ଆଜି ଅବପାତର ରୂପ ନେବ ଲଘୁଚାପ; ୧୨ ଜିଲ୍ଲାରେ ବର୍ଷିବ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ କ୍ଷେତ୍ର ୱେଲ ମାର୍କଡରେ ପରିଣତ ହେବା ପରେ ଆଜି ଏହା ଅବପାତର ରୂପ ନେଇପାରେ । ଆଗାମୀ ୨୪ ଘଣ୍ଟା ମଧ୍ୟରେ ଏହା ଉତ୍ତର ପଶ୍ଚିମ ଏବଂ କ୍ରମେ ଉତ୍ତର ଓ ଉତ୍ତର-ପୂର୍ବ ଦିଗରେ ଗତି କରିବ । ଅଧିକ ଘନୀଭୂତ ହୋଇ ପରବର୍ତ୍ତୀ ୨୪ ଘଣ୍ଟାରେ ଏହା ଗଭୀର ଅବପାତରେ ପରିଣତ ହେବା ସମ୍ଭାବନା ରହିଛି । ଏହା ପ୍ରଭାବରେ ଦକ୍ଷିଣ ଓ ଉପକୂଳ ଓଡିଶାର […]

rain

Niharika Rout
  • Published: Thursday, 22 October 2020
  • , Updated: 22 October 2020, 07:41 AM IST

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ କ୍ଷେତ୍ର ୱେଲ ମାର୍କଡରେ ପରିଣତ ହେବା ପରେ ଆଜି ଏହା ଅବପାତର ରୂପ ନେଇପାରେ । ଆଗାମୀ ୨୪ ଘଣ୍ଟା ମଧ୍ୟରେ ଏହା ଉତ୍ତର ପଶ୍ଚିମ ଏବଂ କ୍ରମେ ଉତ୍ତର ଓ ଉତ୍ତର-ପୂର୍ବ ଦିଗରେ ଗତି କରିବ । ଅଧିକ ଘନୀଭୂତ ହୋଇ ପରବର୍ତ୍ତୀ ୨୪ ଘଣ୍ଟାରେ ଏହା ଗଭୀର ଅବପାତରେ ପରିଣତ ହେବା ସମ୍ଭାବନା ରହିଛି ।

ଏହା ପ୍ରଭାବରେ ଦକ୍ଷିଣ ଓ ଉପକୂଳ ଓଡିଶାର ଅନେକ ସ୍ଥାନରେ ପ୍ରବଳ କିମ୍ବା ଅତି ପ୍ରବଳ ବର୍ଷା ହେବା ନେଇ ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ । ଅତି ପ୍ରବଳ ବର୍ଷା ନେଇ ୬ଟି ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି ।  ଏହି ଜିଲ୍ଲାଗୁଡିକ ହେଲା ଗଞ୍ଜାମ, ପୁରୀ, ଜଗତସିଂହପୁର, କେନ୍ଦ୍ରାପଡ଼ା, ଭଦ୍ରକ, ବାଲେଶ୍ୱର ।

ସେହିପରି ପ୍ରବଳ ବର୍ଷା ସମ୍ଭାବନା ନେଇ ଅନ୍ୟ ୬ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଗଜପତି, ଖୋର୍ଦ୍ଧା, କଟକ, ଯାଜପୁର, ମୟୂରଭଞ୍ଜ ଏବଂ ଢେଙ୍କାନାଳକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ ।  ଏସବୁ ଜିଲ୍ଲାମାନଙ୍କରେ ପବନ ସହ ବର୍ଷା ହେବା ସମ୍ଭାବନା ରହିଛି ।

ଆଜି ଏବଂ ଆସନ୍ତାକାଲି ପବନର ବେଗ ଘଣ୍ଟା ପ୍ରତି ୩୦ରୁ ୪୦କିମି ଏବଂ ସମୟ ସମୟରେ ୫୦କିମି ବେଗରେ ପବନ  ବହିବା ନେଇ ପୂର୍ବା ନୁମାନ କରାଯାଇଛି।

Related story