରାହ୍ନ ୩ଘ.୧୦ମି.ରେ ଛାଡିବ।

08931/08932 ସମ୍ବଲପୁର-ପୁରୀ-ସମ୍ବଲପୁର ରଥ ଯାତ୍ରାର ସ୍ୱତନ୍ତ୍ର ଟ୍ରେନ୍‌ ଭାୟା ନରାଜ ମାର୍ଥାପୁର ଓ ତାଳଚେର ରୋଡ୍ ସମ୍ବଲପୁରଠାରୁ 30.06.2022 ରାତ୍ରି ୯ଘ.୩୦ମି.ରେ ଛାଡିବ ଏବଂ ଫେରିବା ମାର୍ଗରେ ଏହା ପୁରୀ ଠାରୁ 01.07.2022 ରାତ୍ରି ୮ଘ.୨୫ମି.ରେ ଛାଡିବ।

ଏହା ବ୍ୟତୀତ ଗୁଣ୍ଡିଚା ଯାତ୍ରା (01.07.2022) ଦିନ ପାରାଦୀପ, କଟକ, ମହିପୁର, ବ୍ରହ୍ମପୁର, ଭଦ୍ରକ, ଖୋର୍ଦ୍ଧା ରୋଡ୍, କେନ୍ଦୁଝରଗଡ଼ ସ୍ଥାନ ମାନଙ୍କ ଠାରୁ ପୁରୀକୁ 10 ଯୋଡି ଟ୍ରେନ୍ (20 ଟି ଟ୍ରିପ୍) ରାଜ୍ୟର ବିଭିନ୍ନ ସ୍ଥାନରୁ ଯାତାୟାତ କରିବ।

ସେହିଭଳି, ସାନ୍ଧ୍ୟା ଦର୍ଶନ ପାଇଁ ଅର୍ଥାତ 8 ଜୁଲାଇ, 2022 ରେ 7 ଯୋଡି ସ୍ପେଶାଲ ଟ୍ରେନ (ମହିପୁରରୁ 3 ଯୋଡ଼ା ଏବଂ ଖୋର୍ଦ୍ଧା ରୋଡରୁ 4 ଯୋଡ଼ା) ପୁରୀ ଏବଂ ଖୋର୍ଦ୍ଧା ରୋଡ଼/ମହୀପୁର ମଧ୍ୟରେ ଚଳାଚଳ କରିବ।

ଏହା ବ୍ୟତୀତ, 08933/08934 ବିଶାଖାପାଟନମ୍-ପୁରୀ-ବିଶାଖାପାଟନମ୍ ସ୍ପେଶାଲ୍ ବିଶାଖାପାଟନମ୍ ଠାରୁ 08.07.2022 ଅପରାହ୍ନ ୨ଘ.୩୦ମି.ରେ ଛାଡି ପୁରୀ ଆଡକୁ ଯିବ। ଫେରିବା ମାର୍ଗରେ, ଏହି ଟ୍ରେନ୍ ପୁରୀଠାରୁ 09.07.2022 ରାତ୍ରି ୮ଘ.୨୫ମି.ରେ ଛାଡି ବିଶାଖାପାଟନମ୍ ଅଭିମୁଖେ ଯାତ୍ରା କରିବ।

08937/08938 ଜୁନାଗଡ ରୋଡ୍-ପୁରୀ-ଜୁନାଗଡ ରୋଡ୍ ସ୍ପେଶାଲ୍ ଜୁନାଗଡ ରୋଡ଼ଠାରୁ 08.07.2022 ପୂର୍ବାହ୍ନ ୧୧ ଘଟିକାରେ ଛାଡି ପୁରୀ ଯିବ। ଫେରିବା ମାର୍ଗରେ ଏହି ଟ୍ରେନ୍ ପୁରୀ ଠାରୁ 09.07.2022 ସନ୍ଧ୍ୟା ୭ଘଟିକାରେ ଛାଡି ଜୁନାଗଡ ରୋଡ୍ ଯାତ୍ରା କରିବ।

08945/08946 ସମ୍ବଲପୁର-ପୁରୀ- ସମ୍ବଲପୁର ସ୍ପେଶାଲ ସମ୍ବଲପୁର ଠାରୁ 08.07.2022 ରାତ୍ରି ୯ଘ.୩୦ମିରେ ଛାଡି ପୁରୀ ଯିବ। ଫେରିବା ମାର୍ଗରେ ଏହା 09.07.2022 ରାତ୍ରି ୧୧ଘ.୧୫ମିରେ ପୁରୀ ଠାରୁ ଛାଡି ସମ୍ବଲପୁର ଅଭିମୁଖେ ଯାତ୍ରା କରିବ।

08941/08942 ଗୁଣୁପୁର-ପୁରୀ-ଗୁଣୁପୁର ସ୍ପେଶାଲ୍ ଗୁଣୁପୁରଠାରୁ 09.07.2022 ଭୋର ୩ଘ.୧୫ମିରେ ଛାଡି ପୁରୀ ଆଡକୁ ଯିବ। ଫେରିବା ମାର୍ଗରେ ଏହା ପୁରୀକୁଠାରୁ  09.07.2022 ରାତ୍ରି ୮ଘ.୪୦ମି.ରେ ଛାଡି ଗୁଣୁପୁର ଅଭିମୁଖେ ଯାତ୍ରା କରିବ।

9 ଜୁଲାଇ, 2022 ବାହୁଡା ଯାତ୍ରାରେପାରାଦୀପ, ମହିପୁର, କଟକ, ବ୍ରହ୍ମପୁର, ଭଦ୍ରକ, ଖୋର୍ଦ୍ଧା ରୋଡ୍, କେନ୍ଦୁଝରଗଡ଼ ଠାରୁ 10 ଯୋଡି ସ୍ୱତନ୍ତ୍ର ଟ୍ରେନ୍ ପୁରୀ ଯାତ୍ରା କରି ପୁଣି ଫେରିବ।

ସୁନାବେଶ ଦିବସରେ, 10 ଜୁଲାଇ, 2022 ରେ ପାରାଦୀପ, ମହିପୁର, କଟକ, ବ୍ରହ୍ମପୁର, ଭଦ୍ରକ, ଖୋର୍ଦ୍ଧା ରୋଡ୍, କେନ୍ଦୁଝରଗଡ଼ ଠାରୁ 11 ଯୋଡି ସ୍ୱତନ୍ତ୍ର ଟ୍ରେନ୍ ପୁରୀ ଯାତ୍ରା କରି ପୁଣି ଫେରିବ।

08971/08972 ଜୁନାଗଡ ରୋଡ୍-ପୁରୀ-ଜୁନାଗଡ ରୋଡ୍ ସ୍ପେସିଆଲ୍ 10.07.2022 ଦିନ ଜୁନାଗଡ ରୋଡ୍ ଠାରୁ ଭୋର ୫ଘ.୩୦ମି.ରେ ଛାଡି ପୁରୀ ଯାତ୍ରା କରିବ। ଫେରିବ ମାର୍ଗରେ ଏହା 11.07.2022 ଦିନ ପୁରୀ ଠାରୁ 0015 ଘଣ୍ଟା ରେ (10.07.2022 ମଧ୍ୟରାତ୍ରି) ଜୁନାଗଡ ରୋଡ୍ ଅଭିମୁଖେ ଯାତ୍ରା କରିବ।

08957/08958 ଗୁଣୁପୁର-ପୁରୀ-ଗୁଣୁପୁର ସ୍ପେଶାଲ 10.07.2022 ଭୋର ୦୪ଘ.୩୦ମି.ରେ ଗୁଣୁପୁର ଠାରୁ ଛାଡି ପୁରୀ ଆଡକୁ ଯିବ।  ଫେରିବ ମାର୍ଗରେ ଏହି ଟ୍ରେନ୍ ପୁରୀ ଠାରୁ 10.07.2022 ରାତ୍ରି ୮ଘଟିକାରେ ଛାଡି ଗୁଣୁପୁର ଅଭିମୁଖେ ଯାତ୍ରା କରିବ।

