ପୁଣି ବର୍ଷିବ; ଘଡ଼ଘଡ଼ି ବି ମାରିବ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆସନ୍ତା ୪୮ ଘଣ୍ଟା ପର୍ଯ୍ୟନ୍ତ ରାଜ୍ୟରେ ପାଗ ଶୁଖିଲା ରହିବ। ତେବେ ଆସନ୍ତା ୩ ତାରିଖରୁ ୫ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଛି। ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଏହି ସୂଚନା ଦିଆଯାଇଛି। ପାଣିପାଗ କେନ୍ଦ୍ର ପକ୍ଷରୁ କୁହାଯାଇଛି ଯେ ୩ ତାରିଖରେ ଆଭ୍ୟନ୍ତରୀଣ ଓ ଉପକୂଳ ଓଡ଼ିଶାର ସ୍ଥାନେ ସ୍ଥାନେ ଅଳ୍ପ ବର୍ଷା ହେବ। ୪ ତାରିଖରେ ଉତ୍ତର ଓଡ଼ିଶାର କିଛି ଜିଲ୍ଲାରେ ଅଳ୍ପରୁ […]

rain

Jitendra Garnayak
  • Published: Friday, 01 March 2019
  • , Updated: 01 March 2019, 12:43 PM IST

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆସନ୍ତା ୪୮ ଘଣ୍ଟା ପର୍ଯ୍ୟନ୍ତ ରାଜ୍ୟରେ ପାଗ ଶୁଖିଲା ରହିବ। ତେବେ ଆସନ୍ତା ୩ ତାରିଖରୁ ୫ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଛି। ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଏହି ସୂଚନା ଦିଆଯାଇଛି।

ପାଣିପାଗ କେନ୍ଦ୍ର ପକ୍ଷରୁ କୁହାଯାଇଛି ଯେ ୩ ତାରିଖରେ ଆଭ୍ୟନ୍ତରୀଣ ଓ ଉପକୂଳ ଓଡ଼ିଶାର ସ୍ଥାନେ ସ୍ଥାନେ ଅଳ୍ପ ବର୍ଷା ହେବ। ୪ ତାରିଖରେ ଉତ୍ତର ଓଡ଼ିଶାର କିଛି ଜିଲ୍ଲାରେ ଅଳ୍ପରୁ ମଧ୍ୟମ ଧରଣର ବର୍ଷା ହେବ। ଅନ୍ୟ କିଛି ସ୍ଥାନରେ ବି ବର୍ଷା ହୋଇପାରେ। ୫ ତାରିଖରେ ରାଜ୍ୟର ବିଭିନ୍ନ ସ୍ଥାନରେ ଅଳ୍ପ ବର୍ଷା ହେବାର ସମ୍ଭାବନା ରହିଛି। 

୪ ଓ ୫ ତାରିଖରେ ଆଭ୍ୟନ୍ତରୀଣ ଓ ଉତ୍ତର ଓଡ଼ିଶାର କିଛି ସ୍ଥାନରେ ଝଡ଼ତୋଫାନ ଓ ବଜ୍ରପାତ ହୋଇପାରେ। ତେବେ ଏହି ଦିନଗୁଡ଼ିକରେ ମତ୍ସ୍ୟଜୀବୀମାନଙ୍କ ପାଇଁ କୌଣସି ସତର୍କ ସୂଚନା ନାହିଁ।

ଗତକାଲି କାଳବୈଶାଖୀ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହୋଇଥିଲା। ଗୋପାଳପୁରରେ ସର୍ବାଧିକ ୧୧.୬ ମିଲିମିଟର ବର୍ଷା ହୋଇଥିଲା। ବୁଧବାର ରାତିରେ ବି ଭୁବନେଶ୍ୱର ସମେତ ରାଜ୍ୟର ଅନ୍ୟ କିଛି ସ୍ଥାନରେ ବର୍ଷା ସହିତ ପବନ ବହିଥିଲା।

Related story