ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ରାଜ୍ୟରେ ବିଭିନ୍ନ ସ୍ଥାନରେ ବର୍ଷା ଜାରି ରହିଛି। ତେବେ ଆଜି ବର୍ଷା ଓ ଝଡ଼ତୋଫାନ ନେଇ ଅପରାହ୍ନ ୫ଟା ୪୫ ଯାଏ ୯ଟି ଜିଲ୍ଲାକୁ ସତର୍କ ରହିବାକୁ ପାଣିପାଗ ବିଭାଗ ସୂଚନା ଜାରି କରିଛି। ଏହି ଜିଲ୍ଲା ଗୁଡ଼ିକ ହେଉଛି ଢେଙ୍କାନାଳ, ଯାଜପୁର, ଭଦ୍ରକ, କେନ୍ଦ୍ରାପଡ଼ା, ଜଗତସିଂହପୁର, ପୁରୀ, କଟକ, ଖୋର୍ଦ୍ଧା ଓ ନୟାଗଡ଼।
ଅନ୍ୟପକ୍ଷରେ ଉତ୍ତରପଶ୍ଚିମ ବଙ୍ଗୋପସାଗରରେ ଏକ ଲଘୁଚାପ ସୃଷ୍ଟି ହୋଇଛି। ଫଳରେ ଆସନ୍ତାକାଲିଠାରୁ ରାଜ୍ୟର ଅଧିକାଂଶ ଅଞ୍ଚଳରେ ବର୍ଷା ସମ୍ଭାବନା ରହିଛି। ବିଶେଷକରି ଉପକୂଳ ଓଡ଼ିଶାରେ ଅଧିକ ବର୍ଷା ହେବା ନେଇ ଆଶଙ୍କା କରାଯାଉଛି।
୨୧ ଏବଂ ୨୨ ତାରିଖରେ ପ୍ରବଳ ବର୍ଷା ହେବା ସମ୍ଭାବନା ରହିଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Events & Festivals
କୁମ୍ଭମେଳା ପାଇଁ ଆରମ୍ଭ ହେଲା ସ୍ୱତନ୍ତ୍ର ବସ୍ ଓ ଟ୍ରେନ ସେବା
କୁମ୍ଭମେଳା ପାଇଁ ପୁରୀ, ସମ୍ବଲପୁର, ଭବାନୀପାଟଣା ଏବଂ ବ୍ରହ୍ମପୁରରୁ ପ୍ରୟାଗରାଜ ଅଭିମୁଖେ ବସ୍ ସେବାର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ। ପୂର୍ବତଟ ରେଲୱେ ଘୋଷଣା କଲା ୭ଟି ସ୍ୱତନ୍ତ୍ର ଟ୍ରେନ୍।
Accident
ବାଇକକୁ ଧକ୍କା ଦେଲା କୁକୁଡ଼ା ବୋଝେଇ ଭ୍ୟାନ, ସ୍ୱାମୀ-ସ୍ତ୍ରୀ ମୃତ
ଦୁର୍ଘଟଣା ଘଟାଇଥିବା କୁକୁଡ଼ା ବୋଝେଇ ଭ୍ୟାନଟି ଫେରାର୍ ହୋଇଯାଇଛି। ତଦନ୍ତ କରୁଛି ପୁଲିସ।
Crime
୨ ମାସ ଧରି ଚଳାଇଥିଲେ ଲୁଟ, ୬ ଲୁଟେରାଙ୍କୁ ଧରିଲା ପୁଲିସ
ବାଲେଶ୍ୱର ଏସ୍ପି ରାଜ ପ୍ରସାଦ କହିଛନ୍ତି ଯେ ପୁଲିସ୍ ସ୍ୱତନ୍ତ୍ର ଅପରେସନ ଜରିଆରେ ୬ ଜଣ ଭଦ୍ରକରୁ ଗିରଫ କରିଛି।
Crime
ଗୁଳିମାଡ଼ କରି ୮ ଜଣଙ୍କୁ ଛଡ଼ାଇ ନେଲେ ମାଛ ମାଫିଆ
ବେଆଇନ ଭାବେ ମାଛ ମାରୁଥିବା 'ତାରିଣୀ-୩' ଟ୍ରଲର ସହିତ ୯ ମତ୍ସ୍ୟଜୀବୀଙ୍କୁ ବନବିଭାଗ କାବୁ କରି ଆଣୁଥିଲା। ୬ଟି ଟ୍ରଲର ବନବିଭାଗର କର୍ମଚାରୀଙ୍କ ଉପରକୁ ସଂଘବଦ୍ଧ ଆକ୍ରମଣ କରି ୮ ମତ୍ସ୍ୟଜୀବୀଙ୍କୁ ଛଡାଇ ନେଲେ ମାଛ ମାଫିଆ।
Miscellaneous
ହସ୍ପିଟାଲରେ ଚାଲିଗଲା ବିଚାରାଧୀନ କଏଦୀ ଜୀବନ, ସାଂଘାତିକ ଅଭିଯୋଗ ଆଣିଲେ ପୁଅ
ଜେଲ କର୍ତ୍ତୃପକ୍ଷ ଅସୁସ୍ଥତା କାରଣରୁ ଜମାଲ ପ୍ରାଣ ହରାଇଥିବା କୁହାଯାଇଛି। କିନ୍ତୁ ଏହାକୁ ତାଙ୍କ ପରିବାର ଲୋକ ମାନି ନାହାନ୍ତି। ସେମାନଙ୍କ କହିବା କଥା ଯେ ଜେଲରେ ଜମାଲଙ୍କୁ ମାଡ଼ ମରାଯିବାରୁ ତାଙ୍କର ମୃତ୍ୟୁ ହୋଇଛି।