Advertisment

ଅଭିନେତା ରାଇମୋହନଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ଓଲିଉଡ୍‌ ତଥା ଓଡ଼ିଆ ସିନେପ୍ରେମୀଙ୍କୁ ଲାଗିଛି ଶକ୍ତ ଝଟକା। ଚାଲିଗଲେ ଓଲିଉଡର ବରିଷ୍ଠ ଅଭିନେତା ରାଇମୋହନ ପରିଡ଼ା। ଭୁବନେଶ୍ୱରର ମଞ୍ଚେଶ୍ୱରସ୍ଥିତ ପ୍ରାଚୀ ବିହାର ଘରୁ ଶୁକ୍ରବାର ଝୁଲନ୍ତା ଅବସ୍ଥାରେ ମିଳିଛି ତାଙ୍କ ମୃତଦେହ।  ସେ ଆତ୍ମହତ୍ୟା କରିଛନ୍ତି ବୋଲି କୁହାଯାଉଛି। ତେବେ ସେ ହଠାତ୍‌ କାହିଁକି ଏପରି ଚରମ ପଦକ୍ଷେପ ଉଠାଇଲେ, ତାହା ଜଣାପଡ଼ିନି। ପୁଲିସ୍‌ ଘଟଣାସ୍ଥଳ ଯାଞ୍ଚ କରିବା ସହିତ ଶବକୁ ଜବତ କରି ବ୍ୟବଚ୍ଛେଦ ପାଇଁ କ୍ୟାପିଟାଲ୍ ହସ୍‌ପିଟାଲ୍‌କୁ ପଠାଇଥିଲା। […]

ଅଦ୍ୟତନ ହୋଇଛି
ଅଭିନେତା ରାଇମୋହନଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

raimohan

Advertisment

 ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ଓଲିଉଡ୍‌ ତଥା ଓଡ଼ିଆ ସିନେପ୍ରେମୀଙ୍କୁ ଲାଗିଛି ଶକ୍ତ ଝଟକା। ଚାଲିଗଲେ ଓଲିଉଡର ବରିଷ୍ଠ ଅଭିନେତା ରାଇମୋହନ ପରିଡ଼ା। ଭୁବନେଶ୍ୱରର ମଞ୍ଚେଶ୍ୱରସ୍ଥିତ ପ୍ରାଚୀ ବିହାର ଘରୁ ଶୁକ୍ରବାର ଝୁଲନ୍ତା ଅବସ୍ଥାରେ ମିଳିଛି ତାଙ୍କ ମୃତଦେହ। 

Advertisment

ସେ ଆତ୍ମହତ୍ୟା କରିଛନ୍ତି ବୋଲି କୁହାଯାଉଛି। ତେବେ ସେ ହଠାତ୍‌ କାହିଁକି ଏପରି ଚରମ ପଦକ୍ଷେପ ଉଠାଇଲେ, ତାହା ଜଣାପଡ଼ିନି। ପୁଲିସ୍‌ ଘଟଣାସ୍ଥଳ ଯାଞ୍ଚ କରିବା ସହିତ ଶବକୁ ଜବତ କରି ବ୍ୟବଚ୍ଛେଦ ପାଇଁ କ୍ୟାପିଟାଲ୍ ହସ୍‌ପିଟାଲ୍‌କୁ ପଠାଇଥିଲା। ବ୍ୟବଚ୍ଛେଦ ପରେ ମୃତଦେହକୁ ଉତ୍କଳ ସଙ୍ଗୀତ ମହାବିଦ୍ୟାଳୟକୁ ନିଆଯାଇଥିଲା। ସେଠାରେ ତାଙ୍କର ଶେଷ ଦର୍ଶନ ପାଇଁ ଲୋକଙ୍କ ଭିଡ଼ ଜମିଥିଲା। ସେଠାରୁ ତାଙ୍କ ମୃତଦେହକୁ ପ୍ରାଚୀ ବିହାର ସ୍ଥିତ ବାସଭବନକୁ ନିଆଯାଇଥିଲା। ପୁରୀ ସ୍ବର୍ଗଦ୍ବାରରେ ତାଙ୍କର ଶେଷକୃତ୍ୟ ସଂପନ୍ନ କରାଯିବ।

୧୯୬୩ ମସିହାରେ ରାଇମୋହନ ପରିଡ଼ା ଜନ୍ମ ହୋଇଥିଲେ। ତାଙ୍କ ଘର କେନ୍ଦୁଝର ଜିଲ୍ଲା ପାଟଣା ବ୍ଲକ୍ ଉଦୟପୁର ଗାଁରେ। କରଞ୍ଜିଆ କଲେଜରେ ପାଠପଢ଼ା ଶେଷ କରିବା ପରେ ସେ ଭୁବନେଶ୍ୱର ସ୍ଥିତ ଉତ୍କଳ ସଙ୍ଗୀତ ମହାବିଦ୍ୟାଳୟରେ ନାମ ଲେଖାଇଥିଲେ। ସେ ଏଠାରେ ନାଟକ ବିଭଗର ଛାତ୍ର ଥିଲେ। ସେ ଅଭିନୟରେ ତାଲିମ ନେଇଥିଲେ।

Advertisment

ରାଇମୋହନଙ୍କର ପତ୍ନୀ ଓ ୨ ଝିଅ ଅଛନ୍ତି। ଜଣେ ଝିଅ ବିବାହ କରିସାରିଛନ୍ତି। ରାଇମୋହନ ପ୍ରାଚୀ ବିହାର ଘରେ ପତ୍ନୀ ଓ ସାନ ଝିଅ ସହିତ ରହୁଥିଲେ।

