ଦୁର୍ବଳ ହୋଇଛି ମୌସୁମୀ, ତଥାପି କେତେକ ଜିଲ୍ଲାରେ ବର୍ଷିବ!

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ମୌସୁମୀ ନିମ୍ନ ଚାପରେଖାର ଉତ୍ତରାୟଣ ଗତି କରିବା ସହ ରାଜ୍ୟରେ ମୌସୁମୀ ଦୁର୍ବଳ ହୋଇଛି। ଏହା ସତ୍ତ୍ୱେ ରାଜ୍ୟର କେତେକ ଜିଲ୍ଲାରେ ବର୍ଷା ଓ ବଜ୍ରପାତ ହୋଇପାରେ। ସେଥିପାଇଁ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି। ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଜାରି ହୋଇଥିବା ବୁଲେଟିନ୍‌ରେ କୁହାଯାଇଛି, ଆସନ୍ତାକାଲି ସକାଳ ସାଢ଼େ ୮ଟା ପର୍ଯ୍ୟନ୍ତ ମୟୂରଭଞ୍ଜ, କେନ୍ଦୁଝର, ଅନୁଗୋଳ, ବୌଦ୍ଧ, ନୟାଗଡ଼, କନ୍ଧମାଳ, କଳାହାଣ୍ଡି, ରାୟଗଡ଼ା, ଗଜପତି, ନବରଙ୍ଗପୁର, […]

rain

  • Published: Friday, 29 July 2022
  • , Updated: 29 July 2022, 09:50 PM IST

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ମୌସୁମୀ ନିମ୍ନ ଚାପରେଖାର ଉତ୍ତରାୟଣ ଗତି କରିବା ସହ ରାଜ୍ୟରେ ମୌସୁମୀ ଦୁର୍ବଳ ହୋଇଛି। ଏହା ସତ୍ତ୍ୱେ ରାଜ୍ୟର କେତେକ ଜିଲ୍ଲାରେ ବର୍ଷା ଓ ବଜ୍ରପାତ ହୋଇପାରେ। ସେଥିପାଇଁ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି।

ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଜାରି ହୋଇଥିବା ବୁଲେଟିନ୍‌ରେ କୁହାଯାଇଛି, ଆସନ୍ତାକାଲି ସକାଳ ସାଢ଼େ ୮ଟା ପର୍ଯ୍ୟନ୍ତ ମୟୂରଭଞ୍ଜ, କେନ୍ଦୁଝର, ଅନୁଗୋଳ, ବୌଦ୍ଧ, ନୟାଗଡ଼, କନ୍ଧମାଳ, କଳାହାଣ୍ଡି, ରାୟଗଡ଼ା, ଗଜପତି, ନବରଙ୍ଗପୁର, କୋରାପୁଟ ଓ ମାଲକାନଗିରି ଜିଲ୍ଲାରେ କିଛି କିଛି ସ୍ଥାନରେ ବର୍ଷା ହୋଇପାରେ। ବାକି ଜିଲ୍ଲାରେ ଗୋଟିଏରୁ ଦୁଇଟି ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଛି। ସେଥିପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

ସେହିପରି ୩୦ ତାରିଖ ସକାଳ ସାଢ଼େ ୮ଟାରୁ ୩୧ ତାରିଖ ସକାଳ ସାଢ଼େ ୮ଟା ଭିତରେ ମୟୂରଭଞ୍ଜ, କେନ୍ଦୁଝର, ଦେବଗଡ଼, ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ୱଲପୁର, ନୂଆପଡ଼ା, ନବରଙ୍ଗପୁର, କୋରାପୁଟ ଓ ମାଲକାନଗିରି ଜିଲ୍ଲାରେ କିଛି ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଛି। ଏଥି ସହ ବଜ୍ରପାତ ଓ ଘଡ଼ଘଡ଼ି ମାରିପାରେ। ସେଥିପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

https://twitter.com/mcbbsr/status/1552963836184973312?s=20&t=WjiQJcgnijPAG8Nmsj_5Tw

୩୧ ତାରିଖ ସକାଳ ସାଢ଼େ ୮ଟାରୁ ଅଗଷ୍ଟ ୧ ତାରିଖ ସକାଳ ସାଢ଼େ ୮ଟା ଭିତରେ ଭଦ୍ରକ, ବାଲେଶ୍ୱର, ମୟୂରଭଞ୍ଜ, କେନ୍ଦୁଝର, ଢ଼େଙ୍ଗାନାଳ, ଅନୁଗୋଳ, ଦେବଗଡ଼, ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ୱଲପୁର, ବରଗଡ଼, ବଲାଙ୍ଗିର, ନୂଆପଡ଼ା, କଳାହାଣ୍ଡି, ରାୟଗଡ଼ା, ଗଜପତି, ନବରଙ୍ଗପୁର, କୋରାପୁଟ ଓ ମାଲକାନଗିରି ଜିଲ୍ଲାରେ କିଛି ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଛି। ବାକି ଜିଲ୍ଲାରେ ଗୋଟିଏରୁ ଦୁଇଟି ସ୍ଥାନରେ ବର୍ଷା ହୋଇପାରେ। ଏଥିସହ ବଜ୍ରପାତ ଓ ଘଡଘଡ଼ି ମାରିବାର ଆଶଙ୍କା ରହିଛି। ସେଥିପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

ଅଗଷ୍ଟ ୧ ତାରିଖ ସକାଳ ସାଢ଼େ ୮ଟାରୁ ୨ ତାରିଖ ସକାଳ ସାଢ଼େ ୮ଟା ଭିତରେ ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର, କଟକ, କେନ୍ଦ୍ରାପଡ଼ା, ଜଗତସିଂହପୁର, ଖୋର୍ଦ୍ଧା, ପୁରୀ, ନୟାଗଡ଼, ଗଞ୍ଜାମ, କନ୍ଧମାଳ ଓ ମାଲକାନଗିରି ଜିଲ୍ଲାରେ କେତେକ ସ୍ଥାନରେ ବର୍ଷା ହୋଇପାରେ। ଏହାଛଡ଼ା କୋରାପୁଟ, ଗଜପତି ଓ ରାୟଗଡ଼ା ଜିଲ୍ଲାରେ ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ। ଏଥିସହ ବଜ୍ରପାତ ଓ ଘଡ଼ଘଡ଼ି ମାରିପାରେ। ସେଥିପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

https://twitter.com/mcbbsr/status/1552984933185990661?s=20&t=WjiQJcgnijPAG8Nmsj_5Tw

Related story