ହାଲ୍‌କା ବର୍ଷା ସହ ହେବ ବଜ୍ରପାତ, ସତର୍କ କରାଇଲେ ପାଣିପାଗ ବିଜ୍ଞାନୀ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆଗାମୀ ୨୪ ଘଣ୍ଟା ଭିତରେ ରାଜ୍ୟର ଅଧିକାଂଶ ଜିଲ୍ଲାରେ ହାଲୁକା ବର୍ଷା ହେବ। ଏଥିସହ ପ୍ରବଳ ଘଡ଼ଘଡ଼ି ହେବାର ସମ୍ଭାବନା ରହିଛି। ସେଥିପାଇଁ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି। ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ରର ପାଣିପାଗ ବିଜ୍ଞାନୀ ଡକ୍ଟର ଏଚ୍‌.ଆର୍‌ ବିଶ୍ୱାସ କହିଛନ୍ତି, ଆଗାମୀ ୫ ଦିନ ଧରି ରାଜ୍ୟର କେତେକ ଜିଲ୍ଲାରେ ଘଡଘଡ଼ି ମାରିବା ସହିତ ଅଳ୍ପ ବର୍ଷା ହେବାର ସମ୍ଭାବନା ରହିଛି। ଆସନ୍ତା ୨୪ […]

Weather

Weather

Manoranjan Sial
  • Published: Monday, 04 October 2021
  • Updated: 04 October 2021, 08:50 PM IST

Sports

Latest News

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆଗାମୀ ୨୪ ଘଣ୍ଟା ଭିତରେ ରାଜ୍ୟର ଅଧିକାଂଶ ଜିଲ୍ଲାରେ ହାଲୁକା ବର୍ଷା ହେବ। ଏଥିସହ ପ୍ରବଳ ଘଡ଼ଘଡ଼ି ହେବାର ସମ୍ଭାବନା ରହିଛି। ସେଥିପାଇଁ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି।

ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ରର ପାଣିପାଗ ବିଜ୍ଞାନୀ ଡକ୍ଟର ଏଚ୍‌.ଆର୍‌ ବିଶ୍ୱାସ କହିଛନ୍ତି, ଆଗାମୀ ୫ ଦିନ ଧରି ରାଜ୍ୟର କେତେକ ଜିଲ୍ଲାରେ ଘଡଘଡ଼ି ମାରିବା ସହିତ ଅଳ୍ପ ବର୍ଷା ହେବାର ସମ୍ଭାବନା ରହିଛି। ଆସନ୍ତା ୨୪ ଘଣ୍ଟା ଭିତରେ ମୟୂରଭଞ୍ଜ, ବାଲେଶ୍ୱର, କେନ୍ଦୁଝର, ଭଦ୍ରକ, ଢ଼େଙ୍କାନାଳ, ଅନୁଗୋଳ, ଯାଜପୁର, କଟକ, କେନ୍ଦ୍ରାପଡ଼ା, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, କନ୍ଧମାଳ, ରାୟଗଡ଼ା, ଜଗପତି, କୋରାପୁଟ ଓ ମାଲକାନଗିରି ଜିଲ୍ଲାରେ କେତେକ ସ୍ଥାନରେ ଘଡ଼ଘଡ଼ ମାରିବାର ସମ୍ଭାବନା ରହିଛି। ଏଥିସହ ଅଳ୍ପ ବର୍ଷା ମଧ୍ୟ ହେବାର ଅଛି ବୋଲି ଡକ୍ଟର ଏଚ୍‌.ଆର୍‌ ବିଶ୍ୱାସ କହିଛନ୍ତି।

https://twitter.com/mcbbsr/status/1444959198513545220?s=20

ସେ ଆହୁରି ମଧ୍ୟ କହିଛନ୍ତି ଯେ, ଆସନ୍ତା ୨୪ ଘଣ୍ଟା ପରେ ଅର୍ଥାତ ଆସନ୍ତାକାଲି କେତେକ ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଛି। ଏଥିରେ ମଧ୍ୟ ଘଡ଼ଘଡ଼ି ମାରିବାର ଆଶଙ୍କା କରାଯାଉଛି। ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, କେନ୍ଦୁଝର, ଢ଼େଙ୍କାନାଳ, ଅନୁଗୋଳ, ବୌଦ୍ଧ, କନ୍ଧମାଳ, ନବରଙ୍ଗପୁର, କୋରାପୁଟ ଓ ମାଲକାନଗିରି ଜିଲ୍ଲାରେ ବଜ୍ରପାତ ନେଇ ସତର୍କ ସୂଚନା ଜାରି କରାଯାଇଛି। ବୁଧବାର ପାଇଁ ମଧ୍ୟ ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ୱଲପୁର, ବରଗଡ଼, ବଲାଙ୍ଗିର, ନୂଆପଡ଼ା ଓ ନବରଙ୍ଗପୁର ଜିଲ୍ଲା ପାଇଁ ସତର୍କ ସୂଚନା ଜାରି କରାଯାଇଛି ବୋଲି ପାଣିପାଗ ବିଜ୍ଞାନୀ ଡକ୍ଟର ବିଶ୍ୱାସ କହିଛନ୍ତି।

https://youtu.be/3hwNVskEfDQ

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos