ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ପଶ୍ଚିମା ଝଡ଼ର ପ୍ରଭାବରେ ୨୪ ତାରିଖରୁ ରାଜ୍ୟରେ ପୁଣି ଥରେ ବର୍ଷା ହେବ! ୨୪ ଓ ୨୫ ତାରିଖରେ ବର୍ଷା ହେବାର ସମ୍ଭାବନା ରହିଛି। ଏହାଛଡ଼ା ୨୫ ତାରିଖରେ ବିଜୁଳି ଘଡଘଡି ସହ ବର୍ଷା ହୋଇପାରେ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। ଆଜିଠାରୁ ତାତି ମଧ୍ୟ ବଢ଼ିଛି।
https://twitter.com/mcbbsr/status/1495671941881274368?s=20&t=otg2dfilmKH94S9I5fP8_Q
ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ରର ନିର୍ଦ୍ଦେଶକ ଡକ୍ଟର ଏଚ୍.ଆର୍. ବିଶ୍ୱାସ କହିଛନ୍ତି, ୨୪ ତାରିଖରେ ବରଗଡ଼, ଝାରସୁଗୁଡ଼ା, ସମ୍ୱଲପୁର, ଦେବଗଡ଼, ସୁନ୍ଦରଗଡ଼, କେନ୍ଦୁଝର ଓ ମୟୂରଭଞ୍ଜ ଜିଲ୍ଲାରେ ଗୋଟିଏରୁ ଦୁଇଟି ସ୍ଥାନରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହେବ। ଠିକ୍ ସେମିତି ୨୫ ତାରିଖରେ ଉତ୍ତର ଓଡ଼ିଶାର କେତେକ ଜିଲ୍ଲାରେ କିଛି ସ୍ଥାନରେ ହାଲ୍କାରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି। ସେହିପରି ଦକ୍ଷିଣ ଓଡ଼ିଶାରେ ମଧ୍ୟ ଗୋଟିଏ ଦୁଇଟି ସ୍ଥାନରେ ହାଲ୍କାରୁ ମଧ୍ୟମ ଧରଣର ବର୍ଷା ହୋଇପାରେ। ୨୫ ତାରିଖରେ ବିଜୁଳି ଓ ଘଡ଼ଘଡି ମାରିବାର ସମ୍ଭାବନା ରହିଛି। ସେଥିପାଇଁ ସୁନ୍ଦରଗଡ଼, ଦେବଗଡ଼, ଅନୁଗୋଳ, ଢ଼େଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ ଓ ଯାଜପୁର ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।
https://twitter.com/mcbbsr/status/1495634753890177027?s=20&t=otg2dfilmKH94S9I5fP8_Q
ସେପଟେ ବଢ଼ୁଛି ତାତି। ଆଜି ପଶ୍ଚିମ ଓଡ଼ିଶା ସୋନପୁରରେ ସର୍ବୋଚ୍ଚ ଦିନ ତାପମାତ୍ରା ରେକର୍ଡ କରାଯାଇଛି। ଏଠାରେ ୩୪ଡ଼ିଗ୍ରୀ ରେକର୍ଡ କରାଯାଇଛି। ସେହିପରି ଟିଟଲାଗଡରେ ତାପମାତ୍ରା ୩୩.୪ ଡ଼ିଗ୍ରୀ, ଭୁବନେଶ୍ୱରରେ ୩୧.୬ ଡ଼ିଗ୍ରୀ ଓ କଟକରେ ୩୧.୮ ଡ଼ିଗ୍ରୀ ରେକର୍ଡ କରାଯାଇଛି।
https://twitter.com/mcbbsr/status/1495742371946168320?s=20&t=otg2dfilmKH94S9I5fP8_Q
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।