ଲଘୁଚାପର ରୂପ ନେଲା ଘୂର୍ଣ୍ଣିବଳୟ; ୩ ଦିନ ବର୍ଷିବ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର):  ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟ ଘୂର୍ଣ୍ଣିବଳୟ ଲଘୁଚାପର ରୂପ ନେଇଛି। ଏହା ପ୍ରଭାବରେ ୩ ଦିନ ଧରି  ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷାର ପୂର୍ବାନୁମାନ କରିଛି ପାଣିପାଗ ବିଭାଗ । ଆସନ୍ତା ୩ ଦିନ ପାଇଁ ବିଭିନ୍ନ ସ୍ଥାନକୁ ଅରେଞ୍ଜ ଓ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି।  ଦକ୍ଷିଣ ଏବଂ ଉପକୂଳ ଓଡିଶାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ଗଞ୍ଜାମ, ଗଜପତି, ପୁରୀ, ଜଗତସିଂପୁର, କେନ୍ଦ୍ରାପଡା, ଭଦ୍ରକ ଏବଂ ବାଲେଶ୍ୱର ଜିଲ୍ଲାକୁ ଆଜି ପାଇଁ […]

Heavy rainfall in odisha

Heavy rainfall in odisha

Niharika Rout
  • Published: Wednesday, 21 October 2020
  • Updated: 21 October 2020, 12:08 PM IST

Sports

Latest News

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର):  ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟ ଘୂର୍ଣ୍ଣିବଳୟ ଲଘୁଚାପର ରୂପ ନେଇଛି। ଏହା ପ୍ରଭାବରେ ୩ ଦିନ ଧରି  ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷାର ପୂର୍ବାନୁମାନ କରିଛି ପାଣିପାଗ ବିଭାଗ ।

ଆସନ୍ତା ୩ ଦିନ ପାଇଁ ବିଭିନ୍ନ ସ୍ଥାନକୁ ଅରେଞ୍ଜ ଓ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି।  ଦକ୍ଷିଣ ଏବଂ ଉପକୂଳ ଓଡିଶାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ଗଞ୍ଜାମ, ଗଜପତି, ପୁରୀ, ଜଗତସିଂପୁର, କେନ୍ଦ୍ରାପଡା, ଭଦ୍ରକ ଏବଂ ବାଲେଶ୍ୱର ଜିଲ୍ଲାକୁ ଆଜି ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଏସବୁ ଜିଲ୍ଲାମାନଙ୍କରେ ସ୍ଥାନେ ସ୍ଥାନେ ପ୍ରବଳ ବର୍ଷା ହେବା ସମ୍ଭାବନା ରହିଛି ।

ସେହିପରି ଆସନ୍ତାକାଲି ଗଞ୍ଜାମ ଏବଂ ପୁରୀ ଜିଲ୍ଲା ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି । ଏସବୁ ସ୍ଥାନମାନଙ୍କରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବା ନେଇ  ପୂର୍ବାନୁମାନ କରିଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର । ସମୁଦ୍ର ଅଶାନ୍ତ ରହିବାର ସମ୍ଭାବନା ଥିବାରୁ ମତ୍ସ୍ୟଜୀବୀଙ୍କୁ ବାରଣ କରାଯାଇଛି ।

 

ଆହୁରି ପଢନ୍ତୁ: ୨୪ ଘଣ୍ଟାରେ ୱେଲ୍‌‌ଡ୍‌ ମାର୍କଡ ଲୋ ପ୍ରେସରରେ ପରିଣତ ହେବ ଲଘୁଚାପ

 

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos