୪୮ ଘଣ୍ଟା ମଧ୍ୟରେ ଘଡ଼ଘଡ଼ି ସହ ବର୍ଷା

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆଭ୍ୟନ୍ତରୀଣ ଓଡ଼ିଶା ଉପରେ ସୃଷ୍ଟ ଘୂର୍ଣ୍ଣିବଳୟ ପ୍ରଭାବରେ ରାଜ୍ୟରେ ୪୮ ଘଣ୍ଟା ମଧ୍ୟରେ ବର୍ଷା ହେବା ନେଇ ପୂର୍ବାନୁମାନ କରିଛି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ ବିଭାଗ। ପାଣିପାଗ ବିଶେଷଜ୍ଞ ଲକ୍ଷ୍ମୀକାନ୍ତ ଗିରି କହିଛନ୍ତି, “ଆଭ୍ୟନ୍ତରୀଣ ଓଡ଼ିଶା ଉପରେ ଘୂର୍ଣ୍ଣି ବଳୟ ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ଆସନ୍ତ ୪୮ ଘଣ୍ଟା ମଧ୍ୟରେ ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ରହିଛି। ତେବେ ବର୍ଷାର ପରିମାଣ ଓ ଅବଧି କମ୍ ରହିବ। ତେଣୁ ଦଶହରା ପୂଜା […]

rain-1..

Tapaswini Nayak
  • Published: Monday, 07 October 2019
  • , Updated: 07 October 2019, 10:24 AM IST

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆଭ୍ୟନ୍ତରୀଣ ଓଡ଼ିଶା ଉପରେ ସୃଷ୍ଟ ଘୂର୍ଣ୍ଣିବଳୟ ପ୍ରଭାବରେ ରାଜ୍ୟରେ ୪୮ ଘଣ୍ଟା ମଧ୍ୟରେ ବର୍ଷା ହେବା ନେଇ ପୂର୍ବାନୁମାନ କରିଛି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ ବିଭାଗ।

ପାଣିପାଗ ବିଶେଷଜ୍ଞ ଲକ୍ଷ୍ମୀକାନ୍ତ ଗିରି କହିଛନ୍ତି, “ଆଭ୍ୟନ୍ତରୀଣ ଓଡ଼ିଶା ଉପରେ ଘୂର୍ଣ୍ଣି ବଳୟ ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ଆସନ୍ତ ୪୮ ଘଣ୍ଟା ମଧ୍ୟରେ ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ରହିଛି। ତେବେ ବର୍ଷାର ପରିମାଣ ଓ ଅବଧି କମ୍ ରହିବ। ତେଣୁ ଦଶହରା ପୂଜା ମଉଜ ଫିକା ପଡ଼ିବ ନାହିଁ।”

ସୂଚନାଯୋଗ୍ୟ, ଗତକାଲି ରାଜ୍ୟର ବିଭିନ୍ନ ସ୍ଥାନରେ ହୋଇଥିବା ବର୍ଷାକୁ ଦେଖି ପୂଜା ମଉଜ ଫିକା ପଡ଼ିବା ନେଇ ଲୋକଙ୍କ ମନରେ ଆଶଙ୍କା ସୃଷ୍ଟି ହୋଇଛି।

Related story