08979/08980 ସମ୍ବଲପୁର-ପୁରୀ- ସମ୍ବଲପୁର ସ୍ପେଶାଲ ସମ୍ବଲପୁର ଠାରୁ 10.07.2022 ସକାଳ ୮ ଘଟିକାରେ ଛାଡି ପୁରୀ ଯାତ୍ରା କରିବ। ଫେରିବ ମାର୍ଗରେ ଏହି ଟ୍ରେନ ପୁରୀ ଠାରୁ 11.07.2022 ରାତ୍ରି ୨ଘଟିକାରେ (10.07.2022 ମଧ୍ୟ ରାତ୍ରି) ରେ ସମ୍ବଲପୁର ଅଭିମୁଖେ ଯାତ୍ରା କରିବ।

08975/08976 ବିଶାଖାପାଟନମ୍-ପୁରୀ-ବିଶାଖାପାଟନମ୍ ସ୍ପେଶାଲ୍ ବିଶାଖାପାଟନମ୍ ଠାରୁ 10.07.2022 ସକାଳ ୬ଘ.୩୦ମି.ରେ ଛାଡି ପୁରୀ ଅଭିମୁଖେ ଯାତ୍ରା କରିବ। ଫେରିବ ଦିଗରେ ଏହି ଟ୍ରେନ୍ ପୁରୀ ଠାରୁ 11.07.2022 ରାତ୍ରି ୧ଘଟିକାରେ (10.07.2022 ମଧ୍ୟ ରାତ୍ରି) ଛାଡି ବିଶାଖାପାଟନମ୍ ଅଭିମୁଖେ ଯାତ୍ରା କରିବ।

ସୁନାବେଶ ପରଦିନ ଅର୍ଥାତ 11 ଜୁଲାଇ, 2022 ରେ 6 ଟି ସ୍ୱତନ୍ତ୍ର ଟ୍ରେନ୍ ପୁରୀରୁ ଗୁଣୁପୁର, ରାୟାଗଡା, ଭଦ୍ରକ, ବିଶାଖାପାଟନମ୍, କେନ୍ଦୁଝରଗଡ ଏବଂ ମହିପୁର ଅଭିମୁଖେ ଯାତ୍ରା କରିବ ଏବଂ ଏକ ସ୍ୱତନ୍ତ୍ର ଟ୍ରେନ୍ କେନ୍ଦୁଝରଗଡରୁ ପୁରୀ ପର୍ଯ୍ୟନ୍ତ ଚାଲିବ। 08983 ପୁରୀ-ସମ୍ବଲପୁର ସ୍ପେଶାଲ ପୁରୀ ଠାରୁ 11.07.2022 ମଧ୍ୟାହ୍ନ ୧୨ଘଟିକା ସମୟରେ ପୁରୀ ଛାଡି ସମ୍ବଲପୁର ଅଭିମୁଖେ ଯାତ୍ରା କରିବ।

ଜୁଲାଇ 2 ରୁ 7 ଜୁଲାଇ, 2022 ପର୍ଯ୍ୟନ୍ତ ତିନି ଯୋଡା ବିଶେଷ ଟ୍ରେନ ଖୋର୍ଦ୍ଧା ରୋଡ୍ ଏବଂ ପୁରୀ ମଧ୍ୟରେ ଚଳାଚଳ କରିବାକୁ ଥିବାବେଳେ ଦୁଇଯୋଡ଼ା ମହିପୁର ଏବଂ ପୁରୀ ମଧ୍ୟରେ ଚଳାଚଳ କରିବ। ଯାତ୍ରୀ/ଭକ୍ତ ମାନଙ୍କ ଚାହିଦାକୁ ଦୃଷ୍ଟିରେ ରଖି ରଥ ଯାତ୍ରା ଅବଧି ମଧ୍ୟରେ ଆହୁରି ବିଶେଷ ଟ୍ରେନ ଚଳାଚଳ କରାଇବାପାଇଁ ପୂର୍ବତଟ ରେଳପଥ ମଧ୍ୟ ଯୋଜନା କରିଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos