ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଲଘୁଚାପ ପ୍ରଭାବରେ ରାଜ୍ୟର ଅଧିକାଂଶ ଜିଲ୍ଲାରେ ବର୍ଷା ଲାଗି ରହିଛି । ଆଜି ବରଗଡ଼, ସମ୍ବଲପୁର, ଝାରସୁଗୁଡ଼ା, ବଲାଙ୍ଗିର, ଦେବଗଡ଼, ଅନୁଗୁଳ, ବୌଦ୍ଧ, ନୂଆପଡ଼ା ଓ ସୋନପୁର ପାଇଁ ଅରେଞ୍ଜ ଓ୍ୱାର୍ଣ୍ଣିଂ ଜାରି କରିଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର । ଲଘୁଚାପ ଯୋଗୁ ରାଜ୍ୟରେ ଆହୁରି ୨ ଦିନ ପର୍ଯ୍ୟନ୍ତ ବର୍ଷା ସମ୍ଭାବନା ରହିଛି ।
ଲଘୁଚାପ ଯୋଗୁ ଏବେ ରାଜ୍ୟରେ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ସକ୍ରିୟ ହୋଇଛି । ଏପଟେ ଲଗାଣ ବର୍ଷା ସତ୍ତ୍ୱେ ଜୁନ ୧ରୁ ଅଗଷ୍ଟ ୧୪ ଯାଏଁ ରାଜ୍ୟରେ ୧୩ ପ୍ରତିଶତ କମ୍ ବର୍ଷା ହୋଇଛି । ତେବେ ଅଧିକାଂଶ ଜିଲ୍ଲାରେ ବର୍ଷା ପରିମାଣ ସ୍ୱାଭାବିକ ଥିବା ସୂଚନା ଦେଇଛନ୍ତି ପାଣିପାଗ କେନ୍ଦ୍ର ନିର୍ଦ୍ଦେଶକ । ଆଗାମୀ କିଛି ଘଣ୍ଟା ମଧ୍ୟରେ ଏହା ଅବପାତର ରୂପ ନେବ ବୋଲି ପାଣିପାଗ ବିଭାଗ ଆକଳନ କରିଛି ।