ଆଜି ପ୍ରବଳ ବର୍ଷିବ: ସତର୍କ ସୂଚନା ଜାରି କଲା ପାଣିପାଗ ବିଭାଗ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆଜି ଓଡ଼ିଶାରେ ପ୍ରବଳ ବର୍ଷା ହେବ। କିଛି ସ୍ଥାନରେ ଘଡ଼ଘଡ଼ି ମାରିବ। ପବନ ବି ବୋହିବ। ଏଥିପାଇଁ ୧୨ଟି ଜିଲ୍ଲାକୁ ସତର୍କ ସୂଚନା ଜାରି କରିଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଭାଗ। ତେଣୁ ଏହି ସମୟରେ ଘରୁ ନବାହାରିବା ପାଇଁ ପରାମର୍ଶ ଦିଆଯାଇଛି। କାଳବୈଶାଖୀ ପ୍ରଭାବରେ ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ଦେବଗଡ଼, ଗଜପତି, ଗଞ୍ଜାମ, ବାଲେଶ୍ୱର, ଭଦ୍ରକ, ମୟୂରଭଞ୍ଜ, କେନ୍ଦୁଝର, ନୟାଗଡ଼ ଓ ପୁରୀ ଜିଲ୍ଲାରେ ପ୍ରବଳ ବର୍ଷା ହେବ। ଘଡ଼ଘଡ଼ି ମଧ୍ୟ ମାରିବ। […]

rain-2-e1444738973104

Rakesh Mallick
  • Published: Thursday, 07 June 2018
  • , Updated: 07 June 2018, 03:20 PM IST

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆଜି ଓଡ଼ିଶାରେ ପ୍ରବଳ ବର୍ଷା ହେବ। କିଛି ସ୍ଥାନରେ ଘଡ଼ଘଡ଼ି ମାରିବ। ପବନ ବି ବୋହିବ। ଏଥିପାଇଁ ୧୨ଟି ଜିଲ୍ଲାକୁ ସତର୍କ ସୂଚନା ଜାରି କରିଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଭାଗ। ତେଣୁ ଏହି ସମୟରେ ଘରୁ ନବାହାରିବା ପାଇଁ ପରାମର୍ଶ ଦିଆଯାଇଛି।

କାଳବୈଶାଖୀ ପ୍ରଭାବରେ ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ଦେବଗଡ଼, ଗଜପତି, ଗଞ୍ଜାମ, ବାଲେଶ୍ୱର, ଭଦ୍ରକ, ମୟୂରଭଞ୍ଜ, କେନ୍ଦୁଝର, ନୟାଗଡ଼ ଓ ପୁରୀ ଜିଲ୍ଲାରେ ପ୍ରବଳ ବର୍ଷା ହେବ। ଘଡ଼ଘଡ଼ି ମଧ୍ୟ ମାରିବ। ଏହି ସମୟରେ ଘଣ୍ଟାକୁ ୫୦ରୁ ୬୦ କମି ବେଗରେ ପବନ ବୋହିବ। ସେଥିପାଇଁ ପାଣିପାଗ ବିଭାଗ ସତର୍କ ସୂଚନା ଜାରି କରିଛି।

Related story