ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟ ଘୂର୍ଣ୍ଣିବଳୟ ଲଘୁଚାପର ରୂପ ନେଇଛି। ଏହା ପ୍ରଭାବରେ ୩ ଦିନ ଧରି ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷାର ପୂର୍ବାନୁମାନ କରିଛି ପାଣିପାଗ ବିଭାଗ ।
ଆସନ୍ତା ୩ ଦିନ ପାଇଁ ବିଭିନ୍ନ ସ୍ଥାନକୁ ଅରେଞ୍ଜ ଓ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି। ଦକ୍ଷିଣ ଏବଂ ଉପକୂଳ ଓଡିଶାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ଗଞ୍ଜାମ, ଗଜପତି, ପୁରୀ, ଜଗତସିଂପୁର, କେନ୍ଦ୍ରାପଡା, ଭଦ୍ରକ ଏବଂ ବାଲେଶ୍ୱର ଜିଲ୍ଲାକୁ ଆଜି ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଏସବୁ ଜିଲ୍ଲାମାନଙ୍କରେ ସ୍ଥାନେ ସ୍ଥାନେ ପ୍ରବଳ ବର୍ଷା ହେବା ସମ୍ଭାବନା ରହିଛି ।
ସେହିପରି ଆସନ୍ତାକାଲି ଗଞ୍ଜାମ ଏବଂ ପୁରୀ ଜିଲ୍ଲା ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି । ଏସବୁ ସ୍ଥାନମାନଙ୍କରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବା ନେଇ ପୂର୍ବାନୁମାନ କରିଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର । ସମୁଦ୍ର ଅଶାନ୍ତ ରହିବାର ସମ୍ଭାବନା ଥିବାରୁ ମତ୍ସ୍ୟଜୀବୀଙ୍କୁ ବାରଣ କରାଯାଇଛି ।
ଆହୁରି ପଢନ୍ତୁ: ୨୪ ଘଣ୍ଟାରେ ୱେଲ୍ଡ୍ ମାର୍କଡ ଲୋ ପ୍ରେସରରେ ପରିଣତ ହେବ ଲଘୁଚାପ