୨୪ ଘଣ୍ଟା ମଧ୍ୟରେ ବର୍ଷା, ବଜ୍ରପାତ ବି ହେବ

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର କିଛି ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଛି। ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଏହି ସୂଚନା ଦିଆଯାଇଛି। ମିଳିଥିବା ସୂଚନା ଅନୁଯାୟୀ, ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଉତ୍ତର ଓ ଦକ୍ଷିଣ ଓଡ଼ିଶାରେ ବର୍ଷା ହେବାର ସମ୍ଭାବନା ରହିଛି। ଉତ୍ତର ଓଡ଼ିଶାର କିଛି ଜିଲ୍ଲା ସହିତ ଦକ୍ଷିଣ ଓଡ଼ିଶାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ବର୍ଷା ହୋଇପାରେ। ନୟାଗଡ଼, ଖୋର୍ଦ୍ଧା ଓ କନ୍ଧମାଳରେ […]

rain

Jitendra Garnayak
  • Published: Friday, 15 March 2019
  • , Updated: 15 March 2019, 08:38 AM IST

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର କିଛି ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଛି। ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଏହି ସୂଚନା ଦିଆଯାଇଛି।

ମିଳିଥିବା ସୂଚନା ଅନୁଯାୟୀ, ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଉତ୍ତର ଓ ଦକ୍ଷିଣ ଓଡ଼ିଶାରେ ବର୍ଷା ହେବାର ସମ୍ଭାବନା ରହିଛି।

ଉତ୍ତର ଓଡ଼ିଶାର କିଛି ଜିଲ୍ଲା ସହିତ ଦକ୍ଷିଣ ଓଡ଼ିଶାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ବର୍ଷା ହୋଇପାରେ। ନୟାଗଡ଼, ଖୋର୍ଦ୍ଧା ଓ କନ୍ଧମାଳରେ ବି ବର୍ଷା ସମ୍ଭାବନା ରହିଛି।

ଏହି ସମୟ ମଧ୍ୟରେ କାଳବୈଶାଖୀ ବର୍ଷା ସହ ବଜ୍ରପାତ ହେବାର ମଧ୍ୟ ସମ୍ଭାବନା ରହିଛି। ତେଣୁ ସତର୍କ ରହିବା ପାଇଁ ପାଣିପାଗ କେନ୍ଦ୍ର ପକ୍ଷରୁ ସତର୍କ କରାଯାଇଛି।

Related story