୧ରୁ ଆଉ ଏକ ଲଘୁଚାପ

ଭୁବନେଶ୍ୱର: ରାଜସ୍ଥାନର ଅନୁପଗଡରୁ ଉତ୍ତର-ପୂର୍ବ ବଙ୍ଗୋପସାଗରରେ ସୃଷ୍ଟ ଟ୍ରଫ ଲାଇନ ପ୍ରଭାବରେ ରାଜ୍ୟରେ ବର୍ଷା ଓ ଘଡଘଡି ଜାରି ରହିଥିବା ବେଳେ ଆସନ୍ତା ୧ରୁ ଆଉ ଏକ ଲଘୁଚାପ ବଳୟ ସୃଷ୍ଟି ହୋଇପାରେ। ଆଜିଠୁ କ୍ରମାଗତ ଭାବେ ବର୍ଷାର ପରିମାଣ ବଢିପାରେ। ଆଜି ଏହି ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ ବିଭାଗ। ଆସନ୍ତା ୪୮ ଘଣ୍ଟା ମଧ୍ୟରେ ଉତ୍ତର ଓ ଉପକୂଳ ଓଡ଼ିଶାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବା ସହ ଘଡଘଡି ମଧ୍ୟ ହେବାର ସମ୍ଭାବନା […]

rain in odisha

Rakesh Mallick
  • Published: Saturday, 30 July 2016
  • , Updated: 30 July 2016, 10:15 PM IST

ଭୁବନେଶ୍ୱର: ରାଜସ୍ଥାନର ଅନୁପଗଡରୁ ଉତ୍ତର-ପୂର୍ବ ବଙ୍ଗୋପସାଗରରେ ସୃଷ୍ଟ ଟ୍ରଫ ଲାଇନ ପ୍ରଭାବରେ ରାଜ୍ୟରେ ବର୍ଷା ଓ ଘଡଘଡି ଜାରି ରହିଥିବା ବେଳେ ଆସନ୍ତା ୧ରୁ ଆଉ ଏକ ଲଘୁଚାପ ବଳୟ ସୃଷ୍ଟି ହୋଇପାରେ। ଆଜିଠୁ କ୍ରମାଗତ ଭାବେ ବର୍ଷାର ପରିମାଣ ବଢିପାରେ। ଆଜି ଏହି ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ ବିଭାଗ। ଆସନ୍ତା ୪୮ ଘଣ୍ଟା ମଧ୍ୟରେ ଉତ୍ତର ଓ ଉପକୂଳ ଓଡ଼ିଶାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବା ସହ ଘଡଘଡି ମଧ୍ୟ ହେବାର ସମ୍ଭାବନା ରହିଛି।

ଆଞ୍ଚଳିକ ପାଣିପାଗ କେନ୍ଦ୍ରର ନିର୍ଦ୍ଦେଶକ ଶରତ ଚନ୍ଦ୍ର ସାହୁ କହିଛନ୍ତି,“ପୂର୍ବ କେନ୍ଦ୍ରୀୟ ଅଞ୍ଚଳ ଓ ଏହା ଆଖ ପାଖ ଅଞ୍ଚଳରେ ଏକ ଘୂର୍ଣ୍ଣି ବଳୟ ସୃଷ୍ଟି ହୋଇପାରେ। ଏହାର ପ୍ରଭାବରେ ଉତ୍ତରପଶ୍ଚିମ ବଙ୍ଗୋପସାଗର ଓ ଏହାର ଆଖପାଖ ଅଞ୍ଚଳରେ ଆସନ୍ତା ୪୮ ଘଣ୍ଟା ମଧ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ। ୩ରୁ ୫ ତାରିଖ ମଧ୍ୟରେ ବର୍ଷାର ପରିମାଣ ବଢିପାରେ।”

Related story