ରାଇମୋହନ ପରିଡ଼ା ୯୦ଟି ଓଡ଼ିଆ ଚଳଚ୍ଚିତ୍ରରେ କାମ କରିବା ସହିତ ୧୫ଟି ବଙ୍ଗଳା ଫିଲ୍ମରେ କାମ କରିଛନ୍ତି। ସେ ୪୦ରୁ ଅଧିକ ନାଟକରେ ଅଭିନୟ କରିଥିବା ବେଳେ ଯାତ୍ରାରେ ମଧ୍ୟ କାମ କରିଛନ୍ତି। ବିଶେଷ କରି ନେଗେଟିଭ୍ କ୍ୟାରେକ୍ଟରରେ ସେ ଛାଡ଼ି ଯାଇଛନ୍ତି ସ୍ୱତନ୍ତ୍ର ଛାପ। ତାଙ୍କର ଏମିତି ଅନେକ ଡାଏଲଗ ରହିଛି, ଯାହାକୁ ଦର୍ଶକ ବିଭିନ୍ନ କାର୍ଯ୍ୟକ୍ରମରେ ତାଙ୍କଠାରୁ ବାରମ୍ବାର ଶୁଣିବାକୁ ଚାହୁଁଥିଲେ। ତାଙ୍କର ଗୋଟିଏ ଜଣାଶୁଣା ଡାଏଲଗ ହେଉଛି- ‘ହେଇ ଅନାନି’।

୧୯୮୫ରେ ରାଇମୋହନ ଅଭିନୟ କ୍ୟାରିୟର ଆରମ୍ଭ କରିଥିଲେ। ୧୯୮୭ରେ ସେ ‘ସାଗର’ ଫିଲ୍ମରେ ପ୍ରଥମେ ନେଗେଟିଭ୍ କ୍ୟାରେକ୍ଟରେ ଅଭିନୟ କରିଥିଲେ। ‘ସତମିଛ’, ‘ରାମଲକ୍ଷ୍ମଣ’, ‘ଆସିବୁ କେବେ ସାଜି ମୋ ରାଣୀ’, ‘ନାଗପଞ୍ଚମୀ’, ’ଉଦଣ୍ଡୀସୀତା’, ‘ଦେ ମା’ ଶକ୍ତି ଦେ’, ‘ଜୟ ଶ୍ରୀରାମ’, ‘ତୁ ଥିଲେ ମୋ ଡର କାହାକୁ’, ‘ରଣଭୂମି’, ’ମେଣ୍ଟାଲ ଟୋକା’, ‘ସିଂହବାହିନୀ’, ‘କୁଳନନ୍ଦନ’, ‘କଣ୍ଢେଇ ଆଖିରେ ଲୁହ’, ‘ତୁ ଥିଲେ ମୋ ଡର କାହାକୁ’, ‘କୋଟିଏ ମଣିଷ ଗୋଟିଏ ଜଗା’ ଓ ‘ମିଷ୍ଟର ମଜ୍‌ନୁ’ ଭଳି ଅନେକ ଫିଲ୍ମରେ ସେ ଅଭିନୟ କରିଛନ୍ତି। ଅଭିନୟ ପାଇଁ ସେ ବହୁ ଅନୁଷ୍ଠାନ ପକ୍ଷରୁ ସମ୍ମାନିତ ହୋଇଛନ୍ତି।

ବିଶିଷ୍ଟ ଅଭିନେତା ରାଇମୋହନ ପରିଡ଼ାଙ୍କ ଅକାଳ ବିୟୋଗରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଦୁଃଖ ପ୍ରକାଶ କରିଛି। ଏହା ସହିତ  ତାଙ୍କ ଅମର ଆତ୍ମାର ସଦଗତି କାମନା ସହ ଶୋକାକୁଳ ପରିବାରବର୍ଗଙ୍କ ପ୍ରତି ସମବେଦନା ଜଣାଇଛନ୍ତି। ମୁଖ୍ୟମନ୍ତ୍ରୀ ଟ୍ୱିଟ କରି ଲେଖିଛନ୍ତି, ନାଟକ, ଯାତ୍ରା ଓ ଚଳଚ୍ଚିତ୍ରରେ ତାଙ୍କର ଅନୁପସ୍ଥିତି ସର୍ବଦା ଅନୁଭବ ହେବ। ତାଙ୍କ ନିଖୁଣ ଅଭିନୟ ପାଇଁ ସେ ସ୍ମରଣୀୟ ରହିବେ।

ଓଲିଉଡର ଅନ୍ୟତମ ଜଣାଶୁଣା ଅଭିନେତା ସିଦ୍ଧାନ୍ତ ମହାପାତ୍ର କହିଛନ୍ତି, ରାଇମୋହନ ବହୁତ ସଂଘର୍ଷ କରି ବହୁତ ଉପରକୁ ଉଠିଥିଲେ। ଫିଲ୍ମ ସହ ଯାତ୍ରା ଦୁନିଆରେ ପାଦ ଥାପି ସେ ବହୁତ ସଫଳତା ପାଇଥିଲେ। ମାନସିକ ଭାବେ ବହୁତ ଷ୍ଟ୍ରଙ୍ଗ ଥିଲେ ବି କ’ଣ ପାଇଁ ସେ ଏପରି ପଦକ୍ଷେପ ଉଠାଇଲେ, ତାହା ବୁଝି ହେଉନି।

Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe