Advertisment

୫ ଦିନ ଲାଗି ରହିବ ବର୍ଷା

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ରାଜ୍ୟରେ ଆଜିଠୁ ୫ ଦିନ ପର୍ଯ୍ୟନ୍ତ ଲାଗି ରହିବ ବର୍ଷା । ଘଡ଼ଘଡ଼ି ସହ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ଏବଂ କିଛି ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ଏ ନେଇ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି । ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ନିର୍ଦ୍ଦେଶକ ଏଚ୍.ଆର୍. ବିଶ୍ୱାସଙ୍କ କହିବାନୁଯାୟୀ,  ଆଜି ପାଇଁ ୨୦ଟି ଜିଲ୍ଲାକୁ ଜାରି ହୋଇଛି ୟେଲୋ ଓ୍ୱାର୍ଣ୍ଣିଂ । ବାଲେଶ୍ୱର, […]

ଅଦ୍ୟତନ ହୋଇଛି
୫ ଦିନ ଲାଗି ରହିବ ବର୍ଷା

heavy rain

Advertisment

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ରାଜ୍ୟରେ ଆଜିଠୁ ୫ ଦିନ ପର୍ଯ୍ୟନ୍ତ ଲାଗି ରହିବ ବର୍ଷା । ଘଡ଼ଘଡ଼ି ସହ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ଏବଂ କିଛି ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ଏ ନେଇ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି ।

Advertisment

ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ନିର୍ଦ୍ଦେଶକ ଏଚ୍.ଆର୍. ବିଶ୍ୱାସଙ୍କ କହିବାନୁଯାୟୀ,  ଆଜି ପାଇଁ ୨୦ଟି ଜିଲ୍ଲାକୁ ଜାରି ହୋଇଛି ୟେଲୋ ଓ୍ୱାର୍ଣ୍ଣିଂ । ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୋଳ, ଢେଙ୍କାନାଳ, କେନ୍ଦୁଝର, ମୟୂରଭଂଜ, ନୂଆପଡ଼ା, ବଲାଙ୍ଗିର, ସୋନପୁର, ଖୋର୍ଦ୍ଧା ଏବଂ ପୁରୀ ଜିଲ୍ଲାକୁ ୟେଲୋ ଓ୍ୱାର୍ଣ୍ଣିଂ ଜାରି କରାଯାଇଛି । ଏସବୁ ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା ରହିଛି।

ତେବେ ନୂଆପଡ଼ା, ବଲାଙ୍ଗିର, ବରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୋଳ, କେନ୍ଦୁଝରମୟୂରଭଂଜ ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି । ଏହାବାଦ ରାଜଧାନୀ ଭୁବନେଶ୍ୱରରରେ ପାଗ କୋହଲା ରହିବା ସହ ଆଗାମୀ ୨୪ ଘଣ୍ଟା ମଧ୍ୟରେ ଘଡ଼ଘଡ଼ି, ବିଜୁଳି ସହ ବର୍ଷା ହେବାର ସମ୍ଭାବନା ରହିଥିବା  ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ନିର୍ଦ୍ଦେଶକ କହିଛନ୍ତି।

Advertisment
Heavy Rain Rain Alert
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe