ଆସନ୍ତା ୧୪ ଯାଏ ବର୍ଷା

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆସନ୍ତା ୧୪ ତାରିଖ ଯାଏ ରାଜ୍ୟର ବିଭିନ୍ନ ସ୍ଥାନରେ ହାଲକା ବର୍ଷା ସହ ପାଗ ସାଧାରଣତଃ ମେଘୁଆ ରହିବ। ହେବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଥିବାରୁ ଏଭଳି ଆଶଙ୍କା ପ୍ରକାଶ ପାଇଛି। ଭୁବନେଶ୍ଵର ଆଞ୍ଚଳିକ ପାଣିପାଗ କେନ୍ଦ୍ରର ଆକଳନ ଅନୁସାରେ, ୧୪ ତାରିଖ ଯାଏ ସାରା ରାଜ୍ୟରେ ମେଘୁଆ ପାଗ ସହ କିଛି ସ୍ଥାନରେ ବର୍ଷା ହେବ। ଏହି ସମଯରେ ୩୦ରୁ ୫୦କିମି ବେଗରେ ପବନ ବହିବ। ୧୫ ତାରିଖ ପରେ ପାଗରେ […]

Monsoon_Rain-750x421-750x421

Tapas Behera
  • Published: Sunday, 08 March 2020
  • , Updated: 08 March 2020, 08:36 PM IST

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆସନ୍ତା ୧୪ ତାରିଖ ଯାଏ ରାଜ୍ୟର ବିଭିନ୍ନ ସ୍ଥାନରେ ହାଲକା ବର୍ଷା ସହ ପାଗ ସାଧାରଣତଃ ମେଘୁଆ ରହିବ। ହେବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଥିବାରୁ ଏଭଳି ଆଶଙ୍କା ପ୍ରକାଶ ପାଇଛି। ଭୁବନେଶ୍ଵର ଆଞ୍ଚଳିକ ପାଣିପାଗ କେନ୍ଦ୍ରର ଆକଳନ ଅନୁସାରେ, ୧୪ ତାରିଖ ଯାଏ ସାରା ରାଜ୍ୟରେ ମେଘୁଆ ପାଗ ସହ କିଛି ସ୍ଥାନରେ ବର୍ଷା ହେବ।

ଏହି ସମଯରେ ୩୦ରୁ ୫୦କିମି ବେଗରେ ପବନ ବହିବ। ୧୫ ତାରିଖ ପରେ ପାଗରେ ପରିବର୍ତ୍ତନ ହେବ। ୮ ତାରିଖରେ ଉପକୂଳ ଓଡ଼ିଶା ସମେତ କେନ୍ଦୁଝର, ମୟୂରଭଞ୍ଜ, ଢେଙ୍କାନାଳ, କନ୍ଧମାଳ, ରାୟଗଡ଼ା, ସୁନ୍ଦରଗଡ଼ରେ ଘଡ଼ଘଡ଼ି ବିଜୁଳି ସହ ବର୍ଷା ହେବ। ସେହିପରି ଗଞ୍ଜାମ, ପୁରୀ, ଗଜପତି, କଳାହାଣ୍ଡି, ନବରଙ୍ଗପୁର, କୋରାପୁଟ‌େର ହାଲକାରୁ ମଧ୍ୟମ ଧରଣର ବର୍ଷା ହୋଇପାରେ। ୯ତାରିଖରେ ରାୟଗଡ଼ା, ଗଜପତି, ନୂଆପଡ଼ା, କନ୍ଧମାଳର ଗୋଟିଏରୁ ଦୁଇଟି ସ୍ଥାନରେ ହାଲକାରୁ ମଧ୍ୟମ ଧରଣର ବର୍ଷା ହେବ।

୧୦ରେ ମୟୂରଭଞ୍ଜ, କେନ୍ଦୁଝର, ସମ୍ବଲପୁର, ଦେବଗଡ଼, ଝାରସୁଗୁଡ଼ା, ଗଞ୍ଜାମ, କନ୍ଧମାଳ, ସୋନପୁର, ବରଗଡ଼, ସୁନ୍ଦରଗଡ଼ରେ କୁଆପଥର ବର୍ଷା ସହ ୩୦ରୁ ୪୦କିମି ବେଗରେ ପବନ ବହିବ। ୧୧ଓ ୧୨ରେ ବରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ସୋନପୁର, ବୌଦ୍ଧ, ବଲାଙ୍ଗୀର, କନ୍ଧମାଳ, ଅନୁଗୁଳ, ଢେଙ୍କାନାଳ, ରାୟଗଡ଼ା, ଭଦ୍ରକ, ବାଲେଶ୍ବର, ଯାଜପୁରରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବ।

୧୩ ଓ ୧୪ତାରିଖରେ କେତେକ ସ୍ଥାନରେ ହାଲୁକା ବର୍ଷା ହୋଇପାରେ। ଗାଙ୍ଗେଯ ଉପତ୍ଯକାରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ପ୍ରଭାବରେ ଆଜି ରାଜ୍ୟର ଅଧିକାଂଶ ସ୍ଥାନରେ ବର୍ଷା ହୋଇଥିବା ବେଳେ କଟକରେ ସର୍ବାଧିକ ବର୍ଷା ରେକର୍ଡ ହୋଇଛି। କଟକରେ ୫୩ ମିମି ବର୍ଷା ହୋଇଥିବା ବେଳେ ଫୁଲବାଣୀରେ ୩୬.୪ ମିମି, ନୟାଗଡ଼ରେ ୨ମିମି, ଚାନ୍ଦବାଲିରେ ୩ମିମି, ବାଲେଶ୍ବର ଓ ଭୁବନେଶ୍ବରରେ ୦.୪ମିମି, ଅନୁଗୁଳ ଓ ତାଳଚେରରେ ୨ମିମି ବର୍ଷା ହୋଇଛି। ଆହୁରି ୭ ଦିନ ଏହିପରି ପାଗ ଜାରି ରହିବ ବୋଲି ଭୁବନେଶ୍ବର ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି।

Related story