୪ ଜିଲ୍ଲାରେ ଅତି ପ୍ରବଳ ବର୍ଷିବ, ୧୧ ଜିଲ୍ଲାକୁ ୟେଲୋ ଓ୍ୱାର୍ଣ୍ଣିଂ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ପଶ୍ଚିମକେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ କ୍ଷେତ୍ରଟି ସକ୍ରିୟ ରହିଛି। ଆସନ୍ତା ୨୪ ଘଣ୍ଟାରେ ଏହା ପଶ୍ଚିମ ଉତ୍ତର ପଶ୍ଚିମ ଦିଗରେ ଗତି କରିବା ସହ ଆନ୍ଧ୍ର ଉପକୂଳ ମୁହାଁ ହେବାର ସମ୍ଭାବନା ରହିଛି। ଏହା ପ୍ରଭାବରେ ରାଜ୍ୟରେ ବର୍ଷା ଜାରି ରହିଛି। ଆଜି ୪ଟି ଜିଲ୍ଲାରେ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ଥିବା ବେଳେ ୧୧ଟି ଜିଲ୍ଲା ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ […]

rain

rain

Tapaswini Nayak
  • Published: Tuesday, 04 October 2022
  • Updated: 04 October 2022, 01:20 PM IST

Sports

Latest News

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ପଶ୍ଚିମକେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ କ୍ଷେତ୍ରଟି ସକ୍ରିୟ ରହିଛି। ଆସନ୍ତା ୨୪ ଘଣ୍ଟାରେ ଏହା ପଶ୍ଚିମ ଉତ୍ତର ପଶ୍ଚିମ ଦିଗରେ ଗତି କରିବା ସହ ଆନ୍ଧ୍ର ଉପକୂଳ ମୁହାଁ ହେବାର ସମ୍ଭାବନା ରହିଛି। ଏହା ପ୍ରଭାବରେ ରାଜ୍ୟରେ ବର୍ଷା ଜାରି ରହିଛି। ଆଜି ୪ଟି ଜିଲ୍ଲାରେ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ଥିବା ବେଳେ ୧୧ଟି ଜିଲ୍ଲା ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି।

ପାଣିପାଗ କେନ୍ଦ୍ରର ସୂଚନା ଅନୁସାରେ, ଲଘୁଚାପ ପ୍ରଭାବରେ ରାଜ୍ୟରେ ୩ ଦିନ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଆଜି ଗଞ୍ଜାମ, ଗଜପତି, ମାଲକାନଗିରି ଓ କୋରାପୁଟ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ସେହିପରି  ରାଜ୍ୟରେ ୧୧ଟି ଜିଲ୍ଲାକୁ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏଥିପାଇଁ  ପାଣିପାଗ କେନ୍ଦ୍ର  ପକ୍ଷରୁ ଏହି ଜିଲ୍ଲାଗୁଡ଼ିକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ସେହି ଜିଲ୍ଲା ଗୁଡିକ ହେଲା ନବରଙ୍ଗପୁର, ରାୟଗଡା, କଳାହାଣ୍ଡି, କନ୍ଧମାଳ, ପୁରୀ, ଖୋର୍ଦ୍ଧା, ଜଗତସିଂହପୁର, କେନ୍ଦ୍ରାପଡା, ବାଲେଶ୍ୱର, ଭଦ୍ରକ  ଓ ନୟାଗଡ଼।

ସେହିପରି ୫ ତାରିଖରେ  ୧୦ଟି ଜିଲ୍ଲାରେ ପ୍ରବଳ ବର୍ଷା ହେବ। ଏଥିପାଇଁ ପାଣିପାଗ କେନ୍ଦ୍ର ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।  ୬ ତାରିଖରେ ରାଜ୍ୟରେ ବର୍ଷାର ପରିମାଣ କମିବ। ହେଲେ ୬ଟି ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।

ଗତ ୨୪ ଘଣ୍ଟା ମଧ୍ୟରେ ପୁରୀ ଜିଲ୍ଲା କାକଟପୁରରେ ସର୍ବାଧିକ ୧୬୦ ମିଲିମିଟର ବର୍ଷା ରେକର୍ଡ କରାଯାଇଛି। ସେହିପରି ଅସ୍ତରଙ୍ଗରେ ୧୪୪ ମିମି, ବାଲିକୁଦାରେ ୧୪୦ ମିମି, ନୂଆଗାଁରେ ୧୩୨ ମିମି ଓ  ରାଜନଗରରେ ୧୨୦ ମିଲିମିଟର ବର୍ଷା ହୋଇଥିବା ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ଟ୍ୱିନ୍ ସିଟି କଟକ ଓ ଭୁବନେଶ୍ୱରରେ ବର୍ଷା ଲାଗି ରହିଛି। ଘଣ୍ଟା ପ୍ରତି ୨/୩ ସେମି ବର୍ଷା ନେଇ ପୂର୍ବାନୁମାନ କରାଯାଇଛି। ଏଥିପାଇଁ  ୧୨ ଘଣ୍ଟା ପାଇଁ ଆଲର୍ଟ ଜାରି କରାଯାଇଛି।

 

 

ମଧ୍ୟ ବର୍ଷା ହେଉଛି ଲଘୁଚାପ କ୍ଷେତ୍ର ବର୍ତ୍ତମାନ ପଶ୍ଚିମକେନ୍ଦ୍ରୀୟ ବଙ୍ଗୋପସାଗର ପାର୍ଶ୍ୱବର୍ତ୍ତୀ ସମୁଦ୍ର ମଧ୍ୟରେ ସକ୍ରିୟ ରହିଛି ଅାସନ୍ତା ୨୪ ଘଣ୍ଟାରେ ଏହା ପଶ୍ଚିମ ଉତ୍ତର ପଶ୍ଚିମ ଦିଗରେ ଗତି କରିବା ସହ ଅାନ୍ଧ୍ର ଉପକୂଳ ମୁହାଁ ହେବାର ସମ୍ଭାବନା ରହିଛି ଏହାର ପ୍ରଭାବରେ ଅାସନ୍ତା ୨ ଦିନ ପଯର୍ୟନ୍ତ ରାଜ୍ୟରେ ବର୍ଷା ଲାଗି ରହିବ ବୋଲି ପାଣିପାଗ ବିଭାଗ ଅାକଳନ କରିଛି ...

 

ଲଘୁଚାପ ପ୍ରଭାବରେ ଟ୍ୱିନ୍ ସିଟି କଟକ ଓ ଭୁବନେଶ୍ୱରରେ  ବର୍ଷା ଲାଗି ରହିଛି।

 

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos