ଓଡ଼ିଶାରେ ବାତ୍ୟାର ପ୍ରଭାବ ନାହିଁ, କିନ୍ତୁ ୯ ଓ ୧୦ରେ ବର୍ଷା!

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ଘନୀଭୂତ ହେଉଛି ବାତ୍ୟା ମେନ-ଣ୍ଡୋସ୍‌। ଆଜି ସନ୍ଧ୍ୟା ସୁଦ୍ଧା ଆହୁରି ଘନୀଭୂତ ହୋଇ ଭୀଷଣ ବାତ୍ୟାର ରୂପନେବାର ସମ୍ଭାବନା ରହିଛି। ଏହାର ସିଧା ପ୍ରଭାବ ଓଡ଼ିଶା ଉପରେ ପଡ଼ିବ ନାହିଁ। କିନ୍ତୁ ବାତ୍ୟାର ବାହ୍ୟ ବଳୟ ପ୍ରଭାବରେ ଆସନ୍ତା ୯ ଓ ୧୦ ତାରିଖରେ ଦକ୍ଷିଣ ଓଡ଼ିଶାରେ କିଛି ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି। ଏନେଇ ସୂଚନା ଦେଇଛନ୍ତି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ରର ପାଣିପାଗ ବିଜ୍ଞାନୀ […]

Cyclone Mandous

  • Published: Thursday, 08 December 2022
  • , Updated: 08 December 2022, 06:23 PM IST

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ଘନୀଭୂତ ହେଉଛି ବାତ୍ୟା ମେନ-ଣ୍ଡୋସ୍‌। ଆଜି ସନ୍ଧ୍ୟା ସୁଦ୍ଧା ଆହୁରି ଘନୀଭୂତ ହୋଇ ଭୀଷଣ ବାତ୍ୟାର ରୂପନେବାର ସମ୍ଭାବନା ରହିଛି। ଏହାର ସିଧା ପ୍ରଭାବ ଓଡ଼ିଶା ଉପରେ ପଡ଼ିବ ନାହିଁ। କିନ୍ତୁ ବାତ୍ୟାର ବାହ୍ୟ ବଳୟ ପ୍ରଭାବରେ ଆସନ୍ତା ୯ ଓ ୧୦ ତାରିଖରେ ଦକ୍ଷିଣ ଓଡ଼ିଶାରେ କିଛି ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି। ଏନେଇ ସୂଚନା ଦେଇଛନ୍ତି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ରର ପାଣିପାଗ ବିଜ୍ଞାନୀ ଉମାଶଙ୍କର ଦାସ।

https://twitter.com/mcbbsr/status/1600777900235452416?s=20&t=qRWoCTHmafII7D4TPrmidg

ପାଣିପାଗ ବିଜ୍ଞାନୀଙ୍କ କହିବା ଅନୁସାରେ ୯ ତାରିଖ ସକାଳ ସାଢ଼େ ୮ଟାରୁ ୧୦ ତାରିଖ ସକାଳ ସାଢ଼େ ୮ଟା ପର୍ଯ୍ୟନ୍ତ ମାଲକାନଗିରି, କୋରାପୁଟ, ଗଜପତି, ନବରଙ୍ଗପୁର, ରାୟଗଡ଼ା, କନ୍ଧମାଳ ଓ ଗଞ୍ଜାମ ଜିଲ୍ଲାରେ କେତେକ ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଛି। ଠିକ୍‌ ସେହିପରି ୧୦ ତାରିଖ ସକାଳ ସାଢ଼େ ୮ଟାରୁ ୧୧ ତାରିଖ ସକାଳ ସାଢ଼େ ୮ଟା ପର୍ଯ୍ୟନ୍ତ ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ରାୟଗଡ଼ା ଓ ଗଜପତି ଜିଲ୍ଲାରେ କେତେକ ସ୍ଥାନରେ ବର୍ଷା ହେବାର ଆଶଙ୍କା କରାଯାଉଛି ବୋଲି ପାଣିପାଗ ବିଜ୍ଞାନୀ ଶ୍ରୀ ଦାସ କହିଛନ୍ତି। 

https://twitter.com/mcbbsr/status/1600808558643204096?s=20&t=qRWoCTHmafII7D4TPrmidg

ସେ ଆହୁରି କହିଛନ୍ତି, ଗତ ୨୪ ଘଣ୍ଟାରେ ରାଜ୍ୟର ପାଗ ଶୁଖିଲା ରହିଥିଲା। ସମତଳ ଅଞ୍ଚଳରେ ସର୍ବନିମ୍ନ ରାତିର ତାପମାତ୍ରା ଫୁଲବାଣୀରେ ୯ ଡିଗ୍ରୀ ରେକର୍ଡ କରାଯାଇଛି। ଠିକ୍‌ ସେହିପରି ପାହାଡ଼ିଆ ଅଞ୍ଚଳ ମଧ୍ୟରେ କୋରାପୁଟ ଜିଲ୍ଲା ସେମିଳିଗୁଡ଼ାରେ ୬.୯ ଡିଗ୍ରୀ ରେକର୍ଡ କରାଯାଇଛି। ଆଜି ସକାଳେ ରାଜ୍ୟରେ କେତେକ ସ୍ଥାନରେ ଘନକୁହୁଡ଼ି ଦେଖିବାକୁ ମିଳିଥିଲା ବୋଲି ଶ୍ରୀ ଦାସ କହିଛନ୍ତି।

https://twitter.com/mcbbsr/status/1600776195364515840?s=20&t=qRWoCTHmafII7D4TPrmidg

ଆଗାମୀ ୨୪ ଘଣ୍ଟା ପରେ ବଢିବ ରାତ୍ରି ତାପମାତ୍ରା, କମିବ ଶୀତ। ଆଗାମୀ ୨୪ଘଣ୍ଟା ଯାଏଁ ରାତ୍ରି ତାପମାତ୍ରାରେ ବିଶେଷ ପରିବର୍ତ୍ତନର ସମ୍ଭାବନା ନଥିବା ବେଳେ ପରବର୍ତ୍ତୀ ସମୟରେ ରାତ୍ରି ତାପମାତ୍ରା ରାଜ୍ୟର ଅନେକ ସ୍ଥାନରେ ୨ରୁ ୪ ଡ଼ିଗ୍ରୀ ଯାଏଁ ବୃଦ୍ଧି ହେବାର ସମ୍ଭାବନା ଥିବାରୁ ଶୀତର ପ୍ରଭାବ କମିବ ବୋଲି ପାଣିପାଗ ବିଜ୍ଞାନ କେନ୍ଦ୍ର ତରଫରୁ ସୂଚନା ଦିଆଯାଇଛି।

Related story