ଆସନ୍ତାକାଲି ଏହି ଜିଲ୍ଲାରେ ହେବ ବର୍ଷା

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଉତ୍ତର ଓଡ଼ିଶା ଓ ଏହାର ଆଖପାଖ ଅଞ୍ଚଳରେ ଏକ ଘୂର୍ଣ୍ଣି ବଳୟ ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ଆସନ୍ତାକାଲି ଓ ୩ ତାରିଖରେ ବର୍ଷା ହେବ। ସେଥିପାଇଁ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ୟେଲୋ ୱାର୍ଣ୍ଣି ଜାରି କରିଛି। ଆସନ୍ତାକାଲି ଦେବଗଡ଼, ସୋନପୁର, ଢେଙ୍କାନାଳ, ବୌଦ୍ଧ, ଅନୁଗୋଳ, ସୁନ୍ଦରଗଡ଼, କେନ୍ଦୁଝର ଓ ଝାରସୁଗୁଡ଼ା ଜିଲ୍ଲାରେ ବର୍ଷା ହେବାର ସମ୍ଭାବନା ରହିଛି। ସେହିପରି ୩ ତାରିଖ ପାଇଁ ୬ଟି ଜିଲ୍ଲାରେ ୟେଲୋ ୱାର୍ଣ୍ଣିଂ ଜାରି କରିଛି […]

rain

Manoranjan Sial
  • Published: Wednesday, 01 January 2020
  • , Updated: 01 January 2020, 06:04 PM IST

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଉତ୍ତର ଓଡ଼ିଶା ଓ ଏହାର ଆଖପାଖ ଅଞ୍ଚଳରେ ଏକ ଘୂର୍ଣ୍ଣି ବଳୟ ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ଆସନ୍ତାକାଲି ଓ ୩ ତାରିଖରେ ବର୍ଷା ହେବ। ସେଥିପାଇଁ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ୟେଲୋ ୱାର୍ଣ୍ଣି ଜାରି କରିଛି।

ଆସନ୍ତାକାଲି ଦେବଗଡ଼, ସୋନପୁର, ଢେଙ୍କାନାଳ, ବୌଦ୍ଧ, ଅନୁଗୋଳ, ସୁନ୍ଦରଗଡ଼, କେନ୍ଦୁଝର ଓ ଝାରସୁଗୁଡ଼ା ଜିଲ୍ଲାରେ ବର୍ଷା ହେବାର ସମ୍ଭାବନା ରହିଛି। ସେହିପରି ୩ ତାରିଖ ପାଇଁ ୬ଟି ଜିଲ୍ଲାରେ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ କେନ୍ଦ୍ର। ଏହି ଜିଲ୍ଲା ଗୁଡ଼ିକ ହେଲା ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦୁଝର, ଢେଙ୍କାନାଳ ଓ ଅନୁଗୋଳ। ଏହି ଜିଲ୍ଲାରେ ବର୍ଷା ହେବାର ସମ୍ଭାବନା ରହିଛି।

Related story