ଆଜିଠୁ ପୁଣି ବର୍ଷିବ

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ଆଜି ଉତ୍ତର ବଙ୍ଗୋପସାଗରରେ ଆଉ ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି । ଏହା ପ୍ରଭାବରେ ରାଜ୍ୟର ଅଧିକାଂଶ ଜିଲ୍ଲାରେ ଆଜିଠୁ ଆସନ୍ତା ୨୬ ତାରିଖ  ପର୍ଯ୍ୟନ୍ତ  ବର୍ଷା ହେବା ନେଇ ଆକଳନ କରିଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର । ଲଘୁଚାପ ଆରମ୍ଭରୁ ଉପକୂଳ ଓ ଉତ୍ତର ଓଡ଼ିଶାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ । ହେଲେ ପରବର୍ତ୍ତୀ ସମୟରେ ରାଜ୍ୟର ଅନ୍ୟ ଜିଲ୍ଲାମାନଙ୍କରେ ମଧ୍ୟ ବର୍ଷା ହେବ […]

rain-2-1

rain-2-1

Niharika Rout
  • Published: Monday, 24 August 2020
  • Updated: 24 August 2020, 10:10 AM IST

Sports

Latest News

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ଆଜି ଉତ୍ତର ବଙ୍ଗୋପସାଗରରେ ଆଉ ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି । ଏହା ପ୍ରଭାବରେ ରାଜ୍ୟର ଅଧିକାଂଶ ଜିଲ୍ଲାରେ ଆଜିଠୁ ଆସନ୍ତା ୨୬ ତାରିଖ  ପର୍ଯ୍ୟନ୍ତ  ବର୍ଷା ହେବା ନେଇ ଆକଳନ କରିଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର । ଲଘୁଚାପ ଆରମ୍ଭରୁ ଉପକୂଳ ଓ ଉତ୍ତର ଓଡ଼ିଶାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ । ହେଲେ ପରବର୍ତ୍ତୀ ସମୟରେ ରାଜ୍ୟର ଅନ୍ୟ ଜିଲ୍ଲାମାନଙ୍କରେ ମଧ୍ୟ ବର୍ଷା ହେବ ।

ପାଣିପାଗ ବିଭାଗ ପକ୍ଷରୁ ୧୩ଟି ଜିଲ୍ଲାକୁ ୟେଲୋ  ୱାର୍ଣ୍ଣିଂ ଜାରି ହୋଇଛି । ସେ ଜିଲ୍ଲାଗୁଡିକ ହେଲା ବାଲେଶ୍ୱର, ଭଦ୍ରକ, ଜଗତସିଂହପୁର, କେନ୍ଦ୍ରାପଡ଼ା, କଟକ, ଯାଜପୁର, ପୁରୀ, ଢେଙ୍କାନାଳ, କେନ୍ଦୁଝର, ସୁନ୍ଦରଗଡ଼, ଦେବଗଡ଼, ଝାରସୁଗୁଡ଼ା ଏବଂ ଅନୁଗୁଳ। ଏହି ସବୁ ଜିଲ୍ଲାର ଅଧିକାଂଶ ସ୍ଥାନରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷାର ସମ୍ଭାବନା ରହିଛି ।

ସମ୍ଭାବ୍ୟ ଲଘୁଚାପକୁ ଦୃଷ୍ଟିରେ ରଖି ସ୍ୱତନ୍ତ୍ର ରିଲିଫ୍ କମିଶନରଙ୍କ ପକ୍ଷରୁ ସବୁ ଜିଲ୍ଲାପାଳଙ୍କୁ ସତର୍କ ରହିବାକୁ ନିର୍ଦ୍ଦେଶ ଦିଆଯାଇଛି।  ପରିସ୍ଥିତିର ମୁକାବିଲା ଲାଗି ବିଡିଓ ଓ ତହସିଲଦାରମାନଙ୍କୁ ମଧ୍ୟ ସଜାଗ ରହିବା ଲାଗି ନିର୍ଦ୍ଦେଶ ରହିଛି । ଜଳସେଚନ ଓ ଡ୍ରେନେଜ୍ ବିଭାଗର ଯନ୍ତ୍ରୀଙ୍କୁ ସଜାଗ ରହିବାକୁ କୁହାଯାଇଛି ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos