୧୬ ଜିଲ୍ଲାକୁ ବର୍ଷା ଓ ବଜ୍ରପାତ ଆଲର୍ଟ

ଭୁବନେଶ୍ୱର:(ଓଡ଼ିଶା ରିପୋର୍ଟର):୧୬ ଜିଲ୍ଲାରେ ବର୍ଷା ଓ ବଜ୍ରପାତର ସତର୍କ ସୂଚନା ଜାରି କରିଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର। ଝାଡ଼ଖଣ୍ଡ ଓ ଏହାର ଆଖପାଖ ଅଞ୍ଚଳରେ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଥିବାରୁ ମୟୂରଭଂଜ, କେନ୍ଦୁଝର ଓ ବାଲେଶ୍ୱରରେ ପ୍ରବଳ ବର୍ଷା ହେବାର ସମ୍ଭାବନା ଅଛି। ତା ସହିତ ଅନ୍ୟ କେତେକ ଜିଲ୍ଲାରେ ମଧ୍ୟ ଘୂର୍ଣ୍ଣିଝଡ଼ ଓ ବର୍ଷା ସହିତ ବଜ୍ରପାତର ଆଶଙ୍କା ଥିବା କୁହାଯାଇଛି। ଏହି ଜିଲ୍ଲାଗୁଡ଼ିକ ହେଲେ ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ୱର, ଭଦ୍ରକ, ଯାଜପୁର, ଅନୁଗୁଳ, ଢେଙ୍କାନାଳ, […]

p-909-1

p-909-1

Tapas Behera
  • Published: Sunday, 31 May 2020
  • Updated: 31 May 2020, 07:19 PM IST

Sports

Latest News

ଭୁବନେଶ୍ୱର:(ଓଡ଼ିଶା ରିପୋର୍ଟର):୧୬ ଜିଲ୍ଲାରେ ବର୍ଷା ଓ ବଜ୍ରପାତର ସତର୍କ ସୂଚନା ଜାରି କରିଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର। ଝାଡ଼ଖଣ୍ଡ ଓ ଏହାର ଆଖପାଖ ଅଞ୍ଚଳରେ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଥିବାରୁ ମୟୂରଭଂଜ, କେନ୍ଦୁଝର ଓ ବାଲେଶ୍ୱରରେ ପ୍ରବଳ ବର୍ଷା ହେବାର ସମ୍ଭାବନା ଅଛି।

ତା ସହିତ ଅନ୍ୟ କେତେକ ଜିଲ୍ଲାରେ ମଧ୍ୟ ଘୂର୍ଣ୍ଣିଝଡ଼ ଓ ବର୍ଷା ସହିତ ବଜ୍ରପାତର ଆଶଙ୍କା ଥିବା କୁହାଯାଇଛି। ଏହି ଜିଲ୍ଲାଗୁଡ଼ିକ ହେଲେ ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ୱର, ଭଦ୍ରକ, ଯାଜପୁର, ଅନୁଗୁଳ, ଢେଙ୍କାନାଳ, ସୁନ୍ଦରଗଡ଼, ସମ୍ବଲପୁର, ଗଜପତି, ଗଞ୍ଜାମ, କନ୍ଧମାଳ, ନବରଙ୍ଗପୁର, କୋରାପୁଟ, କଟକ, ଖୋର୍ଦ୍ଧା। ଏହି ସମୟରେ ପବନର ବେଗ ଘଣ୍ଟା ପ୍ରତି ୪୦ରୁ ୫୦ କିଲୋମିଟର ରହିବ ବୋଲି ପୂର୍ବାନୁମାନ କରିଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଭାଗ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos