Advertisment

ଆସନ୍ତା ୨ ଦିନ ଯାଏଁ ଘଡ଼ଘଡ଼ି ସହ ବର୍ଷା

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ରାଜ୍ୟରେ ବିଭିନ୍ନ ସ୍ଥାନରେ ଆସନ୍ତା ୨ ଦିନ ଯାଏଁ ଘଡ଼ଘଡ଼ି ସହ ବର୍ଷା ହେବ। ଏନେଇ ପାଣିପାଗ ବିଭାଗ ସୂଚନା ଜାରି କରିଛି। ଦକ୍ଷିଣ ବାଂଲାଦେଶ, ଉତ୍ତର ବଙ୍ଗୋପସାଗରରେ ସୃଷ୍ଟ ଘୂର୍ଣ୍ଣିବଳୟ ପ୍ରଭାବରେ ଏହି ବର୍ଷା ହେବ। ଆଗାମୀ ୨ଦିନ ଯାଏଁ ଉତ୍ତର ଓଡ଼ିଶା ଓ ଉପକୂଳବର୍ତ୍ତୀ ଜିଲ୍ଲାରେ ବର୍ଷା ସମ୍ଭାବନା ରହିଛି। ପାଣିପାଗ ବିଭାଗ ପୂର୍ବାନୁମାନ ଅନୁଯାୟୀ, ରାଜ୍ୟର ୨୨ ଜିଲ୍ଲାକୁ ୟେଲୋ ଓ୍ୱାର୍ଣ୍ଣିଂ ଜାରି କରାଯାଇଛି। ଏହି ଜିଲ୍ଲାଗୁଡ଼ିକ ହେଲା ବାଲେଶ୍ୱର, […]

author-image
Niranjan Mishra
ଅଦ୍ୟତନ ହୋଇଛି
ଆସନ୍ତା ୨ ଦିନ ଯାଏଁ ଘଡ଼ଘଡ଼ି ସହ ବର୍ଷା

Met

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ରାଜ୍ୟରେ ବିଭିନ୍ନ ସ୍ଥାନରେ ଆସନ୍ତା ୨ ଦିନ ଯାଏଁ ଘଡ଼ଘଡ଼ି ସହ ବର୍ଷା ହେବ। ଏନେଇ ପାଣିପାଗ ବିଭାଗ ସୂଚନା ଜାରି କରିଛି। ଦକ୍ଷିଣ ବାଂଲାଦେଶ, ଉତ୍ତର ବଙ୍ଗୋପସାଗରରେ ସୃଷ୍ଟ ଘୂର୍ଣ୍ଣିବଳୟ ପ୍ରଭାବରେ ଏହି ବର୍ଷା ହେବ। ଆଗାମୀ ୨ଦିନ ଯାଏଁ ଉତ୍ତର ଓଡ଼ିଶା ଓ ଉପକୂଳବର୍ତ୍ତୀ ଜିଲ୍ଲାରେ ବର୍ଷା ସମ୍ଭାବନା ରହିଛି। ପାଣିପାଗ ବିଭାଗ ପୂର୍ବାନୁମାନ ଅନୁଯାୟୀ, ରାଜ୍ୟର ୨୨ ଜିଲ୍ଲାକୁ ୟେଲୋ ଓ୍ୱାର୍ଣ୍ଣିଂ ଜାରି କରାଯାଇଛି।

Advertisment

ଏହି ଜିଲ୍ଲାଗୁଡ଼ିକ ହେଲା ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ଗଜପତି, ଗଞ୍ଜାମ, ଖୋର୍ଦ୍ଧା, ପୁରୀ, ନୟାଗଡ଼, ସୁନ୍ଦରଗଡ଼, ଦେବଗଡ଼, କେନ୍ଦୁଝର, ମୟୂରଭଞ୍ଜ, ଅନୁଗୁଳ, ଢେଙ୍କାନାଳ, କନ୍ଧମାଳ, ରାୟଗଡ଼ା, କୋରାପୁଟ, ମାଲକାନଗିରି ଓ ନବରଙ୍ଗପୁର।

ସେହିପରି ଆସନ୍ତାକାଲି ଠାରୁ ପଶ୍ଚିମଓଡ଼ିଶାରେ ତାତି ୩ ଡିଗ୍ରୀ ପର୍ଯ୍ୟନ୍ତ ବଢ଼ିବ। ତାତିର ମାତ୍ରା ୪୧ରୁ ୪୪ ଡିଗ୍ରୀ ଭିତରେ ରହିବ ବୋଲି ପାଣିପାଗ ବିଭାଗ ପକ୍ଷରୁ ସୂଚନା ଜାରି ହୋଇଛି। ଦୁଇଦିନ ପରେ ପାଗ ଶୁଖିଲା ରହିବ। ତେବେ ଆସନ୍ତା ୫ରୁ ୬ ତାରିଖ ପର୍ଯ୍ୟନ୍ତ ପ୍ରାୟ ୨୨ଟି ଜିଲ୍ଲାରେ ଘଡ଼ଘଡ଼ି ସହ ବର୍ଷା ହେବା ନେଇ ଅନୁମାନ କରାଯାଇଛି। ଏହ ଜିଲ୍ଲାଗୁଡ଼ିକ ହେଲା ଗଞ୍ଜାମ, ପୁରୀ, ଖୋର୍ଦ୍ଧା, ଜଗତସିଂହପୁର, କେନ୍ଦ୍ରାପଡ଼ା, କଟକ, ଯାଜପୁର, ଭଦ୍ରକ, ଢେଙ୍କାନାଳ, ନୟାଗଡ଼, ବୌଦ୍ଧ, ଅନୁଗୁଳ, ସମ୍ବଲପୁର, ବରଗଡ଼, ସୋନପୁର, କନ୍ଧମାଳ, ବଲାଙ୍ଗିର, ସୋନପୁର, ବଲାଙ୍ଗୀର, କଳାହାଣ୍ଡି, ନବରଙ୍ଗପୁର, ନୂଆପଡ଼ା।

Advertisment