୩ ଦିନ ଯାଏ ପ୍ରବଳ ବର୍ଷିବ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଘୂର୍ଣ୍ଣିବଳୟ ପ୍ରଭାବରେ ସାରା ରାଜ୍ୟରେ ୩ ଦିନ ଯାଏ ବର୍ଷା ଲାଗି ରହିବ। ୬ ଓ ୭ ତାରିଖରେ ରାଜ୍ୟର ବିଭିନ୍ନ ଜିଲ୍ଲାରେ ବର୍ଷା ହେବାର ସମ୍ଭାବନା ରହିଛି। ଆଉ ୮ ତାରିଖରେ କେବଳ ଦକ୍ଷିଣ ଓଡ଼ିଶାର କିଛି ଜିଲ୍ଲାରେ ବର୍ଷା ହୋଇପାରେ। ଏହି ଜିଲ୍ଲାଗୁଡ଼ିକ ହେଉଛି-କୋରାପୁଟ, ଗଞ୍ଜାମ, ଗଜପତି ଓ କନ୍ଧମାଳ। ଏନେଇ ଆଜି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ରର ଡ୍ୟୁଟି ଅଫିସର ଗୌରାଙ୍ଗ ଚରଣ ବେହେରା କହିଛନ୍ତି। ସେ କହିଛନ୍ତି,“ବଜ୍ରପାତ ନେଇ […]

rain-umbrella

Jyoshna Pradhan
  • Published: Friday, 06 March 2020
  • , Updated: 06 March 2020, 09:38 AM IST

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଘୂର୍ଣ୍ଣିବଳୟ ପ୍ରଭାବରେ ସାରା ରାଜ୍ୟରେ ୩ ଦିନ ଯାଏ ବର୍ଷା ଲାଗି ରହିବ। ୬ ଓ ୭ ତାରିଖରେ ରାଜ୍ୟର ବିଭିନ୍ନ ଜିଲ୍ଲାରେ ବର୍ଷା ହେବାର ସମ୍ଭାବନା ରହିଛି। ଆଉ ୮ ତାରିଖରେ କେବଳ ଦକ୍ଷିଣ ଓଡ଼ିଶାର କିଛି ଜିଲ୍ଲାରେ ବର୍ଷା ହୋଇପାରେ। ଏହି ଜିଲ୍ଲାଗୁଡ଼ିକ ହେଉଛି-କୋରାପୁଟ, ଗଞ୍ଜାମ, ଗଜପତି ଓ କନ୍ଧମାଳ। ଏନେଇ ଆଜି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ରର ଡ୍ୟୁଟି ଅଫିସର ଗୌରାଙ୍ଗ ଚରଣ ବେହେରା କହିଛନ୍ତି।

ସେ କହିଛନ୍ତି,“ବଜ୍ରପାତ ନେଇ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି। ଏହି ଜିଲ୍ଲାଗୁଡ଼ିକ ହେଉଛି-ବରଗଡ଼, ଝାରସୁଗୁଡ଼ା, ସୁନ୍ଦରଗଡ଼, ମୟୂରଭଞ୍ଜ, ଭଦ୍ରକ, କଟକ, ଢେଙ୍କାନାଳ,ନୟାଗଡ଼, ଖୋର୍ଦ୍ଧା, ଗଞ୍ଜାମ, ଜଗତସିଂହପୁର। ଏହାସହ ସୁନ୍ଦରଗଡ଼, ଦେବଗଡ଼, କେନ୍ଦୁଝର ଓ ମୟୂରଭଞ୍ଜରେ ପ୍ରବଳ ବର୍ଷା ହେବାର ଆଶଙ୍କା ରହିଛି।

ଆସନ୍ତାକାଲି କୋଷ୍ଟାଲ ଓଡ଼ିଶାର ବହୁ ଅଞ୍ଚଳ ସମେତ ସାଉଥ୍ ଇଣ୍ଟରିୟର ଓଡ଼ିଶାର କିଛି ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ। ଏହାବ୍ୟତୀତ ୭ ତାରିଖରେ କୋଷ୍ଟାଲ ଓଡ଼ିଶା ସହିତ କେନ୍ଦୁଝର,ମୟୂରଭଞ୍ଜ, ଢେଙ୍କନାଳ ଓ ଅନୁଗୋଳରେ ବଜ୍ରପାତ ସହ ୩୦ରୁ ୪୦ କିମି ବେଗରେ ପବନ ବୋହିପାରେ।”

Related story