Advertisment

କାଲିଠାରୁ ଆରମ୍ଭ, ୧୪ ଯାଏଁ ବର୍ଷିବ; ହେବ କୁଆପଥର ମାଡ଼!

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆନୁମାନିକ ପଶ୍ଚିମା ଝଡ଼ର ଆଗମନ ପ୍ରଭାବରେ ୧୧ରୁ ୧୪ ତାରିଖ ପର୍ଯ୍ୟନ୍ତ ଓଡ଼ିଶାରେ ଅନେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି। ତେବେ ୧୦ ତାରିଖରୁ ପଶ୍ଚିମ ଓଡ଼ିଶାର କେତେକ ଜିଲ୍ଲାରେ ବର୍ଷା ହେବାର ଅନୁମାନ କରାଯାଉଥିବା ଗୋଟିଏ ଦୁଇଟି ସ୍ଥାନରେ କୁଆପଥର ବର୍ଷା ହୋଇପାରେ। କିଛି କିଛି ସ୍ଥାନରେ ପ୍ରବଳ ବର୍ଷା ଯଥା- ୬ରୁ ୧୧ ସେମି ମଧ୍ୟରେ ହେବାର ସମ୍ଭାବନା ରହିଛି। ଏନେଇ ସତର୍କ ସୂଚନା ଜାରି […]

author-image
Manoranjan Sial
ଅଦ୍ୟତନ ହୋଇଛି
କାଲିଠାରୁ ଆରମ୍ଭ, ୧୪ ଯାଏଁ ବର୍ଷିବ; ହେବ କୁଆପଥର ମାଡ଼!

weather

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆନୁମାନିକ ପଶ୍ଚିମା ଝଡ଼ର ଆଗମନ ପ୍ରଭାବରେ ୧୧ରୁ ୧୪ ତାରିଖ ପର୍ଯ୍ୟନ୍ତ ଓଡ଼ିଶାରେ ଅନେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି। ତେବେ ୧୦ ତାରିଖରୁ ପଶ୍ଚିମ ଓଡ଼ିଶାର କେତେକ ଜିଲ୍ଲାରେ ବର୍ଷା ହେବାର ଅନୁମାନ କରାଯାଉଥିବା ଗୋଟିଏ ଦୁଇଟି ସ୍ଥାନରେ କୁଆପଥର ବର୍ଷା ହୋଇପାରେ। କିଛି କିଛି ସ୍ଥାନରେ ପ୍ରବଳ ବର୍ଷା ଯଥା- ୬ରୁ ୧୧ ସେମି ମଧ୍ୟରେ ହେବାର ସମ୍ଭାବନା ରହିଛି। ଏନେଇ ସତର୍କ ସୂଚନା ଜାରି କରିଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର।

Advertisment

https://twitter.com/mcbbsr/status/1480117748940165121?s=20

ପାଣିପାଗ ବିଭାଗ ପକ୍ଷରୁ ଜାରି ହୋଇଥିବା ବୁଲେଟିନ୍‌ ଅନୁସାରେ ଆସନ୍ତାକାଲି ଅର୍ଥାତ ୧୦ ତାରିଖରେ ବରଗଡ଼, ଝାରସୁଗୁଡ଼ା, ସୁନ୍ଦରଗଡ଼, ନୂଆପଡ଼ା ଜିଲ୍ଲାରେ ଗୋଟିଏରୁ ଦୁଇଟି ସ୍ଥାନରେ ହାଲୁକା ବର୍ଷା ହେବାର ସମ୍ଭାବନା ରହିଛି। ବାକି ଜିଲ୍ଲାରେ ପାଗ ମୁଖ୍ୟତଃ ଶୁଖିଲା ରହିବ।

୧୦ ତାରିଖ ସକାଳ ସାଢ଼େ ୮ଟାରୁ ୧୧ ତାରିଖ ସକାଳ ସାଢ଼େ ୮ଟା ଭିତରେ ବରଗଡ଼, ଝାରସୁଗୁଡ଼ା, ସୁନ୍ଦରଗଡ଼, ନୂଆପଡ଼ା, ବଲାଙ୍ଗିର, ସମ୍ୱଲପୁର, ସୋନପୁର, ଦେବଗଡ଼ ଜିଲ୍ଲାରେ କିଛି କିଛି ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି। ଅବଶିଷ୍ଟ ଆଭ୍ୟନ୍ତରୀଣ ଓଡ଼ିଶାରେ ଗୋଟିଏରୁ ଦୁଇଟି ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବାର ଆଶଙ୍କା କରାଯାଉଛି। ତେବେ ଉପକୂଳ ଓଡ଼ିଶାରେ ପାଗ ମୁଖ୍ୟତଃ ଶୁଖିଲା ରହିବ ବୋଲି ପାଣିପାଗ ବିଭାଗ କେନ୍ଦ୍ର ପକ୍ଷରୁ ଜଣାପଡ଼ିଛି।

Advertisment

https://twitter.com/mcbbsr/status/1480118724451471360?s=20

୧୧ ତାରିଖ ସକାଳ ସାଢ଼େ ୮ଟାରୁ ୧୨ ତାରିଖ ସକାଳ ସାଢ଼େ ୮ଟା ଭିତରେ ଉତ୍ତର-ଆଭ୍ୟନ୍ତରୀଣ, ନୂଆପଡ଼ା, କଳାହାଣ୍ଡି, କନ୍ଧମାଳ, ବଲାଙ୍ଗିର, ସୋନପୁର ଓ ବୌଦ୍ଧ ଜିଲ୍ଲାରେ ଅନେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି। ବାକି ଜିଲ୍ଲାରେ କିଛି ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବାର ଆଶଙ୍କା କରାଯାଇଛି। କୁଆପଥର ବର୍ଷା ନେଇ ବରଗଡ଼, ବଲାଙ୍ଗିର, ସୋନପୁର, ସମ୍ୱଲପୁର, ଝାରସୁଗୁଡ଼ା, ସୁନ୍ଦରଗଡ ଓ ଦେବଗଡ଼ ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

ସେହିପରି ୧୨ ତାରିଖ ସକାଳ ସାଢ଼େ ୮ଟାରୁ ୧୩ ତାରିଖ ସକାଳ ସାଢ଼େ ୮ଟା ଭିତରେ ଓଡ଼ିଶାର ଜିଲ୍ଲା ଗୁଡ଼ିକରେ ଅନେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବା ସମ୍ଭାବନା ରହିଛି। କୁଆପଥର ବର୍ଷା ନେଇ କଳାହାଣ୍ଡି, କନ୍ଧମାଳ, ବୌଦ୍ଧ, ଅନୁଗୋଳ, ଢେଙ୍କାନାଳ, କଟକ ଓ ନୟାଗଡ଼ ଜିଲ୍ଲା ପାଇଁ  ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ପାଣିପାଗ ବିଭାଗ।

୧୩ ତାରିଖ ସକାଳ ସାଢ଼େ ୮ଟାରୁ ୧୪ ତାରିଖ ସକାଳ ସାଢ଼େ ୮ଟା ଭିତରେ ଓଡ଼ିଶାର ଜିଲ୍ଲା ଗୁଡ଼ିକରେ ଅନେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି। କୁଆପଥର ବର୍ଷା ନେଇ କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର, କଟକ, ଢ଼େଙ୍କାନାଳ, ନୟାଗଡ଼ ଓ କନ୍ଧମାଳ ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

https://twitter.com/mcbbsr/status/1480106766708867072?s=20

Rain Alert Weather Report