ପୁରୀ (ମଧୁସୂଦନ ମିଶ୍ର): ଲଗାଣ ବର୍ଷା ପରେ ପୁରୀ ସହରର ସୁଜାତାନଗର ଓ ମାଟିତୋଟା ଅଞ୍ଚଳରେ କୃତ୍ରିମ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଛି। ମୁଖ୍ୟ ରାସ୍ତାରେ ଆଣ୍ଠୁଏ ଉଚ୍ଚର ପାଣି ଜମି ରହିବାରୁ ଲୋକେ ଦୁଇଦିନ ହେଲା ନାହିଁ ନଥିବା ହଇରାଣ ହେଉଛନ୍ତି । ଘରୁ ବାହାରିବା ଏକ ପ୍ରକାର ଅସମ୍ଭବ ହୋଇ ପଡ଼ୁଛି।
ଜାତୀୟ ରାଜପଥ ନିର୍ମାଣ ପରେ ପାଣି ନିଷ୍କାସନ ପାଇଁ କୌଣସି ବ୍ୟବସ୍ଥା କରାଯାଇନଥିବାରୁ ୨ ବର୍ଷ ହେଲା ସ୍ଥିତି ଏଭଳି ହେଉଥିବା ଅଭିଯୋଗ ହୋଇଛି । ଗତବର୍ଷ ମାସାଧିକ କାଳ ପାଣି ଜମି ରହିଥିଲାବେଳେ ଲୋକେ ଖୁବ୍ ସମସ୍ୟାର ସମ୍ମୁଖୀନ ହୋଇଥିଲେ।
ତା ପରେ ପାଣି ନିଷ୍କାସନ ଲାଗି କଲଭର୍ଟ କରିବାକୁ ଜିଲ୍ଲା ପ୍ରଶାସନ ପ୍ରତିଶ୍ରୁତି ଦେଇଥିଲା। ବର୍ଷକ ପରେ ବି କଲଭର୍ଟ ତିଆରି ନ ସରିବାରୁ ଏଥର ପରିସ୍ଥିତି ଆହୁରି ସଙ୍ଗୀନ ହୋଇଛି। ଏହାକୁ ନେଇ ଲୋକଙ୍କ ମଧ୍ୟରେ ଅସନ୍ତୋଷ ଲାଗି ରହିଛି ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Miscellaneous
ଉଦୟଗିରି ଓ ରତ୍ନଗିରିରେ ଏକାଠୀ ହେଲେ ୧୭ ଦେଶର ୧୫୦୦ ବୌଦ୍ଧ ଧର୍ମାବଲମ୍ବୀ
ଆସନ୍ତା ୧୬ ତାରିଖରେ ଏହି କାର୍ଯ୍ୟକ୍ରମ ଉଦ୍ଯାପିତ ହେବ। ଏଥିରେ ବାଚସ୍ପତି ସୁରମା ପାଢୀ ଓ ଉପମୁଖ୍ୟ ମନ୍ତ୍ରୀ ପ୍ରଭାତୀ ପରିଡା ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି।
Entertainment
ମଞ୍ଚରେ ଚଢ଼ିବେନି ସାହୁ ଭାଉଜ, ନିଶା ମହାରଣାଙ୍କ ଭଳି ନୃତ୍ୟାଙ୍ଗନା
ଯାତ୍ରା ମହାକୁମ୍ଭରେ ହେବନି ଅଶ୍ଲୀଳ ନୃତ୍ୟ। ଆଜି ଖଣ୍ଡଗିରି ଥାନା ପରିସରରେ ବସିଥିବା ବୈଠକରେ ଏଭଳି ନିଷ୍ପତ୍ତି ନିଆଯାଇଛି। ବାରମ୍ବାର ଅଭିଯୋଗ ପରେ ମଧ୍ୟ ଯାତ୍ରା ଜଗତକୁ କଳଙ୍କିତ କରୁଥିଲେ କିଛି ନୃତ୍ୟଶିଳ୍ପୀ।
Miscellaneous
ଭାରତ ସରକାରଙ୍କ କ୍ୟାଲେଣ୍ଡରରେ ମୋଦିଙ୍କ ସହ ତୁଳା ମାଉସୀଙ୍କ ଫଟୋ
କ୍ୟାଲେଣ୍ଡରରେ ଫଟୋ ଆସିବା ପରେ ତୁଳା ମାଉସୀ ବହୁତ ଖୁସି ପ୍ରକାଶ କରିଛନ୍ତି। ଏଥିପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଧନ୍ୟବାଦ ଜଣାଇଛନ୍ତି।