୯ଟି ଜିଲ୍ଲାରେ ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା

ଭୁବନେଶ୍ୱର( ଓଡ଼ିଶା ରିପୋର୍ଟର): ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଦକ୍ଷିଣ ଓଡ଼ିଶାର ୯ଟି ଜିଲ୍ଲାରେ ଘଡ଼ଘଡ଼ି ସହ ଅଳ୍ପରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି । ଏହି ଜିଲ୍ଲାଗୁଡ଼ିକ ହେଉଛି-ଗଜପତି, ଗଞ୍ଜାମ, ସୁନ୍ଦରଗଡ଼, କନ୍ଧମାଳ, ରାୟଗଡ଼ା, ନୟାଗଡ଼, କୋରାପୁଟ, କଳାହାଣ୍ଡି ଓ ନୂଆପଡ଼ା। ଏନେଇ ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ରର ଡ୍ୟୁଟି ଅଫିସର ଚରଣ ବେହେରା ସୂଚନା ଦେଇଛନ୍ତି। ସେ କହିଛନ୍ତି,“ ଘନ କୁହୁଡ଼ି ନେଇ ତିନୋଟି ଜିଲ୍ଲାକୁ ୟେଲୋ ଓ୍ୱାର୍ଣ୍ଣିଂ ଜାରି କରାଯାଇଛି। […]

rain-11

Jyoshna Pradhan
  • Published: Monday, 03 February 2020
  • , Updated: 03 February 2020, 11:14 AM IST

ଭୁବନେଶ୍ୱର( ଓଡ଼ିଶା ରିପୋର୍ଟର): ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଦକ୍ଷିଣ ଓଡ଼ିଶାର ୯ଟି ଜିଲ୍ଲାରେ ଘଡ଼ଘଡ଼ି ସହ ଅଳ୍ପରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି । ଏହି ଜିଲ୍ଲାଗୁଡ଼ିକ ହେଉଛି-ଗଜପତି, ଗଞ୍ଜାମ, ସୁନ୍ଦରଗଡ଼, କନ୍ଧମାଳ, ରାୟଗଡ଼ା, ନୟାଗଡ଼, କୋରାପୁଟ, କଳାହାଣ୍ଡି ଓ ନୂଆପଡ଼ା। ଏନେଇ ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ରର ଡ୍ୟୁଟି ଅଫିସର ଚରଣ ବେହେରା ସୂଚନା ଦେଇଛନ୍ତି।

ସେ କହିଛନ୍ତି,“ ଘନ କୁହୁଡ଼ି ନେଇ ତିନୋଟି ଜିଲ୍ଲାକୁ ୟେଲୋ ଓ୍ୱାର୍ଣ୍ଣିଂ ଜାରି କରାଯାଇଛି। ଏହି ଜିଲ୍ଲାଗୁଡ଼ିକ ହେଉଛି-କଳାହାଣ୍ଡି, କନ୍ଧମାଳ ଓ ଅନୁଗୋଳ। ଏହିସବୁ ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ଘନ କୁହୁଡ଼ି ହେବାର ସମ୍ଭାବନା ରହିଛି।”

Related story