Advertisment

ଚାରିଦିନ ଧରି ଏହି ସବୁ ଜିଲ୍ଲାରେ ବର୍ଷିବ!

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ପଶ୍ଚିମା ଝଡ଼ ପ୍ରଭାବରେ ଆଗାମୀ ୧୧ରୁ ୧୪ ତାରିଖ ପର୍ଯ୍ୟନ୍ତ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି। ଏଥିସହିତ କୁଆପଥର ମାଡ଼ ହୋଇପାରେ। ସେଥିପାଇଁ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି। ୧୧ ତାରିଖ ସକାଳ ସାଢ଼େ ୮ଟାରୁ ୧୨ ତାରିଖ ସକାଳ ସାଢ଼େ ୮ଟା ଭିତରେ ନୂଆପଡ଼ା, କଳାହାଣ୍ଡି, କନ୍ଧମାଳ, ବଲାଙ୍ଗିର, ସୋନପୁର, ବୌଦ୍ଧ ଜିଲ୍ଲାର କେତେକ ସ୍ଥାନରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା […]

ଚାରିଦିନ ଧରି ଏହି ସବୁ ଜିଲ୍ଲାରେ ବର୍ଷିବ!

Rain

Advertisment

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ପଶ୍ଚିମା ଝଡ଼ ପ୍ରଭାବରେ ଆଗାମୀ ୧୧ରୁ ୧୪ ତାରିଖ ପର୍ଯ୍ୟନ୍ତ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି। ଏଥିସହିତ କୁଆପଥର ମାଡ଼ ହୋଇପାରେ। ସେଥିପାଇଁ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି।

Advertisment

୧୧ ତାରିଖ ସକାଳ ସାଢ଼େ ୮ଟାରୁ ୧୨ ତାରିଖ ସକାଳ ସାଢ଼େ ୮ଟା ଭିତରେ ନୂଆପଡ଼ା, କଳାହାଣ୍ଡି, କନ୍ଧମାଳ, ବଲାଙ୍ଗିର, ସୋନପୁର, ବୌଦ୍ଧ ଜିଲ୍ଲାର କେତେକ ସ୍ଥାନରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି। ଠିକ୍ ସେହିପରି ବରଗଡ଼, ବଲାଙ୍ଗିର, ସୋନପୁର, ସମ୍ୱଲପୁର, ଝାରସୁଗୁଡ଼ା, ସୁନ୍ଦରଗଡ଼, ଦେବଗଡ଼ ଜିଲ୍ଲାରେ ଗୋଟିଏ ବା ଦୁଇଟି ସ୍ଥାନରେ ଝଡ଼ତୋଫାନ୍‌ ସହିତ କୁଆପଥର ମାଡ଼ ହେବ। ସେଥିପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

https://twitter.com/mcbbsr/status/1479754170747916288?s=20

୧୨ ତାରିଖ ସକାଳ ସାଢ଼େ ୮ଟାରୁ ୧୩ ତାରିଖ ସକାଳ ସାଢ଼େ ୮ଟା ଭିତରେ ରାଜ୍ୟର ଅଧିକାଂଶ ଜିଲ୍ଲାରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି। କଳାହାଣ୍ଡି, କନ୍ଧମାଳ, ବୌଦ୍ଧ, ଅନୁଗୋଳ, କଟକ ଓ ନୟାଗଡ଼ ଜିଲ୍ଲାରେ ଝଡ଼ତୋଫାନ୍‌ ସହିତ କୁଆପଥର ମାଡ଼ ନେଇ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ। ଏହାଛଡ଼ା ୧୪ ତାରିଖରେ ମଧ୍ୟ ବର୍ଷା ହେବାର ଅନୁମାନ କରିଛି ପାଣିପାଗ ବିଭାଗ।

Advertisment

https://twitter.com/mcbbsr/status/1479753388803997696?s=20

ଗତ ୨୪ ଘଣ୍ଟାରେ ରାଜ୍ୟର ପ୍ରାୟ ସବୁ ଜିଲ୍ଲାରେ ପାଗ ଶୁଖିଲା ଥିଲା। କିନ୍ତୁ କେତେକ ଜିଲ୍ଲାର କିଛି ସ୍ଥାନରେ ସାମାନ୍ୟ ବର୍ଷା ହୋଇଛି। ବିଶେଷ କରି କୋରାପୁଟ, ଗଜପତି, କଳାହାଣ୍ଡି, ପୁରୀ ଓ ଅନୁଗୋଳ ଜିଲ୍ଲାରେ କେତେକ ସ୍ଥାନରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ଅନୁଭୂତ ହୋଇଛି ଭୁବନେଶ୍ୱର ପାଣିପାଗ କେନ୍ଦ୍ର ପକ୍ଷରୁ ସ୍ପଷ୍ଟ କରାଯାଇଛି।

Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe