ଲଘୁଚାପର ରୂପ ନେବ ଘୂର୍ଣ୍ଣିବଳୟ ,୯ ପର୍ଯ୍ୟନ୍ତ ଛେଚିବ

ଭୁବନେଶ୍ୱର: ଲଘୁଚାପର ରୂପ ନେବ ଘୂର୍ଣ୍ଣିବଳୟ। ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗର ଏବଂ ତାର ଆଖପାଖ ଅଞ୍ଚଳରେ ସୃଷ୍ଟ ଘୂର୍ଣ୍ଣିବଳୟ ଲଘୁଚାପର ରୂପ ନେବା ସମ୍ଭାବନା ରହିଛି।  ଏନେଇ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପୂର୍ବାନୁମାନ କରିଛି। ଏହାର ପ୍ରଭାବରେ ଆସନ୍ତା ୯ତାରିଖ ପର୍ଯ୍ୟନ୍ତ ସାରା ରାଜ୍ୟରେ ବର୍ଷା ଜାରି ରହିବ।  ବିଶେଷ କରି ଉପକୂଳ ଜିଲ୍ଲା ଜଗତସିଂହପୁର, ଖୋର୍ଦ୍ଧା, କଟକ, ବାଲେଶ୍ୱର, ଭଦ୍ରକ, ଗଂଜାମ ଓ ପୁରୀ ଜିଲ୍ଲାରେ ବର୍ଷାର ସମ୍ଭାବନା ରହିଛି।  ଆଭ୍ୟନ୍ତରୀଣ ଓଡ଼ିଶାରେ ମଧ୍ୟ କିଛି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ମାତ୍ରାରେ ବର୍ଷା ହେବାର ସମ୍ଭାବନା ରହିଛି। ତେବେ ୯ ତାରିଖ ପରେ ପାଗରେ ସାମାନ୍ୟ ପରିବର୍ତ୍ତନ ଆସିପାରେ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି।