୨୪ ଘଣ୍ଟାରେ ଏସବୁ ଜିଲ୍ଲାରେ ବର୍ଷିବ! ବନ୍ୟା ମୁକାବିଲା ପାଇଁ ସତର୍କ ରହିବାକୁ ୬ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ

ଭୁବନେଶ୍ୱର: ସାରା ରାଜ୍ୟରେ ସକ୍ରିୟ ରହିଛି ମୌସୁମୀ। ଏହାର ପ୍ରଭାବରେ ରାଜ୍ୟର ବିଭିନ୍ନ ଅଞ୍ଚଳରେ ବିକ୍ଷିପ୍ତ ଭାବେ ବର୍ଷା ଲାଗି ରହିଛି। ଏହାସହ ଉତ୍ତର ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଏହି କାରଣରୁ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଉତ୍ତର ଓ ଉପକୂଳ ଓଡ଼ିଶାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ତେବେ ସମ୍ଭାବ୍ୟ ବନ୍ୟାର ମୁକାବିଲା କରିବା ପାଇଁ ସତର୍କ ରହିବାକୁ ଜିଲ୍ଲାପାଳମାନଙ୍କୁ ନିର୍ଦ୍ଦେଶ ଦିଆଯାଇଛି। ଏନେଇ ଆଜି ରାଜ୍ୟ ସରକାରଙ୍କ ଡେପୁଟି ରିଲିଫ୍ […]

Rain

Rakesh Mallick
  • Published: Sunday, 23 July 2017
  • , Updated: 23 July 2017, 08:28 PM IST

ଭୁବନେଶ୍ୱର: ସାରା ରାଜ୍ୟରେ ସକ୍ରିୟ ରହିଛି ମୌସୁମୀ। ଏହାର ପ୍ରଭାବରେ ରାଜ୍ୟର ବିଭିନ୍ନ ଅଞ୍ଚଳରେ ବିକ୍ଷିପ୍ତ ଭାବେ ବର୍ଷା ଲାଗି ରହିଛି। ଏହାସହ ଉତ୍ତର ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଏହି କାରଣରୁ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଉତ୍ତର ଓ ଉପକୂଳ ଓଡ଼ିଶାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ତେବେ ସମ୍ଭାବ୍ୟ ବନ୍ୟାର ମୁକାବିଲା କରିବା ପାଇଁ ସତର୍କ ରହିବାକୁ ଜିଲ୍ଲାପାଳମାନଙ୍କୁ ନିର୍ଦ୍ଦେଶ ଦିଆଯାଇଛି। ଏନେଇ ଆଜି ରାଜ୍ୟ ସରକାରଙ୍କ ଡେପୁଟି ରିଲିଫ୍ କମିଶନର ୬ ଜିଲ୍ଲାପାଳଙ୍କୁ ଚିଠି କରିଛନ୍ତି।

କେନ୍ଦୁଝର, ଯାଜପୁର, ଭଦ୍ରକ, ବାଲେଶ୍ୱର, ମୟୂରଭଂଜ, ସୁନ୍ଦରଗଡ଼, ଅନୁଗୋଳ, ଦେବଗଡ଼ ଓ ସମ୍ବଲପୁରରେ ପ୍ରବଳ ବନ୍ୟା ହେବାର ସମ୍ଭାବନା ରହିଛି। ତେଣୁ ବନ୍ୟା ସ୍ଥିତିର ମୁକାବିଲା ପାଇଁ ପ୍ରସ୍ତୁତ ରହିବାକୁ ଜିଲ୍ଲାପାଳମାନଙ୍କୁ ନିର୍ଦ୍ଦେଶ ଦିଆଯାଇଛି। ସେହିପରି ବରଗଡ଼ ଏବଂ ସୋନପୁର ଜିଲ୍ଲାରେ ମଧ୍ୟ ବର୍ଷା ସମ୍ଭାବନା ରହିଛି। ବର୍ଷା ହେଲେ ବୈତରଣୀ, ସୁବର୍ଣ୍ଣରେଖା, ବୁଢ଼ାବଳଙ୍ଗ, ବ୍ରାହ୍ମଣୀରେ ବନ୍ୟା ଆସିବାର।

Related story