ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ରାଜ୍ୟରେ ଆଜିଠୁ ୫ ଦିନ ପର୍ଯ୍ୟନ୍ତ ଲାଗି ରହିବ ବର୍ଷା । ଘଡ଼ଘଡ଼ି ସହ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ଏବଂ କିଛି ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ଏ ନେଇ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି ।
ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ନିର୍ଦ୍ଦେଶକ ଏଚ୍.ଆର୍. ବିଶ୍ୱାସଙ୍କ କହିବାନୁଯାୟୀ, ଆଜି ପାଇଁ ୨୦ଟି ଜିଲ୍ଲାକୁ ଜାରି ହୋଇଛି ୟେଲୋ ଓ୍ୱାର୍ଣ୍ଣିଂ । ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୋଳ, ଢେଙ୍କାନାଳ, କେନ୍ଦୁଝର, ମୟୂରଭଂଜ, ନୂଆପଡ଼ା, ବଲାଙ୍ଗିର, ସୋନପୁର, ଖୋର୍ଦ୍ଧା ଏବଂ ପୁରୀ ଜିଲ୍ଲାକୁ ୟେଲୋ ଓ୍ୱାର୍ଣ୍ଣିଂ ଜାରି କରାଯାଇଛି । ଏସବୁ ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା ରହିଛି।
ତେବେ ନୂଆପଡ଼ା, ବଲାଙ୍ଗିର, ବରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୋଳ, କେନ୍ଦୁଝର ଓ ମୟୂରଭଂଜ ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି । ଏହାବାଦ ରାଜଧାନୀ ଭୁବନେଶ୍ୱରରରେ ପାଗ କୋହଲା ରହିବା ସହ ଆଗାମୀ ୨୪ ଘଣ୍ଟା ମଧ୍ୟରେ ଘଡ଼ଘଡ଼ି, ବିଜୁଳି ସହ ବର୍ଷା ହେବାର ସମ୍ଭାବନା ରହିଥିବା ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ନିର୍ଦ୍ଦେଶକ କହିଛନ୍ତି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।