୧୬ ଯାଏ ଲାଗି ରହିବ ବର୍ଷା

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ପଶ୍ଚିମବଙ୍ଗ ଓ ଏହାର ଆଖପାଖ ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଏହାସହ ମନ୍‌ସୁନ୍‌ ଟ୍ରପଲାଇନ୍ ମଧ୍ୟ ଓଡ଼ିଶାର ଉପରି ଭାଗରେ ରହିଛି। ଯାହାର ପ୍ରଭାବରେ ରାଜ୍ୟରେ ବର୍ଷା ଜାରି ରହିଛି। ତେବେ ଉତ୍ତର ଓ ଦକ୍ଷିଣ ଓଡ଼ିଶାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ହେଲେ ଉପକୂଳ ଓଡ଼ିଶାରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ଲାଗି ରହିବ ବୋଲି ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ କୁହାଯାଇଛି। ଭଦ୍ରକ, କେନ୍ଦୁଝର, ବାଲେଶ୍ୱର, କଟକ, […]

rain

Jyoshna Pradhan
  • Published: Thursday, 12 September 2019
  • , Updated: 12 September 2019, 12:58 PM IST

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ପଶ୍ଚିମବଙ୍ଗ ଓ ଏହାର ଆଖପାଖ ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଏହାସହ ମନ୍‌ସୁନ୍‌ ଟ୍ରପଲାଇନ୍ ମଧ୍ୟ ଓଡ଼ିଶାର ଉପରି ଭାଗରେ ରହିଛି। ଯାହାର ପ୍ରଭାବରେ ରାଜ୍ୟରେ ବର୍ଷା ଜାରି ରହିଛି। ତେବେ ଉତ୍ତର ଓ ଦକ୍ଷିଣ ଓଡ଼ିଶାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ହେଲେ ଉପକୂଳ ଓଡ଼ିଶାରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ଲାଗି ରହିବ ବୋଲି ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ କୁହାଯାଇଛି।

ଭଦ୍ରକ, କେନ୍ଦୁଝର, ବାଲେଶ୍ୱର, କଟକ, ପୁରୀ ଓ ଖୋର୍ଦ୍ଧା ଜିଲ୍ଲାରେ ପ୍ରବଳ ବର୍ଷା ହେବା ନେଇ ପାଣିପାଗ ବିଭାଗ ପୂର୍ବାନୁମାନ  କରିଛି। ବର୍ଷାର ପ୍ରଭାବ ଆସନ୍ତା ୧୬ ତାରିଖ ଯାଏ ଲାଗି ରହିବ। କେତେକ ସ୍ଥାନରେ ପାଗ କୋହଲା ରହିବ। ସ୍ଥିତିକୁ ନେଇ ଆଞ୍ଚଳିକ ପାଣିପାଗ କେନ୍ଦ୍ର ୭ ଜିଲ୍ଲାକୁ ଅରେଞ୍ଜ ଓ୍ୱାର୍ଣ୍ଣିଂ ଜାରି କରିଛି। ସମୁଦ୍ର ଅଶାନ୍ତ ରହୁଥିବାରୁ ମତ୍ସ୍ୟଜୀବୀମାନଙ୍କୁ ସମୁଦ୍ର ଭିତରକୁ ଯିବାକୁ ବାରଣ କରାଯାଇଛି।

Related story