ସମ୍ଭାବ୍ୟ ବାତ୍ୟା ପ୍ରଭାବରେ ଦକ୍ଷିଣ ଓଡ଼ିଶାରେ ବର୍ଷା, କମିବ ଶୀତ!

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ସମ୍ଭାବ୍ୟ ବାତ୍ୟାର ସିଧାସଳଖ ପ୍ରଭାବ ରାଜ୍ୟ ଉପରେ ପଡ଼ିବ ନାହିଁ। କିନ୍ତୁ ବାତ୍ୟାର ବାହ୍ୟବଳୟ ସହ ଜଡିତ ମେଘ ସମୂହ ପ୍ରଭାବରେ ଦକ୍ଷିଣ ଓଡ଼ିଶାର ମାଲକାନଗିରି, କୋରାପୁଟ, ରାୟଗଡା, ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ଗଞ୍ଜାମ ଓ ଗଜପତି ଜିଲ୍ଲାର ବିଭିନ୍ନ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି। ଆସନ୍ତା ୧୦ ତାରିଖରେ ଏହି ସବୁ ଜିଲ୍ଲାରେ ବର୍ଷା ହେବା ନେଇ ସତର୍କ ସୂଚନା ଜାରି କରିଛି ଭୁବନେଶ୍ୱର ଆଞ୍ଚଳିକ […]

Heavy-Rain

  • Published: Tuesday, 06 December 2022
  • , Updated: 06 December 2022, 03:58 PM IST

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ସମ୍ଭାବ୍ୟ ବାତ୍ୟାର ସିଧାସଳଖ ପ୍ରଭାବ ରାଜ୍ୟ ଉପରେ ପଡ଼ିବ ନାହିଁ। କିନ୍ତୁ ବାତ୍ୟାର ବାହ୍ୟବଳୟ ସହ ଜଡିତ ମେଘ ସମୂହ ପ୍ରଭାବରେ ଦକ୍ଷିଣ ଓଡ଼ିଶାର ମାଲକାନଗିରି, କୋରାପୁଟ, ରାୟଗଡା, ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ଗଞ୍ଜାମ ଓ ଗଜପତି ଜିଲ୍ଲାର ବିଭିନ୍ନ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି। ଆସନ୍ତା ୧୦ ତାରିଖରେ ଏହି ସବୁ ଜିଲ୍ଲାରେ ବର୍ଷା ହେବା ନେଇ ସତର୍କ ସୂଚନା ଜାରି କରିଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର। ତେବେ ବାକି ଜିଲ୍ଲାରେ ପାଗ ଶୁଖିଲା ରହିବ ବୋଲି ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ କୁହାଯାଇଛି।

https://twitter.com/mcbbsr/status/1600054386448744449?s=20&t=hjEfQ4InMay9vHoDn6YDrA

ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରର ନିର୍ଦ୍ଦେଶ ବୈଜ୍ଞାନିକ ଏଚ୍‌.ଆର୍‌ ବିଶ୍ୱାସ କହିବା ଅନୁସାରେ ଗତ ୨୪ ଘଣ୍ଟାରେ ଓଡ଼ିଶାର ସବୁ ଜିଲ୍ଲାରେ ପାଗ ଶୁଖିଲା ରହିଥିଲା। କିନ୍ତୁ ରାତିର ତାପମାତ୍ରା ୨ରୁ ୩ ଡିଗ୍ରୀ ପର୍ଯ୍ୟନ୍ତ କମିଛି। ଝାରସଗୁଡ଼ାରେ ୧୧.୨ ଡିଗ୍ରୀ, କୋରାପୁଟ୍‌ ପାହାଡିଆ ଅଞ୍ଚଳରେ ୯.୫ ଡିଗ୍ରୀ ଓ ଭୁବନେଶ୍ୱରରେ ୧୫.୭ ଡିଗ୍ରୀ ତାପମାତ୍ରା ରେକର୍ଡ଼ କରାଯାଇଛି। ଆଗାମୀ ୩ ଦିନ ଯାଏଁ ରାତି ତାପମାତ୍ରାରେ ବିଶେଷ ପରିବର୍ତ୍ତନ ହେବାର ସମ୍ଭାବନା ନାହିଁ। ପରବର୍ତ୍ତୀ ୨ ଦିନ ମଧ୍ୟରେ ସମ୍ଭାବ୍ୟ ବାତ୍ୟା ଯୋଗୁ ରାଜ୍ୟ ମଧ୍ୟକୁ ସାମୁଦ୍ରିକ ବାୟୁର ମାତ୍ରା ବୃଦ୍ଧି ସହ ରାତ୍ରି ତାପମାତ୍ରା ୨ରୁ ୩ ଡ଼ିଗ୍ରୀ ଯାଏଁ ବୃଦ୍ଧି ହେବାର ସମ୍ଭାବନା ରହିଛି ବୋଲି ପାଣିପାଗ ବିଜ୍ଞାନୀ କହିଛନ୍ତି।

https://twitter.com/mcbbsr/status/1600056155136327680?s=20&t=hjEfQ4InMay9vHoDn6YDrA

ସେ ଆହୁରି କହିଛନ୍ତି, ଆଜିଠାରୁ ୯ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ପାଗ ଶୁଖିଲା ରହିବ। କିନ୍ତୁ ୧୦ ତାରିଖରେ ମାଲକାନଗିରି, କୋରାପୁଟ, ରାୟଗଡା, ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ଗଞ୍ଜାମ ଓ ଗଜପତି ଜିଲ୍ଲାରେ ଗୋଟିଏରୁ ଦୁଇଟି ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବା ରହିଛି ବୋଲି ପାଣିପାଗ ବିଜ୍ଞାନୀ କହିଛନ୍ତି।

Related story